Monday, June 29, 2026 05:43 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ସବୁ ଜିଲ୍ଲାରେ ହେବ ଛୋଟ ଶିଳ୍ପ ପାର୍କ

by Our Correspondent
03 Dec, 2022- 05:10 PM
in Latest News, News
1 min read
0
ସବୁ ଜିଲ୍ଲାରେ ହେବ ଛୋଟ ଶିଳ୍ପ ପାର୍କ
ଭୁବନେଶ୍ୱର: ଭୁବନେଶ୍ୱରରେ ଚାଲିଥିବା ମେକ୍‌ ଇନ୍ ଓଡିଶା କନକ୍ଲେଭରେ ଆଜି ମହିଳା ଉଦ୍ୟୋଗୀ ଅଧିବେଶନ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଥିଲେ ଯେ ୨୦୦୧ରେ ଆରମ୍ଭ ହୋଇଥିବା ମିଶନ ଶକ୍ତି, ଆଜି ଓଡ଼ିଶାର ସତୁରି ଲକ୍ଷ ସଶକ୍ତ ମା ମାନଙ୍କର ଏକ ମହାଶକ୍ତି ହୋଇଛି । ମୋ ସରକାର ପାଇଁ ମହିଳା ସଶକ୍ତିକରଣ କେବଳ ଏକ ସ୍ଲୋଗାନ୍ ନୁହେଁ, ଏହା ଏକ ପବିତ୍ର ଦାୟିତ୍ଵ।
ମୁଖ୍ୟମନ୍ତ୍ରୀ କହିଥିଲେ ଯେ ମୋର ଦୃଢ ବିଶ୍ବାସ, ମା ମାନଙ୍କୁ ସଶକ୍ତ ନ କରି, କୌଣସି ପରିବାର, କୌଣସି ସାମାଜ, କୌଣସି ରାଜ୍ୟ ବା କୌଣସି ଦେଶ ଆଗକୁ ବଢ଼ି ପାରିବ ନାହିଁ।
ଓଡ଼ିଶାରେ ଆମର ଛଅ ଲକ୍ଷ ସ୍ବୟଂ ସହାୟକ ଗୋଷ୍ଠି କାମ କରୁଛନ୍ତି ବୋଲି ସୂଚନା ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ SHG ମାନଙ୍କୁ SME ରେ ରୂପାନ୍ତର କରିବା ରାଜ୍ୟ ସରକାରଙ୍କ ଲକ୍ଷ୍ୟ। We are prepared to run the extra mile to make this happen. ଏଥିପାଇଁ ଆମେ ସବୁ କିଛି କରିବାକୁ ପ୍ରସ୍ତୁତ ବୋଲି ଶ୍ରୀ ପଟ୍ଟନାୟକ କହିଥିଲେ।
ମିଶନ ଶକ୍ତି ମା ମାନଙ୍କୁ ବିନା ସୁଧରେ ପାଞ୍ଚ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ ଦେବା ସଂକ୍ରାନ୍ତୀୟ ରାଜ୍ୟ ସରକାରଙ୍କ ନିଷ୍ପତ୍ତି ଦ୍ଵାରା ଓଡିଶାର ଲକ୍ଷ ଲକ୍ଷ ମା ଉପକାର ପାଇବେ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।
ମୁଖ୍ୟମନ୍ତ୍ରୀ କହିଥିଲେ ଯେ ପାଞ୍ଚ ବର୍ଷରେ ପାଞ୍ଚ ହଜାର କୋଟି ଟଙ୍କାର କାମ, ମା ମାନଙ୍କୁ ଦେବା ପାଇଁ ଓଡିଶା କ୍ୟାବିନେଟ ନିଷ୍ପତ୍ତି ନେଇଥିଲା ଓ ଏହାଦ୍ଵାରା ପ୍ରାୟ ଏକ ଲକ୍ଷ SHG ଉପକାର ପାଉଛନ୍ତି।
ମିଶନ ଶକ୍ତି ଫେଡେରେସନ ମାନଙ୍କୁ ଆହୁରି ମଜବୁତ କରିବା ଓ ସେମାନଙ୍କୁ ସକ୍ରିୟ ଆର୍ଥିକ କେନ୍ଦ୍ର (vibrant financial hub) ରେ ପରିଣତ କରିବା ଆମର ଲକ୍ଷ୍ୟ ବୋଲି ଉଲ୍ଲେଖ କରି ପ୍ରତି ଜିଲ୍ଲା ଫେଡେରେସନ କୁ ଏକ କୋଟି ଟଙ୍କାର ରିଭଲ୍ଭିଂ ପାଣ୍ଠି, ପ୍ରତି ବ୍ଲକ ସ୍ତରରେ ଫେଡେରେସନକୁ ପଚାଶ ଲକ୍ଷ ଟଙ୍କାର ରିଭଲ୍ଭିଂ ପାଣ୍ଠି ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ।
ସେହିପରି ପଞ୍ଚାୟତ ସ୍ତରରେ ଥିବା ଫେଡେରେସନ ପାଇଁ ମାର୍କେଟ କମପ୍ଲେକ୍ସ ସହ ସ୍ଵତନ୍ତ୍ର ଅଫିସ ଘର ମଧ୍ଯ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ .ମହିଳା ମାନଙ୍କୁ ଉଦ୍ୟୋଗୀ କରିବା ଲକ୍ଷ୍ୟ କୁ ସାକାର କରିବା ପାଇଁ ତିରିଶ ଯାକ ଜିଲ୍ଲାରେ ମାଇକ୍ରୋ, ମିନି ଶିଳ୍ପ ପାର୍କ କରାଯିବ ବୋଲି ମଧ୍ଯ ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ।
ଓଡିଶାର ରୂପାନ୍ତରଣରେ ମା ମାନଙ୍କର ବଡ ଭୂମିକା ରହିଛି ବୋଲି ବର୍ଣ୍ଣନା କରି ମୁଖ୍ୟମନ୍ତ୍ରୀ ମା ମାନଙ୍କର ସାମଗ୍ରିକ ସଶକ୍ତିକରଣ ପାଇଁ ପ୍ରତିଶ୍ରୁତିବଦ୍ଧ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।
ଏହି ଅବସରରେ ମୁଖ୍ୟମନ୍ତ୍ରୀ ମିଶନ ଶକ୍ତି ବିଭାଗର ଏକ କଫି ଟେବୁଲ ବୁକ, Mission Shakti – Scaling Up ଉନ୍ମୋଚନ କରିଥିଲେ ଏବଂ କଟକ ମା ତାରେଣୀ ଏସଏଚଜିର କବିତା ସାହୁ, ସୁନ୍ଦରଗଡ଼ ଦିବ୍ୟଜ୍ୟୋତି ଏସଏଚଜିର ପ୍ରେମା ଦାସ ଓ ନୂଆପଡା ବନଦୁର୍ଗା ଏସଏଚଜିର ଗାୟତ୍ରୀ ସୁନାଇଙ୍କୁ ସମ୍ମାନିତ କରିଥିଲେ ।.
ସେହିପରି ଏସଏଚଜି ମାନଙ୍କୁ ରୁଣ ଦେବା ରେ ଭଲ କାମ କରିଥିବା ଓଡିଶା ଗ୍ରାମ୍ୟ ବ୍ୟାଙ୍କ, ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆ ଓ ୟୁକୋ ବ୍ୟାଙ୍କକୁ ସମ୍ବର୍ଦ୍ଧିତ କରିଥିଲେ ।
କାର୍ଯ୍ୟକ୍ରମରେ ମିଶନ ଶକ୍ତି ବିଭାଗ ମନ୍ତ୍ରୀ ଶ୍ରୀମତୀ ବାସନ୍ତୀ ହେମ୍ବ୍ରମ ତାଙ୍କ ଉଦବୋଧନରେ ମା ମାନଙ୍କ ବିକାଶ ପାଇଁ ନିଆଯାଇଥିବା ପଦକ୍ଷେପ ଉପରେ ଆଲୋକପାତ କରିଥିଲେ ।
ମିଶନ ଶକ୍ତି ସଚିବ ଶ୍ରୀମତୀ ସୁଜାତା କାର୍ତ୍ତିକେୟ ସ୍ଵାଗତ ଭାଷଣ ଦେଇଥିଲେ । ବିଭାଗୀୟ ନିର୍ଦେଶକ ଧନ୍ୟବାଦ ଅର୍ପଣ କରିଥିଲେ ।
Previous Post

ବରିଷ୍ଠ ସାମ୍ବାଦିକ ବୈଷ୍ଣବ ଜେନାଙ୍କ ପରଲୋକ

Next Post

ପଦ୍ମପୁରରେ ରେକର୍ଡ ମତଦାନ

Next Post
ପଦ୍ମପୁରରେ ରେକର୍ଡ ମତଦାନ

ପଦ୍ମପୁରରେ ରେକର୍ଡ ମତଦାନ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA