ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଢେଙ୍କାନାଳ ଓ ଅନୁଗୁଳ ଜିଲ୍ଲାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଅଧୀନରେ ସ୍ମାର୍ଟ ହେଲ୍ଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି। ଉଭୟ ଜିଲ୍ଲାର ୧୦ ଲକ୍ଷ ଲେଖାଏ ଲୋକ ଏହି ସୁବିଧା ପାଇବେ । ଏହାସହିତ ରାଜ୍ୟର ୧୫ଟି ଜିଲ୍ଲାର ଜନସାଧାରଣ ଏହି କାର୍ଯ୍ୟକ୍ରମରେ ସାମିଲ ହେଲେ ।








