Friday, August 14, 2026 10:06 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ଦେବଗଡ ଜିଲ୍ଲା ପାଇଁ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ

ଜିଲ୍ଲାର ୨ ଲକ୍ଷ ୭୦ ହଜାର ଲୋକ ପାଇବେ ସ୍ମାର୍ଟ କାର୍ଡ

by Our Correspondent
09 Oct, 2021- 10:12 PM
in Latest News, News
1 min read
0
ଦେବଗଡ ଜିଲ୍ଲା ପାଇଁ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ

– ଦେବଗଡରେ  ୩୦୦ ଶଯ୍ୟା ବିଶିଷ୍ଟ ହସ୍ପିଟାଲ ଭିତ୍ତିପ୍ରସ୍ତର ରଖିଲେ ମୁଖ୍ୟମନ୍ତ୍ରୀ

– ଜିଲ୍ଲାର ସମସ୍ତ ୮୭ ଟି ସରକାରୀ ହାଇସ୍କୁଲକୁ ୫-ଟି କାର୍ଯ୍ୟକ୍ରମରେ
ରୂପାନ୍ତର କରାଯିବ – ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଦେବଗଡ ଜିଲ୍ଲା ପାଇଁ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି। ଜିଲ୍ଲାର ୨ ଲକ୍ଷ ୭୦ ହଜାର ଲୋକ ଏହି ସୁବିଧା ପାଇବେ । ପୂର୍ବରୁ ରାଜ୍ୟର ପାଞ୍ଚଟି ଜିଲ୍ଲା – ମାଲକାନଗିରି, ସୁନ୍ଦରଗଡ, ବଲାଙ୍ଗୀର, ଗଜପତି ଏବଂ ପୁରୀରେ ଏହି କାର୍ଯ୍ୟକ୍ରମ ଆରମ୍ଭ ହୋଇଛି । ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧୦ ଲକ୍ଷ ଲୋକ ଏହି ସ୍ମାର୍ଟ ହେଲ୍‌ଥ କାର୍ଡ ପାଇଥିବା ବେଳେ, ୧୦,୬୫୭ ଜଣ ହିତାଧିକାରୀ ବିଭିନ୍ନ ଘରୋଇ ଡାକ୍ତରଖାନାରେ କୋଡ଼ିଏ କୋଟି ଟଙ୍କାର ସ୍ବାସ୍ଥ୍ୟ ସୁବିଧା ପାଇଲେଣି। 

ଏହି ଅବସରରେ ଜନସାଧାରଣଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଦେବଗଡ ଜିଲ୍ଲାର ପ୍ରାକୃତିକ ସୌନ୍ଦର୍ଯ୍ୟ ଅତି ମନୋରମ ଏବଂ ଏହା ଓଡିଶା ପାଇଁ ପ୍ରକୃତିର ଏକ ବରଦାନ । ପ୍ରଶାସନକୁ ଲୋକଙ୍କ ନିକଟକୁ ନେବା ପାଇଁ ବିଜୁ ବାବୁ ଏହାକୁ ଏକ ସ୍ୱତନ୍ତ୍ର ଜିଲ୍ଲା କରିଥିଲେ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ବିଜୁବାବୁଙ୍କ ମହାନ ଉଦ୍ଦେଶ୍ୟକୁ ଆଖିରେ ରଖି ରାଜ୍ୟ ସରକାର ଦେବଗଡରେ ବିକାଶ କାର୍ଯ୍ୟକ୍ରମକୁ ତ୍ୱରାନ୍ୱିତ କରିବା ପାଇଁ ପଦକ୍ଷେପ ନେଉଛନ୍ତି ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ଦେବଗଡ ଜିଲ୍ଲାରେ ଆଜି ୭ ଶହ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିଥିଲେ । ଏଥିରେ ୫୭୦ କୋଟି ଟଙ୍କାର ପ୍ରକଳ୍ପ ପାଇଁ ଭିତ୍ତିପ୍ରସ୍ତର ଦିଆଯାଇଥିବା ବେଳେ ୧୩୬ କୋଟି ଟଙ୍କାର ପ୍ରକଳ୍ପର ଉଦ୍‌ଘାଟନ କରାଯାଇଛି ।

ଜିଲ୍ଲାରେ ଶିକ୍ଷାବିକାଶ କାର୍ଯ୍ୟ କ୍ରମ ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ୫-ଟି କାର୍ଯ୍ୟକ୍ରମରେ ଜିଲ୍ଲାର ସମସ୍ତ ୮୭ ଟି ସରକାରୀ ହାଇସ୍କୁଲର ରୂପାନ୍ତର କରାଯିବ । ମୁଖ୍ୟମନ୍ତ୍ରୀ କହିଥିଲେ ଯେ ତିନୋଟି ମେଗା ପାଇପ୍‌ ପାଣି ଯୋଜନା କାର୍ଯ୍ୟକାରୀ କରାଯାଇ ଜିଲ୍ଲାର ସମସ୍ତ ତିନୋଟି ବ୍ଲକକୁ ପାଇପ୍‌ ପାଣିର ସୁବିଧା ଯୋଗାଇ ଦେବା ପାଇଁ ପଦକ୍ଷେପ ନିଆଯାଇଛି ।

ମୁଖ୍ୟମନ୍ତ୍ରୀ ଦେବଗଡ ପୌରାଞ୍ଚଳ ପାଇଁ ମଧ୍ୟ ଏକ ପାନୀୟ ଜଳ ପ୍ରକଳ୍ପର ଭିତ୍ତି ପ୍ରସ୍ତର ରଖିଥିଲେ । ଏହା ସହିତ ଦେବଗଡରେ ଏକ ତିନିଶହ ଶଯ୍ୟା ବିଶିଷ୍ଟ ଆଧୁନିକ ହସ୍ପିଟାଲ ପାଇଁ ମୁଖ୍ୟମନ୍ତ୍ରୀ ମଧ୍ୟ ଭିତ୍ତି ପ୍ରସ୍ତର ରଖିଥିଲେ । ଏଥିପାଇଁ ୧୧୫ କୋଟି ଟଙ୍କା ବିନିଯୋଗ କରାଯିବ । ଏହାଦ୍ୱାରା ଦେବଗଡବାସୀ ଗୁଣାତ୍ମକ ମାନର ଚିକିତ୍ସା ସୁବିଧା ପାଇପାରିବେ ।

ସ୍ମାର୍ଟ ହେଲ୍‌ଥ କାର୍ଡ ଯୋଜନା ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ଏହାଦ୍ବାରା ରାଜ୍ୟର ୯୬ ଲକ୍ଷ ପରିବାରର ସାଢେ ତିନି କୋଟି ଲୋକ ଉପକୃତ ହେବେ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହାଦ୍ବାରା ଆମର ଗରିବ ଲୋକମାନେ ସ୍ବାସ୍ଥ୍ୟ ସେବା ପାଇଁ ଅନେକ ସମସ୍ୟାରୁ, ବିଶେଷକରି ଆର୍ଥିକ ସମସ୍ୟାରୁ ମୁକ୍ତ ହୋଇପାରିବେ । ଲୋକମାନେ ସ୍ବାସ୍ଥ୍ୟ ସମସ୍ୟାରେ ପଡିଲେ ଚିକିତ୍ସା ପାଇଁ କିପରି ଜମିବାଡି ବିକିବାକୁ ବାଧ୍ୟ ହୁଅନ୍ତି, ପିଲାଙ୍କ ପାଠପଢା ବନ୍ଦ କରନ୍ତି, ସେ ସବୁ ସମସ୍ୟା ବିଷୟରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ଏହା ତାଙ୍କୁ ବହୁତ ଦୁଃଖ ଦେଇଥାଏ। ବର୍ତ୍ତମାନ ଲୋକମାନେ ବିନା କୌଣସି ଅସୁବିଧାରେ କାର୍ଡ ଖଣ୍ଡିଏ ଧରି ଦେଶର ୨୦୦ ବଡ ବଡ ହସ୍‌ପିଟାଲରେ ଭଲ ଚିକିତ୍ସା ପାଇପାରିବେ । ଏଥିପାଇଁ ଟଙ୍କାଟିଏ ବି ଖର୍ଚ୍ଚ କରିବାକୁ ପଡିବ ନାହିଁ ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ତାଙ୍କ ପାଇଁ ପ୍ରତିଟି ଜୀବନ ମୂଲ୍ୟବାନ। ଚାଷୀ ହେଉ ବା ମୂଲିଆ ବା ରିକ୍‌ସା ବାଲା – ସମସ୍ତେ ସମ୍ମାନର ସହ ବଞ୍ଚନ୍ତୁ । ଏହା ତାଙ୍କର ବିଭିନ୍ନ କଲ୍ୟାଣ କାର୍ଯ୍ୟକ୍ରମର ଲକ୍ଷ୍ୟ ।

କାର୍ଯ୍ୟକ୍ରମରେ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ ଶକ୍ତିମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ପ୍ରମୁଖ ସେମାନଙ୍କ ଭାଷଣରେ ରାଜ୍ୟ ସରକାରଙ୍କ ବିଭିନ୍ନ ବିକାଶ ଓ କଲ୍ୟାଣ କାର୍ଯ୍ୟକ୍ରମ ବିଶେଷ କରି ସ୍ବାସ୍ଥ୍ୟ ସେବାର ଉନ୍ନତି ପାଇଁ ମୁଖ୍ୟମନ୍ତ୍ରୀ ଙ୍କ ଦୂରଦୃଷ୍ଟି ସମ୍ପନ୍ନ ଯୋଜନା ଦେଶରେ ଓଡ଼ିଶାର ସମ୍ମାନ ବଢ।ଇଛି ବୋଲି ମତ ଦେଇଥିଲେ । ବିଧାୟକ ସୁବାସ ପାଣିଗ୍ରାହୀ ଏହି ସ୍ମାର୍ଟ ହେଲ୍‌ଥ କାର୍ଡ ପାଇଁ ମୁଖ୍ୟମନ୍ତ୍ରୀ ଙ୍କୁ ଧନ୍ୟବାଦ ଜଣାଇବା ସହ ଜିଲ୍ଲାର ସମସ୍ୟା ସମ୍ପର୍କରେ ଦୃଷ୍ଟି ଆକର୍ଷଣ କରିଥିଲେ । ମନ୍ତ୍ରୀ ସୁଶାନ୍ତ ସିଂହ ଧନ୍ୟବାଦ ଅର୍ପଣ କରିଥିଲେ ।

Previous Post

ଓସିଏସ୍ ପରୀକ୍ଷାରେ ୧୫୩ କୃତକାର୍ଯ୍ୟ, ଅଶ୍ୱିନୀ ପଣ୍ଡା ଟପ୍ପର୍

Next Post

ବରିଷ୍ଠ ସାମ୍ବାଦିକ ନବୀନ ଦାସ ପୁଅଙ୍କ ମୃତଦେହ ପୋଖରୀରୁ ମିଳିଲା

Next Post
ବରିଷ୍ଠ ସାମ୍ବାଦିକ ନବୀନ ଦାସ ପୁଅଙ୍କ ମୃତଦେହ ପୋଖରୀରୁ ମିଳିଲା

ବରିଷ୍ଠ ସାମ୍ବାଦିକ ନବୀନ ଦାସ ପୁଅଙ୍କ ମୃତଦେହ ପୋଖରୀରୁ ମିଳିଲା

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA