Friday, August 28, 2026 09:32 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ମାଲକାନଗିରିରେ ସ୍ମାର୍ଟ ହେଲଥ୍ କାର୍ଡ ବଣ୍ଟନର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ବଣ୍ଡା ମହିଳା ଶୁକ୍ରୀ ଧାଙ୍ଗଡ଼ା ମାଝୀଙ୍କୁ ପ୍ରଥମ ସ୍ମାର୍ଟ କାର୍ଡ

by Our Correspondent
20 Aug, 2021- 03:13 PM
in Latest News, News
1 min read
0
ମାଲକାନଗିରିରେ ସ୍ମାର୍ଟ ହେଲଥ୍ କାର୍ଡ ବଣ୍ଟନର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ମାଲକାନଗିରି/ଭୁବନେଶ୍ୱର: ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ ହେଲଥ୍ କାର୍ଡ ବଣ୍ଟନ ଆଜିଠାରୁ ଆରମ୍ଭ ହୋଇଛି । ମାଲକାନଗିରିରେ ବଣ୍ଡା ଜନଜାତି ମହିଳା ଶୁକ୍ରୀ ଧାଙ୍ଗଡ଼ା ମାଝୀଙ୍କୁ ପ୍ରଥମ ସ୍ମାର୍ଟ କାର୍ଡ ଦେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାର ଶୁଭାରମ୍ଭ କରିଛନ୍ତି । ରାଜ୍ୟର ୯୬ ଲକ୍ଷ ପରିବାରକୁ ଏହି କାର୍ଡ ଦିଆଯିବ ଏବଂ ସେପ୍ଟେମ୍ବର ପହିଲାରୁ ଏହା କାର୍ଯ୍ୟକ୍ଷମ ହେବ । ଏହି କାର୍ଡରେ ପରିବାର ପାଇଁ ୫ ଲକ୍ଷ ଟଙ୍କା ଓ ମହିଳାଙ୍କ ପାଇଁ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଚିକିତ୍ସା ସୁବିଧା ରାଜ୍ୟ ତଥା ରାଜ୍ୟ ବାହାରର ୨୦୦ ହସ୍ପିଟାଲ୍ ରେ ଉତ୍ପଲବ୍ଧ ହେବ । ଏହି ନୂଆ ବ୍ୟବସ୍ଥାରେ ରୋଗୀଙ୍କୁ ହସ୍ପିଟାଲ୍ ରେ କୌଣସି କାଗଜପତ୍ର ଦେବାକୁ ପଡ଼ିବ ନାହିଁ । ଏଭଳି ସୁବିଧା ଦେବାରେ ଓଡିଶା ସାରା ଦେଶରେ ପ୍ରଥମ ।

ଦେଶର ସ୍ୱାସ୍ଥ୍ୟ ସେବା କ୍ଷେତ୍ରରେ ଏହା ଏକ ଐତିହାସିକ ପଦକ୍ଷେପ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । କାର୍ଡ ବଣ୍ଟନର ଶୁଭାରମ୍ଭ କରି ମୁଖ୍ୟମନ୍ତ୍ରୀ କହିଥିଲେ, ମୋ ପାଇଁ ପ୍ରତିଟି ଜୀବନ ମୂଲ୍ୟବାନ । ସେ ଚାଷୀ ହେଉ ବା ମୂଲିଆ, ଛୋଟ ଦୋକାନୀ ହେଉ, ବା ରିକ୍ସା ବାଲା, ଟ୍ରଲି ବାଲା କିମ୍ବା ଦୂର ଦୂରାନ୍ତରେ ରହୁଥିବା ଜନଜାତି ଭାଇ ଭଉଣୀ, ବା ସାଧାରଣ ଲୋକ, ସେ ଗାଁ ରେ ରହୁ ବା ସହରରେ, ସମସ୍ତଙ୍କ ଜୀବନ ମୋ ପାଇଁ ମୂଲ୍ୟବାନ । ମୁଁ ଚାହେଁ ସମସ୍ତେ ସୁସ୍ଥ ରୁହନ୍ତୁ । ଚିକିତ୍ସା ପାଇଁ ଟଙ୍କା କେବେ ବାଧକ ନ ହେଉ। ସମସ୍ତେ ସୁସ୍ଥ ରହି ନିଜ ପରିବାରର ଉନ୍ନତି ପାଇଁ କାମ କରନ୍ତୁ । ପ୍ରତି ପରିବାରର ଉନ୍ନତି ରେ ହିଁ ରାଜ୍ୟର ଉନ୍ନତି ବୋଲି ସେ କହିଥିଲେ।

ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ମହିଳା ମାନଙ୍କ ପାଇଁ ଚିକିତ୍ସା ଖର୍ଚ୍ଚ ୧୦ ଲକ୍ଷ ଟଙ୍କାକୁ କିପରି ବୃଦ୍ଧି ହେଲା ସେ ସଂପର୍କରେ ସୂଚନା ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ ‘୨୦୧୮ ମସିହାରେ ମାଲକାନଗିରି ପାଇଁ ଆମ ଗାଁ ଆମ ବିକାଶ କାର୍ଯ୍ୟକ୍ରମ ଚାଲିଥିଲା । ମୁଁ ଲୋକସେବା ଭବନରୁ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲି । ସେ ସଭାରେ ଝିଅଟିଏ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ମା ମାନଙ୍କ ପାଇଁ ଚିକିତ୍ସା ଖର୍ଚ୍ଚ ବୃଦ୍ଧି କରିବା ପାଇଁ ପ୍ରସ୍ତାବ ଦେଲା । ଝିଅଟିର ସାହସ ଓ ବୁଦ୍ଧିକୁ ସମସ୍ତେ ସେ ଦିନ ତାରିଫ କରିଥିଲେ । ଝିଅଟି ଥିଲା ଆମ ମାଲକାନଗିରିର ମମତା ପଡିଆମୀ । ତାଙ୍କ ପ୍ରସ୍ତାବଟି ମୋତେ ବହୁତ ଭଲ ଲାଗି ଥିଲା ଏବଂ ମୁଁ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ମହିଳା ମାନଙ୍କ ଚିକିତ୍ସା ସୁବିଧା ୧୦ ଲକ୍ଷ ଟଙ୍କାକୁ ବୃଦ୍ଧି କରିବା ପାଇଁ ନିଷ୍ପତ୍ତି ନେଇଥିଲି ।”

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସ୍ୱାସ୍ଥ୍ୟ ଆମ ସମସ୍ତଙ୍କ ପାଇଁ ଗୁରୁତ୍ବପୂର୍ଣ୍ଣ । ସ୍ୱାସ୍ଥ୍ୟ ହିଁ ସମ୍ପଦ ବୋଲି କୁହାଯାଏ । ତେଣୁ ପରିବାରରେ କେହି ଅସୁସ୍ଥ ହୋଇପଡିଲେ, ଆମର ଚିନ୍ତା ବଢିଯାଇଥାଏ । ସବଠୁ ବଡ ଚିନ୍ତା ଥାଏ ଚିକିତ୍ସା ପାଇଁ ଆବଶ୍ୟକ ଟଙ୍କା । ଏଥିପାଇଁ କିଏ ଜମି ବିକିଥାଏ, କିଏ ସୁନା ବିକିଥାଏ, କିଏ ଋଣ କରିଥାଏ। କେହି କେହି ଚିକିତ୍ସା ଖର୍ଚ୍ଚ ପାଇଁ ପିଲାମାନଙ୍କ ପାଠପଢା ମଧ୍ୟ ବନ୍ଦ କରିଦେଇଥାନ୍ତି । କେହି କେହି ମଧ୍ୟ ଧାର କରଜ କରିଥାନ୍ତି ।

“ ଏଭଳି ଖବର ମୁଁ ଯେତେବେଳେ ଶୁଣେ, ମୋତେ ବହୁତ ଦୁଃଖ ଲାଗେ। ଆମର ଏହି ସ୍ମାର୍ଟ ହେଲଥ୍ କାର୍ଡ ଆପଣଙ୍କର ଏ ଦୁଃଖ ଲାଘବ କରିବ। ଚିକିତ୍ସା ବୋଝ କମ୍‌ କରିବାରେ ସାହାଯ୍ୟ କରିବ । ଆପଣଙ୍କ ଚିକିତ୍ସା ପାଇଁ ରାଜ୍ୟ ସରକାର ଖର୍ଚ୍ଚ କରୁଛନ୍ତି। ତେଣୁ ଏ ବାବଦ ଟଙ୍କାକୁ ଆପଣ ସଞ୍ଚୟ କରିପାରିବେ। ନିଜ ପିଲାଙ୍କ ପାଠପଢା ପାଇଁ, ପରିବାରର ଉନ୍ନତି ପାଇଁ ଖର୍ଚ୍ଚ କରିପାରିବେ ।”

ସୂଚନାଥାଉକି, ସ୍ମାର୍ଟ ହେଲଥ୍ କାର୍ଡ ରେ ୬୪ କେବି ର ଚିପ୍ସ ରହିଛି । ଏଥିରେ ହିତାଧିକାରୀଙ୍କ ସମସ୍ତ ତଥ୍ୟ ରହିଛି । ହିତାଧିକାରୀ ଚାହିଁଲେ ମୋ ସେବା କେନ୍ଦ୍ର କୁ ଯାଇ ନୂଆ ତଥ୍ୟ ଯୋଗ କରିପାରିବେ ।

ଏହି କାର୍ଯ୍ୟକ୍ରମରେ ରାଜ୍ୟ ମନ୍ତ୍ରୀମଣ୍ଡଳର ଅନେକ ସଦସ୍ୟ, ବିଧାୟକ, ସାଂସଦ ପ୍ରମୁଖ ଉପସ୍ଥିତ ଥିଲେ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ସ୍ଵାସ୍ଥ୍ୟ ସଚେତନତା ରଥର ଶୁଭାରମ୍ଭ କରିଥିଲେ ।

ଆମ ଗାଁ ଆମ ବିକାଶ କାର୍ଯ୍ୟକ୍ରମ ରେ ମହିଳାଙ୍କ ଚିକିତ୍ସା ଖର୍ଚ୍ଚ ବୃଦ୍ଧି ପାଇଁ ପ୍ରସ୍ତାବ ଦେଇଥିବା ମମତା ପତିଆମୀ ମଧ୍ୟ ସଭାରେ ଯୋଗଦେଇ ତାଙ୍କ ମତାମତ ଦେଇ ଥିଲେ ।

 

Previous Post

ସ୍ୱାସ୍ଥ୍ୟ ବିଭାଗରେ ୧୧,୦୦୬ ନର୍ସିଂ ଅଫିସର ପଦବୀ ସୃଷ୍ଟି

Next Post

ପୁଲିସ କ୍ଲିନଚିଟ୍ ପାଇଥିବା ଡିଏଫଓଙ୍କୁ ଘାଣ୍ଟିଲା କ୍ରାଇମବ୍ରାଞ୍ଚ

Next Post
ପୁଲିସ କ୍ଲିନଚିଟ୍ ପାଇଥିବା ଡିଏଫଓଙ୍କୁ ଘାଣ୍ଟିଲା କ୍ରାଇମବ୍ରାଞ୍ଚ

ପୁଲିସ କ୍ଲିନଚିଟ୍ ପାଇଥିବା ଡିଏଫଓଙ୍କୁ ଘାଣ୍ଟିଲା କ୍ରାଇମବ୍ରାଞ୍ଚ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA