Friday, March 13, 2026 11:10 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

ନୂଆ ରୂପରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା

ରାଜ୍ୟର ସାଢେ ତିନି କୋଟି ଲୋକଙ୍କୁ ସ୍ମାର୍ଟ ହେଲ୍‌ଥ କାର୍ଡ 

by Our Correspondent
15 Aug, 2021- 11:49 AM
in Latest News, News
1 min read
0
ନୂଆ ରୂପରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା

• ରାଜ୍ୟର ସାଢେ ତିନି କୋଟି ଲୋକଙ୍କୁ ସ୍ମାର୍ଟ ହେଲ୍‌ଥ କାର୍ଡ 

• ସାରା ଓଡିଶାରେ ପର୍ଯ୍ୟାୟକ୍ରମେ ଲୋକଙ୍କୁ ମିଳିବ କାର୍ଡ

• ସ୍ମାର୍ଟ ହେଲ୍‌ଥ କାର୍ଡ ଦେବାରେ ଓଡିଶା ଦେଶର ପ୍ରଥମ ରାଜ୍ୟ

• ପରିବାର ପାଇଁ ୫ ଲକ୍ଷ  ଓ ମହିଳାଙ୍କ ପାଇଁ ୧୦ ଲକ୍ଷ ପର୍ଯ୍ୟନ୍ତ ଚିକିତ୍ସା ସୁବିଧା 

• ୨୦୦ରୁ ଅଧିକ ଘରୋଇ ଡାକ୍ତରଖାନାରେ ମାଗଣାରେ ଚିକିତ୍ସା ସୁବିଧା 

ଭୁବନେଶ୍ୱର: ଆଜି ୭୫ତମ ସ୍ୱାଧୀନତା ଦିବସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଦେଇଛନ୍ତି ଏକ ବଡ଼ ଉପହାର । ବିଜୁ ସ୍ୱାସ୍ଥ୍ୟ କଲ୍ୟାଣକୁ ନୂଆ ରୂପରେ ଲାଗୁ କରାଯାଇ ସ୍ମାର୍ଟ ହେଲଥ୍ କାର୍ଡ ପ୍ରଚଳନ କରାଯାଇଛି । ରାଜ୍ୟର ସାଢ଼େ ତିନି କୋଟି ଲୋକଙ୍କୁ ଏହା ମିଳିବ । ଏହି କାର୍ଡରେ ପରିବାର ପାଇଁ ପ୍ରତିବର୍ଷ ୫ ଲକ୍ଷ ଏବଂ ମହିଳାଙ୍କ ପାଇଁ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଚିକିତ୍ସା ସୁବିଧା ମିଳିବ । ରାଜ୍ୟ ତଥା ଦେଶର ୨୦୦ରୁ ଅଧିକ ଘରୋଇ ଡାକ୍ତରଖାନାରେ ଏଥିରୁ ଚିକିତ୍ସା ସୁବିଧା ମିଳିପାରିବ । ଏଭଳି ଯୋଜନା ଲାଗୁ କରିବାରେ ସାରା ଦେଶରେ ଓଡ଼ିଶା ପ୍ରଥମ ରାଜ୍ୟ ହୋଇଛି । ଏଥିସହ ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଏକ ନୂଆ ଇତିହାସ ଯୋଡି ହୋଇଛି ।

ମୁଖ୍ୟମନ୍ତ୍ରୀ କହିଥିଲେ, ‘ସାରା ଓଡିଶା ମୋ ପରିବାର। ମୋ ପାଇଁ ପ୍ରତି ଜୀବନ ମୂଲ୍ୟବାନ। ଯେତେବେଳେ ଲୋକମାନେ ଚିକିତ୍ସା ପାଇଁ ଜମି ବିକିବା, ସୁନା ବିକିବା ଓ ପିଲାଙ୍କ ପାଠ ବନ୍ଦ କରିବା ଖବର ମିଳେ, ସେତେବେଳେ ମୋତେ ବହୁତ କଷ୍ଟ ଲାଗେ । ଲୋକଙ୍କର ଏହି ଦୁଃଖ ଦୂର କରିବା ପାଇଁ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ନୂଆ ରୂପରେ ଲାଗୁ କରାଯାଉଛି ।

ରାଜ୍ୟର ୯୬ ଲକ୍ଷ ପରିବାର,(ସାଢେ ତିନି କୋଟି) ଲୋକଙ୍କୁ ସ୍ମାର୍ଟ ହେଲ୍‌ଥ କାର୍ଡ ମିଳିବ। ସାରା ଓଡିଶାରେ ପର୍ଯ୍ୟାୟକ୍ରମେ ଏହି କାର୍ଡ ଦିଆଯିବ । ଏଭଳି ସ୍ମାର୍ଟ ହେଲ୍‌ଥ କାର୍ଡ ଦେବାରେ ଓଡିଶା ଦେଶର ପ୍ରଥମ ରାଜ୍ୟ। ଜାତୀୟ ଖାଦ୍ୟ ସୁରକ୍ଷା ହିତାଧିକାରୀ, ରାଜ୍ୟ ଖାଦ୍ୟ ସୁରକ୍ଷା ହିତାଧିକାରୀ, ଅନ୍ନପୂର୍ଣ୍ଣା ଓ ଅନ୍ତଦ୍ୟୋୟ ହିତାଧିକାରୀ, ସମସ୍ତଙ୍କୁ ଏହି ସ୍ମାର୍ଟ ହେଲ୍‌ଥ କାର୍ଡ ମିଳିବ । ଏଥିରେ ପରିବାର ପାଇଁ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଓ ମହିଳାଙ୍କ ପାଇଁ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଚିକିତ୍ସା ସୁବିଧା ପ୍ରତି ବର୍ଷ ମିଳିବ। ଓଡିଶା ସମେତ ସାରା ଦେଶର ୨୦୦ରୁ ଅଧିକ ବଡ ବଡ ହସ୍‌ପିଟାଲ ଚେନ୍‌ ମାନଙ୍କରେ ମାଗଣାରେ ଚିକିତ୍ସା ସୁବିଧା ମିଳିବ ।

‘ସାରା ଦେଶର ସ୍ୱାସ୍ଥ୍ୟ ସେବା କ୍ଷେତ୍ରରେ ଏହା ନୂଆ ଇତିହାସ ସୃଷ୍ଟି କରିବ । ମୋର ବିଶ୍ୱାସ, ମୋର ପ୍ରିୟ ଓଡିଶାବାସୀଙ୍କୁ ସ୍ୱାସ୍ଥ୍ୟ ନିରାପତ୍ତାକୁ ଆହୁରି ସୁଦୃଢ କରିବାରେ ଏହି ବ୍ୟବସ୍ଥା ବିଶେଷ ସାହାଯ୍ୟ କରିବ । ରାଜ୍ୟରେ ସ୍ୱାସ୍ଥ୍ୟ ସେବା ବିକାଶରେ ଏହା ଏକ ନୂଆ ଯୁଗ ଆରମ୍ଭ କରିବ’ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । 

ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳନ: ଆଜି ଭୁବନେଶ୍ୱର ପଦର୍ଶନୀ ପଡିଆରେ ରାଜ୍ୟସ୍ତରୀୟ ୭୫ତମ ସ୍ୱାଧୀନତା ଦିବସ ପାଳିତ ହୋଇଥିଲା । ରାଜ୍ୟ ସ୍ତରୀୟ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜାତୀୟ ପତାକା ଉତ୍ତୋଳନ କରି ଅଭିବାଦନ ଗ୍ରହଣ କରିଥିଲେ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଜାତିର ପିତା ମହାତ୍ମା ଗାନ୍ଧୀ ଓ ଅନ୍ୟ ବରପୁତ୍ର ମାନଙ୍କ ଉଦ୍ଦେଶ୍ୟରେ ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ଦେଶର ଅଖଣ୍ଡତା ଓ ଶାନ୍ତି ରକ୍ଷା ପାଇଁ ଶହୀଦ ହୋଇଥିବା ଅମର ଜବାନ ଏବଂ କରୋନା ଲଢେଇରେ ଶହୀଦ ହୋଇଥିବା କୋଭିଡ ଯୋଦ୍ଧା ମାନଙ୍କ ପ୍ରତି ମଧ୍ୟ ମୁଖ୍ୟମନ୍ତ୍ରୀ ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ୭୫ ବର୍ଷ ଗୋଟିଏ ଦେଶ ପାଇଁ, ଜାତି ପାଇଁ ବହୁତ ବଡ ସମୟ ନ ହେଲେ ମଧ୍ୟ ଏହାର ବିଶେଷ ଗୁରୁତ୍ବ ରହିଛି। ଭାରତର ଗଣତନ୍ତ୍ରକୁ ଆମର ସବୁଠାରୁ ବଡ ସଫଳତା ଭାବରେ ବର୍ଣ୍ଣନା କରି ଦେଶର ବିକାଶ ପ୍ରକ୍ରିୟାରେ ଏହା ସମସ୍ତଙ୍କୁ ଭାଗୀଦାର କରିବାରେ ସଫଳ ହୋଇଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ସେ ପୁଣି କହିଥିଲେ ଯେ Investment in Youth is investment in future. ୪୦ ବର୍ଷର ବ୍ୟବଧାନ ପରେ ଭାରତୀୟ ହକି ଟୋକିଓ ଅଲମ୍ପିକ୍‌ସ ରେ ପଦକ ପାଇଥିବାରୁ ମୁଖ୍ୟମନ୍ତ୍ରୀ ଖୁସିବ୍ୟକ୍ତ କରିବା ସହ ଆମ ଖେଳାଳୀ ମାନଙ୍କ ପାଇଁ ସାରା ଦେଶ ଗର୍ବିତ ବୋଲି କହିଥିଲେ । ଭାରତୀୟ ହକି ଦଳକୁ ବିଶ୍ବର ଶ୍ରେଷ୍ଠ ଦଳ ଭାବରେ ଗଢିତୋଳିବା ପାଇଁ ସବୁପ୍ରକାର ସହଯୋଗ ଯୋଗାଇ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ ।

ରାଜ୍ୟରେ ଶିକ୍ଷା କ୍ଷେତ୍ରରେ ଚାଲିଥିବା ରୂପାନ୍ତର ବିଷୟରେ ସୂଚନା ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ୫-ଟି ଉପକ୍ରମରେ ପ୍ରଥମ ପର୍ଯ୍ୟାୟରେ ୧୦୭୨ ସ୍କୁଲର ରୂପାନ୍ତର କରାଯାଇଛି । ସେହିପରି ମୋ ସ୍କୁଲ ଅଭିଯାନରେ ୫ ଲକ୍ଷରୁ ଅଧିକ ପୁରାତନ ଛାତ୍ରଛାତ୍ରୀ, ୩୨ ହଜାରରୁ ଅଧିକ ସ୍କୁଲର ବିକାଶ ପାଇଁ ଆଗେଇ ଆସିଥିବାରୁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଧନ୍ୟବାଦ ଜଣାଇଥିଲେ ।

କୋଭିଡ ମହାମାରୀକୁ ବିଶ୍ୱ ଇତିହାସର ସବୁଠାରୁ ବଡ ସ୍ୱାସ୍ଥ୍ୟ ସମସ୍ୟା ଭାବରେ ବର୍ଣ୍ଣନା କରି ଏହାର ମୁକାବିଲାରେ ମାନବ ଜାତି ନିଶ୍ଚୟ ସଫଳ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶାବ୍ୟକ୍ତ କରିଥିଲେ । କୋଭିଡ ସମୟରେ ଦେଶର ୧୭ଟି ରାଜ୍ୟକୁ ଦୁଇ ମାସ ଧରି ମେଡିକାଲ ଅକ୍‌ସିଜେନ ନିରନ୍ତର ଭାବରେ ଯୋଗାଇ ଓଡିଶା ବହୁ ମୂଲ୍ୟବାନ ଜୀବନ ବଞ୍ଚାଇପାରିଛି ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିବା ସହିତ ଏହା ଓଡିଶା ପାଇଁ ଗର୍ବର ବିଷୟ ବୋଲି କହିଥିଲେ ।

ଓଡିଶାର ଗୌରବମୟ ଭବିଷ୍ୟତ ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆଜି ଓଡିଶା ବିଭିନ୍ନ କ୍ଷେତ୍ରରେ ବିକାଶର ନୂଆ ନୂଆ ମାଇଲଖୁଣ୍ଟ ହାସଲ କରୁଛି । ସମସ୍ତଙ୍କ ସହଯୋଗରେ ଓଡିଶା ଆଗାମୀ ଦିନରେ ତାର ପରିଚୟକୁ ଆହୁରି ଉଜ୍ଜଳ କରିପାରିବ ବୋଲି ଦୃଢ ଆଶା ପୋଷଣ କରିଥିଲେ ।

Previous Post

ଓଡ଼ିଶାର ୨ ସହିଦ କମାଣ୍ଡୋଙ୍କୁ ଶୌର୍ଯ୍ୟ ଚକ୍ର ସମ୍ମାନ

Next Post

ଇଣ୍ଡିଆନ୍ ଆଇଡଲ୍ ବିଜେତା ହେଲେ ପୱନଦୀପ୍ ରାଜନ

Next Post
ଇଣ୍ଡିଆନ୍ ଆଇଡଲ୍ ବିଜେତା ହେଲେ ପୱନଦୀପ୍ ରାଜନ

ଇଣ୍ଡିଆନ୍ ଆଇଡଲ୍ ବିଜେତା ହେଲେ ପୱନଦୀପ୍ ରାଜନ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19163 shares
    Share 7665 Tweet 4791
  • ନବୀନ..ନବୀନ, ମୋହନ..ମୋହନ

    16599 shares
    Share 6640 Tweet 4150
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7298 shares
    Share 2919 Tweet 1825
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5814 shares
    Share 2326 Tweet 1454
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5483 shares
    Share 2193 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA