ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ(ସୋଆ)କୁ ସୋସିଆଲ୍ ଲିଡରସିପ୍ ଆୱାର୍ଡରେ ସମ୍ମାନିତ କରାଯାଇଛି । ଇଣ୍ଡିଆନ୍ ଚାମ୍ବର ଅଫ କମର୍ସର ୱିମେନ୍ ଏଣ୍ଟରପ୍ରିନ୍ୟୁରସିପ୍ କାଉନସିଲ୍ ଦ୍ୱାରା ଆୟୋଜିତ ଭାରତର ପ୍ରଥମ ମହିଳା ଉଦ୍ୟୋଗୀ ମେଳା ଅବସରରେ ସମ୍ବର୍ଦ୍ଧିତ କରାଯାଇଥିବା ବେଳେ ସୋଆ ପକ୍ଷରୁ ଲୋକସମ୍ପର୍କ ଅଧିକାରୀ ଶୁଭଦର୍ଶିନୀ ମିଶ୍ର ପୂର୍ବତନ ମିସ୍ ୟୁନିଭର୍ସ ତଥା ବଲିଉଡ୍ ଅଭିନେତ୍ରୀ ଲାରା ଦତ୍ତଙ୍କଠାରୁ ଏହି ସମ୍ମାନ ଗ୍ରହଣ କରିଥିଲେ ।
ଭୁବନେଶ୍ୱର ଜନତା ମଇଦାନଠାରେ ବୁଧବାର ଆରମ୍ଭ ହୋଇଥିବା ଏହି ମହିଳା ଉଦ୍ୟୋଗୀ ମେଳାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନଫରେନ୍ସ ମାଧ୍ୟମରେ ଉଦଘାଟନ କରିଥିଲେ । ଏହି ଅବସରରେ ଉଚ୍ଚଶିକ୍ଷା ଓ କୃଷିମନ୍ତ୍ରୀ ଡକ୍ଟର ଅରୁଣ ସାହୁ ଓ ପଶ୍ଚିମ ଓଡ଼ିଶା ବିକାଶ ପରିଷଦର ଅଧ୍ୟକ୍ଷ ଅସିତ୍ ତ୍ରିପାଠୀ ମଧ୍ୟ ଉପସ୍ଥିତ ଥିଲେ । ମେଳାରେ ଲାରା ଦତ୍ତ ବଲିଉଡ୍ ରେ ନିଜର ଅନୁଭୂତି ଏବଂ ମହିଳା ସଶକ୍ତିକରଣ ସମ୍ପର୍କରେ ମତ ରଖିଥିଲେ । ୧୦୦ ରୁ ଅଧିକ ମହିଳା ଉଦ୍ୟୋଗୀ ସାମିଲ ହୋଇଥିବା ଏହି ମେଳାରେ ଶିକ୍ଷା ଓ ଅନୁସନ୍ଧାନକୁ ସାମାଜିକ ଦାୟିତ୍ୱ ନିମନ୍ତେ ସମ୍ମାନିତ କରାଯାଇଛି ।
ରାଜ୍ୟର କୋଣ ଅନୁକୋଣରୁ ଛୋଟ ବଡ଼ ବହୁ ମହିଳା ଉଦ୍ୟୋଗୀ ସାମଇଳ୍ ହୋଇଥିବା ଏହି ମେଳା ଆସନ୍ତା ୮ ତାରିଖ ଯାଏ ଚାଲିବ ।