Friday, May 15, 2026 04:51 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ସୋଆ ଏସ୍ଏଚ୍ଏମ୍ ପକ୍ଷରୁ ଏପ୍ରିଲ “ପଖାଳ ଉତ୍ସବ” ଆରମ୍ଭ

by Our Correspondent
07 Apr, 2025- 07:50 PM
in News
1 min read
0
ସୋଆ ଏସ୍ଏଚ୍ଏମ୍ ପକ୍ଷରୁ ଏପ୍ରିଲ “ପଖାଳ ଉତ୍ସବ” ଆରମ୍ଭ

ଭୁବନେଶ୍ୱର : ଓଡିଶାର ପାରମ୍ପରିକ ଖାଦ୍ୟ ‘ପଖାଳ’ ପ୍ରତ୍ୟେକ ଓଡ଼ିଆଙ୍କ ଘରେ ବେଶ ଆଦୃତ । ଯଦିଓ ଖରାଦିନେ ଏହା ଖାଇବାକୁ ବେଶି ଭଲ ଲାଗେ ତେବେ ଓଡ଼ିଶାରେ ସ୍ୱାସ୍ଥ୍ୟଗତ ଦୃଷ୍ଟିରୁ ବର୍ଷକ ବାର ମାସ ଲୋକମାନେ ପଖାଳ ଖାଇବାକୁ ଭଲ ପାଇଥାନ୍ତି । ପ୍ରତ୍ୟେକ ଓଡ଼ିଆଙ୍କର ଏହି ପସନ୍ଦର ଖାଦ୍ୟର ଅଧିକ ପ୍ରଚାର ଓ ପ୍ରସାର କରିବା ଉଦ୍ଦେଶ୍ୟରେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ସ୍କୁଲ୍ ଅଫ୍ ହୋଟେଲ୍ ମ୍ୟାନେଜମେଂଟ (ଏସ୍ଏଚ୍ଏମ୍ ) ପକ୍ଷରୁ ଅନ୍ୟ ବର୍ଷ ପରି ଚଳିତ ବର୍ଷ ମଧ୍ୟ ଏପ୍ରିଲ୍ ୯ ରୁ ୧୩ ତାରିଖ ପର୍ଯ୍ୟନ୍ତ ‘ପଖାଳ ଉତ୍ସବ’ର ଆୟୋଜନ କରାଯାଇଛି ।

ପାଂଚ ଦିନ ବ୍ୟାପି ଚାଲିବାକୁ ଥିବା ଏହି ଉତ୍ସବରେ ପଖାଳ ସାଙ୍ଗକୁ ବିଭିନ୍ନ କିସମର ବ୍ୟଞ୍ଜନ ପ୍ରସ୍ତୁତ କରାଯିବାର ବ୍ୟବସ୍ଥା କରାଯାଇଛି । ପାରମ୍ପରିକ ବ୍ୟଞ୍ଜନ ପରିବେଷଣ ସହିତ ଓଡ଼ିଶାର ସଂସ୍କୃତି ଓ ପରମ୍ପରାକୁ ବଜାୟ ରଖି ପ୍ରତ୍ୟେକ ଓଡିଆଙ୍କ ଖାଦ୍ୟରୁଚି ତଥା ଭାବଧାରାକୁ ସର୍ବସାଧାରଣଙ୍କ ନିକଟରେ ପହଂଚାଇବା ଏହି ପଖାଳ ଉତ୍ସବର ମୁଖ୍ୟ ଉଦ୍ଦେଶ୍ୟ ବୋଲି ଡିନ୍ ପ୍ରଫେସର ସୁଶାନ୍ତ ରଞ୍ଜନ ଚଇନି ସୂଚନା ଦେଇଛନ୍ତି । ଖରାଦିନେ ପ୍ରତ୍ୟେକ ଓଡ଼ିଆ ଖରା ତାତିକୁ ଏଡ଼ାଇବା ପାଇଁ ପଖାଳ ଖାଇବାକୁ ହିଁ ପସନ୍ଦ କରିଥାନ୍ତି ବୋଲି ସେ କହିଛନ୍ତି ।

ପଖାଳ ମହାପ୍ରଭୁ ଜଗନ୍ନାଥଙ୍କ ପ୍ରିୟ ଖାଦ୍ୟ ହୋଇଥିବା ବେଳେ ଏହା ଶ୍ରୀମନ୍ଦିରରେ ଭୋଗ ଲାଗିଥାଏ । ନେପାଳ, ବାଂଲାଦେଶ ଓ ମିଆଁମାର ଭଳି ଦେଶଗୁଡ଼ିକରେ ମଧ୍ୟ ଲୋକମାନେ ପଖାଳ ଖାଇବାକୁ ପସନ୍ଦ କରିଥାନ୍ତି ।

ଅତିଥିମାନଙ୍କୁ ଏସ୍ଏଚ୍ଏମ୍ ରେ ୫ ଦିନ ବ୍ୟାପି ଅନୁଷ୍ଠିତ ହେବାକୁ ଥିବା ଏହି ଉତ୍ସବରେ ପ୍ରତ୍ୟେକ ଦିନ ୧୨ ଟାରୁ ୩ ଟା ପର୍ଯ୍ୟନ୍ତ ପଖାଳ ପରଷା ଯିବ । ଏହି ଉତ୍ସବକୁ ଏସ୍ଏଚ୍ଏମ୍ ଛାତ୍ରଛାତ୍ରୀ ମାନେ ହିଁ ସଂଚାଳନ କରିବେ ।

ଏହି ପଖାଳ ଉତ୍ସବରେ ଅତିଥି ମାନଙ୍କୁ ଉଷୁନା ପଖାଳ, ଅରୁଆ ପଖାଳ, ଦହି ପଖାଳ, ଅଦା ପଖାଳ ଏବଂ ଲେମ୍ବୁ ପଖାଳ ପ୍ରଭୃତି ପରଷା ଯିବାର ବ୍ୟବସ୍ଥା ରହିଛି । ସେହିପରି ପଖାଳକୁ ସୁହାଇଲା ଭଳି ବିଭିନ୍ନ ପ୍ରକାରର ଆମିଷ ଓ ନିରାମିଷ ବ୍ୟଞ୍ଜନ ଯେପରିକି – ମାଛ ପତ୍ରପୋଡା, ଚିଙ୍ଗୁଡି ଛେଚା, ମାଛ ଭଜା, ମାଛ କାଲିଆ, ଛତୁ ପତ୍ରପୋଡା, ଆଳୁ ଭଜା, ବାଇଗଣ ଭଜା, ଆଳୁ ଓ ବାଇଗଣ ଭର୍ତା, ନଡ଼ିଆ ଭଜା, ସାଗ ବଡ଼ି ଭଜା, ପରିବା ଭଜା, ଆମ୍ବ ଛେଚା ଚଟଣୀ, ପୋଡା ଟମାଟୋ ଚଟଣୀ, ପନିର ଭୁର୍ଜି, ଆଳୁ କଲରା ବାଟି ତରକାରୀ ଓ ବଡି ଚୁରା ଇତ୍ୟାଦି ପରିବେଷଣ କରାଯିବ ।

 

 

Previous Post

ସପକ୍ଷବାଦୀଙ୍କ ଚାଲ୍: ‘ପାଣ୍ଡିଆନ ବଞ୍ଚାଓ, ଦେବାଶିଷ ହଟାଓ’!

Next Post

ସଂଖ୍ୟାଲଘୁଙ୍କ ସ୍ୱାର୍ଥର ସୁରକ୍ଷା ପାଇଁ ବିଜେଡି ପ୍ରତିଶ୍ରୁତିବଦ୍ଧ: ନବୀନ

Next Post
ସଂଖ୍ୟାଲଘୁଙ୍କ ସ୍ୱାର୍ଥର ସୁରକ୍ଷା ପାଇଁ ବିଜେଡି ପ୍ରତିଶ୍ରୁତିବଦ୍ଧ: ନବୀନ

ସଂଖ୍ୟାଲଘୁଙ୍କ ସ୍ୱାର୍ଥର ସୁରକ୍ଷା ପାଇଁ ବିଜେଡି ପ୍ରତିଶ୍ରୁତିବଦ୍ଧ: ନବୀନ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA