Tuesday, June 23, 2026 01:10 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ଅଙ୍ଗଦାନ କରୁଥିବା ବ୍ୟକ୍ତିଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ସମ୍ମାନର ସହ କରାଯିବ

ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି

by Our Correspondent
15 Feb, 2024- 06:32 PM
in Latest News, News
1 min read
0
ଅଙ୍ଗଦାନ କରୁଥିବା ବ୍ୟକ୍ତିଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ସମ୍ମାନର ସହ କରାଯିବ

ଭୁବନେଶ୍ୱର: ଅଙ୍ଗଦାନ କରି ଅନ୍ୟର ଜୀବନ ବଞ୍ଚାଉଥିବା ବ୍ୟକ୍ତିଙ୍କ ତ୍ୟାଗ ଓ ସାହସର ସ୍ୱୀକୃତି ସ୍ୱରୂପ ସେମାନଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ସମ୍ମାନର ସହ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଘୋଷଣା କରିଛନ୍ତି। ଏହା ଦ୍ୱାରା ଅଙ୍ଗଦାନ କ୍ଷେତ୍ରରେ ବ୍ୟାପକ ସଚେତନତା ଆସିବା ସହିତ ଅଙ୍ଗଦାନ କରି ଅନ୍ୟର ଜୀବନ ବଞ୍ଚାଇବା ପାଇଁ ଏହା ସମାଜ କୁ ପ୍ରେରଣା ଦେବ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଛନ୍ତି।

ଅଙ୍ଗଦାନ ଏକ ମହତ ଦାନ । ମସ୍ତିଷ୍କ ମୃତ୍ୟୁ ଘଟୁଥିବା ଲୋକଙ୍କ କ୍ଷେତ୍ରରେ ସେମାନଙ୍କ ଆତ୍ମୀୟମାନେ ସାହସିକ ନିଷ୍ପତ୍ତି ନେଇ ଅଙ୍ଗଦାନ ପାଇଁ ସ୍ୱୀକୃତି ପ୍ରଦାନ କରି ଅନ୍ୟମାନଙ୍କ ଜୀବନ ରକ୍ଷାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରୁଛନ୍ତି।

ରାଜ୍ୟ ସରକାର ଏହି ଅଙ୍ଗ ପ୍ରତ୍ୟାରୋପଣ ପ୍ରକ୍ରିୟାକୁ ଅଧିକ ସୁଗମ କରିବା ପାଇଁ ୨୦୧୯ ମସିହାରେ State Organ & Tissues Transplant Organization (SOTTO) ପ୍ରତିଷ୍ଠା କରିଛନ୍ତି।  ସେହିଭଳି ଅଙ୍ଗଦାନକୁ ଉତ୍ସାହିତ କରିବା ପାଇଁ ଓଡିଶା ସରକାର ୨୦୨୦ରୁ ସୁରଜ ପୁରସ୍କାର ଆରମ୍ଭ କରିଛନ୍ତି।

ସୂଚନାଯୋଗ୍ୟ ଯେ ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଅଞ୍ଚଳର ସୁରଜଙ୍କ ନାମରେ ଏହି ପୁରସ୍କାର ପ୍ରଚଳନ କରାଯାଇଛି। ସଡକ ଦୁର୍ଘଟଣାରେ ଗୁରୁତର ଆହତ ସୁରଜଙ୍କ ମସ୍ତିଷ୍କ ମୃତ୍ୟୁ ଘଟିଥିଲା। ତାଙ୍କ ପରିବାର ସୁରଜଙ୍କର ଶରୀରର ଗୁରୁତ୍ୱପୂର୍ଣ ଅଙ୍ଗଗୁଡିକୁ ପ୍ରଦାନ କରିବା ପାଇଁ ନିଷ୍ପତ୍ତି ନେଇଥିଲେ । ଏହି ଗୁରୁତ୍ୱପୂର୍ଣ ଅଙ୍ଗଗୁଡିକ ୬ ଜଣ ଲୋକଙ୍କ ଜୀବନ ରକ୍ଷାରେ ସହାୟକ ହୋଇଥିଲା।

ଅଙ୍ଗଦାନ କରୁଥିବା ବ୍ୟକ୍ତିଙ୍କ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୫ ଲକ୍ଷ ଟଙ୍କା ସହାୟତା ପ୍ରଦାନ କରାଯାଉଛି। ଏଥି ସହିତ ପ୍ରତିବର୍ଷ ବିଶ୍ୱ ଅଙ୍ଗଦାନ ଦିବସ ଅଗଷ୍ଟ ୧୩ ତାରିଖରେ ମୁଖ୍ୟମନ୍ତ୍ରୀ ଅଙ୍ଗଦାତାମାନଙ୍କ ନିକଟତମ ଆତ୍ମୀୟଙ୍କୁ ସମ୍ମାନିତ ମଧ୍ୟ କରୁଛନ୍ତି।

Previous Post

ଡାକ୍ତର କମଳାକାନ୍ତ କରଙ୍କ ପରଲୋକ

Next Post

ବୌଦ୍ଧ ଆରଟିଓଙ୍କ ଜମିଦାରୀ ସମ୍ପତ୍ତି

Next Post
ବୌଦ୍ଧ ଆରଟିଓଙ୍କ ଜମିଦାରୀ ସମ୍ପତ୍ତି

ବୌଦ୍ଧ ଆରଟିଓଙ୍କ ଜମିଦାରୀ ସମ୍ପତ୍ତି

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA