Wednesday, February 25, 2026 04:19 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା କମିଟି ବୈଠକ

ପ୍ରତ୍ୟେକ ଜୀବନ ମୂଲ୍ୟବାନ: ମୁଖ୍ୟମନ୍ତ୍ରୀ

by Our Correspondent
17 Jun, 2022- 05:49 PM
in Latest News, News
1 min read
0
ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା କମିଟି ବୈଠକ

ଭୁବନେଶ୍ୱର: ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା କମିଟି ବୈଠକ ଆଜି ଅନୁଷ୍ଠିତ ହୋଇଥିଲା । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନଫରେନ୍ସିଂ ଜରିଆରେ ଉକ୍ତ ବୈଠକରେ ଅଧ୍ୟକ୍ଷତା କରିଥିଲେ । ସମ୍ଭାବ୍ୟ ବିପର୍ଯ୍ୟୟ ପାଇଁ ପ୍ରସ୍ତୁତ ରହିବାକୁ ମୁଖ୍ୟମନ୍ତ୍ରୀ ରାଜ୍ୟ ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି । ପ୍ରତ୍ୟେକ ଜୀବନ ମୂଲ୍ୟବାନ ବୋଲି ସରକାରଙ୍କ ଆଭିମୁଖ୍ୟ ଦୋହରାଇଛନ୍ତି ।

ପ୍ରତ୍ୟେକ ବର୍ଷର ଜୁନ୍ ରୁ ଅକ୍ଟୋବର ମାସ ସମୟ ଅତି ଗୁରୁତ୍ୱପୂର୍ଣ୍ଣ । ଏହି ସମୟରେ ବନ୍ୟା, ବାତ୍ୟା, ମରୁଡ଼ି ପରି ଅନେକ ପ୍ରାକୃତିକ ବିପର୍ଯ୍ୟୟ ଆସେ । ଏହି ସମୟ ଭିତରେ ବାତ୍ୟା ଓ ବନ୍ୟା ଏକ ସମୟରେ ଆସିବାର ମଧ୍ୟ ସମ୍ଭାବନା ଅଛି । ତେଣୁ ଏ ବାବଦରେ ଆମର ପ୍ରସ୍ତୁତିକୁ ସୁଦୃଢ଼ କରିବାର ଆବଶ୍ୟକତା ରହିଛି ଏବଂ ପ୍ରାଶାସନିକ କଳ ସମ୍ପୂର୍ଣ୍ଣ ଭାବରେ ପ୍ରସ୍ତୁତ ରହିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ ।

ଆଗୁଆ ବିପର୍ଯ୍ୟୟ ସୂଚନା ବ୍ୟବସ୍ଥା, ଉଦ୍ଧାର ଓ ରିଲିଫ୍ କାର୍ଯ୍ୟ, ପାନୀୟ ଜଳ ବ୍ୟବସ୍ଥା ଓ ପ୍ରାଣୀସେବା ବ୍ୟବସ୍ଥାଗୁଡ଼ିକୁ ପ୍ରସ୍ତୁତ ରଖିବା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଦେଇଥିଲେ । ଏଥିସହ ଓଡ୍ରାଫ ଓ ଅଗ୍ନିସେବା ବାହିନୀ ପ୍ରସ୍ତୁତ ରହିବା ଜରୁରୀ ବୋଲି କହିଥିଲେ । ବିପର୍ଯ୍ୟୟ ପ୍ରବଣ ଓ ଦୁର୍ଗମ ଅଞ୍ଚଳରେ ପର୍ଯ୍ୟାପ୍ତ ପରିମାଣର ଖାଦ୍ୟପଦାର୍ଥକୁ ମହଜୁଦ ରଖିବା, ଜିଲ୍ଲାସ୍ତରୀୟ ଜରୁରୀକାଳୀନ କେନ୍ଦ୍ରଗୁଡ଼ିକୁ ୨୪ ଘଣ୍ଟିଆ କାର୍ଯ୍ୟକାରୀ କରିବା, ପଶୁ ଖାଦ୍ୟ ମହଜୁଦ ରଖିବା ଓ ବିପର୍ଯ୍ୟୟ ସମୟରେ ପ୍ରାଣୀସେବା କ୍ୟାମ୍ପ ଖୋଲିବା ପାଇଁ ପରାମର୍ଶ ଦେଇଥିଲେ । ଗର୍ଭବତୀ ମହିଳା, ଶାରୀରିକ ଓ ମାନସିକ ଭିନ୍ନକ୍ଷମ ବ୍ୟକ୍ତି, ଶିଶୁ, ବିଧବା ଓ ବୟସ୍କ ଲୋକମାନଙ୍କ ପ୍ରତି ସ୍ୱତନ୍ତ୍ର ଧ୍ୟାନ ଦେବା ପାଇଁ ମଧ୍ୟ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ ।

ବୈଠକରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ଶ୍ରୀମତୀ ପ୍ରମିଳା ମଲ୍ଲିକ ରାଜ୍ୟ ସରକାର ବିପର୍ଯ୍ୟୟ ମୁକାବିଲା କ୍ଷେତ୍ରରେ ଯେଉଁସବୁ ପଦକ୍ଷେପ ନେଇଛନ୍ତି, ତା ଉପରେ ସୂଚନା ଦେଇଥିଲେ । ସେ କହିଥିଲେ ଯେ ରାଜ୍ୟରେ ୮୭୯ଟି ବାତ୍ୟା ଓ ବନ୍ୟା ଆଶ୍ରୟସ୍ଥଳ ଥିବାବେଳେ, ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଅର୍ଥ ବିନିଯୋଗ କରାଯାଇ ଆହୁରି ୫୫ଟି ଆଶ୍ରୟସ୍ଥଳ ନିର୍ମାଣ କରାଯାଉଛି । ରାଜ୍ୟର ବିଭିନ୍ନ ସ୍ଥାନରେ, ବିଶେଷ କରି ଉପକୂଳ ଅଞ୍ଚଳରେ ବିପର୍ଯ୍ୟୟ ପ୍ରତିରୋଧି ଗୃହ ନିର୍ମାଣ କରାଯାଉଛି ବୋଲି ସେ କହିଥିଲେ ।

ବୈଠକରେ ବିଧାୟକ ନରସିଂହ ମିଶ୍ର, ଜୟନ୍ତ ଷଡଙ୍ଗୀ, ରାଜେନ୍ଦ୍ର ସାହୁ, ସାଂସଦ ଚନ୍ଦ୍ରଶେଖର ସାହୁ, ସରକାରୀ ମୁଖ୍ୟ ସଚେତକ ପ୍ରଶାନ୍ତ ମୁଦୁଲି ପ୍ରମୁଖ ବକ୍ତବ୍ୟ ରଖି ନିଜ ନିଜ ଅଞ୍ଚଳରେ ବିଭିନ୍ନ ସମସ୍ୟା ଓ ଏହାର ସମାଧାନ ଉପରେ ସୁଚିନ୍ତିତ ମତାମତ ଦେଇଥିଲେ।

ଉନ୍ନୟନ କମିଶନର-ତଥା-ସ୍ୱତନ୍ତ୍ର ରିଲିଫ କମିଶନର ପ୍ରଦୀପ କୁମାର ଜେନା ଧନ୍ୟବାଦ ଅର୍ପଣ କରିଥିଲେ ।

ବୈଠକରେ ରାଜ୍ୟ ମନ୍ତ୍ରିମଣ୍ଡଳର ସଦସ୍ୟଗଣ, ବରିଷ୍ଠ ଅଧିକାରୀ ଓ ବିଭିନ୍ନ ଜିଲ୍ଲାର ଅଧିକାରୀ ମାନେ ଉପସ୍ଥିତ ଥିଲେ ।

Previous Post

ବଦଳିଲେ ୧୧ ଜିଲ୍ଲାପାଳ, ୩ ମହାନଗର ନିଗମ କମିସନର

Next Post

I & PR କୁ ଫେରିଲେ ସଞ୍ଜୟ ସିଂହ

Next Post
I & PR କୁ ଫେରିଲେ ସଞ୍ଜୟ ସିଂହ

I & PR କୁ ଫେରିଲେ ସଞ୍ଜୟ ସିଂହ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19161 shares
    Share 7664 Tweet 4790
  • ନବୀନ..ନବୀନ, ମୋହନ..ମୋହନ

    16597 shares
    Share 6639 Tweet 4149
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7296 shares
    Share 2918 Tweet 1824
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5813 shares
    Share 2325 Tweet 1453
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5483 shares
    Share 2193 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA