Sunday, June 28, 2026 11:37 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ଆଉ ୯ ଅଧିକାରୀଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ

ଦୁର୍ନୀତିଗ୍ରସ୍ତ ଓ ଅପାରଗଙ୍କ ବିରୁଦ୍ଧରେ ମୁଖ୍ୟମନ୍ତ୍ରୀଙ୍କ କଠୋର ଆଭିମୁଖ୍ୟ ଜାରି

by Our Correspondent
10 Aug, 2022- 10:08 PM
in Latest News, News
1 min read
0
ଆଉ ୯ ଅଧିକାରୀଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର: ଦୁର୍ନୀତିଗ୍ରସ୍ତ ଓ ଅପାରଗ ଅଧିକାରୀଙ୍କ ବିରୋଧରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ କଠୋର ଆଭିମୁଖ୍ୟ ଜାରି ରହିଛି । ଆଜି ଆଉ ୫ ଜଣ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଥିବା ବେଳେ ୨ ଜଣଙ୍କୁ ଚାକିରିରୁ ବହିଷ୍କାର କରାଯାଇଛି । ଅନ୍ୟ ଦୁଇଜଣଙ୍କ ପେନସନ ସ୍ଥାୟୀ ଭାବେ ସ୍ଥଗିତ କରାଯାଇଛି । ଏମାନଙ୍କ ମଧ୍ୟରେ ଅଛନ୍ତି, ଜଣେ ସୁପରିନ୍‌ଟେଣ୍ଡିଂ ଇଞ୍ଜିନିୟର, ୨ ଜଣ ଏକଜିକ୍ୟୁଟିଭ ଇଞ୍ଜିନିୟର, ୨ ଜଣ ଆସିଷ୍ଟାଣ୍ଟ ଇଞ୍ଜିନିୟର, ଜଣେ ଜୁନିଅର ଇଞ୍ଜିନିୟର, ଜଣେ ଓ.ଏ.ଏସ୍ ଅଧିକାରୀ, ଜଣେ ଜିଲ୍ଲା ମୁଖ୍ୟ ପ୍ରାଣୀଧନ ଅଧିକାରୀ ଏବଂ ଜଣେ ସାମାଜିକ ଶିକ୍ଷା ଅଧିକାରୀ ଅନ୍ତର୍ଭୁକ୍ତ। ପୂର୍ବରୁ ୧୬୪ ଜଣଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ହୋଇଥିବା ବେଳେ, ଏହି ୯ ଜଣଙ୍କୁ ମିଶାଇ ବର୍ତ୍ତମାନ ସୁଦ୍ଧା ୧୭୩ ଜଣ ଅଧିକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି।

ଆଶିଷ କୁମାର ଦାଶ: ଚାକିରିରୁ ବହିଷ୍କୃତ ହୋଇଥିବା ୫ ଜଣ ଅଧିକାରୀଙ୍କ ମଧ୍ୟରେ ଅଛନ୍ତି ମାଲକାନଗିରିର ଗ୍ରାମ୍ୟ ଉନ୍ନୟନ ଡିଭିଜନ-୧ର ପୂର୍ବତନ ସୁପରିଟେଣ୍ଡିଂ ଇଞ୍ଜିନିୟର ଆଶିଷ କୁମାର ଦାଶ। କଣ୍ଟ୍ରାକ୍‌ଟର ମାନଙ୍କ ଠାରୁ ଅସତ୍‌ ଉପାୟରେ ୧୦.୨୩ ଲକ୍ଷ ଟଙ୍କା ନେଇ ଯାଉଥିବା ବେଳେ ସେ ଭିଜିଲାନ୍‌ସ ଦ୍ବାରା ଧରା ପଡିଥିଲେ। ବିଭିନ୍ନ ସ୍ଥାନରେ ଥିବା ତାଙ୍କ ଘର ଉପରେ ଚଢଉ କଲା ପରେ ୮.୬୩ କୋଟି ଟଙ୍କାର ସଂପତ୍ତି ଓ ୧.୪ କୋଟି ଟଙ୍କାର ନଗଦ ଟଙ୍କା ଧରା ପଡିଥିଲା। ଅସାଧୁତା କାରଣରୁ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି।

ମାନସ ରଂଜନ ମହାନ୍ତି: ଭଦ୍ରକ ଗ୍ରାମ୍ୟ ଉନ୍ନୟନ ଡିଭିଡନ-୧ର ପୂର୍ବତନ ଏକ୍‌ଜ୍ୟୁକିଟିଭ ଇଞ୍ଜିନିୟର ମାନସ ରଂଜନ ମହାନ୍ତି। ଜଣେ କଣ୍ଟ୍ରାକ୍ଟରଙ୍କ ଠାରୁ ୩୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ସେ ଦୁର୍ନୀତି ନିବାରଣ ବିଭାଗ ଦ୍ବାରା ଧରା ପଡିଥିଲେ । ଏହାସହିତ ତାଙ୍କ ପାଖରେ ୩.୯୦ କୋଟି ଟଙ୍କାର ଆୟ ବହିର୍ଭୁତ ସମ୍ପତ୍ତି ଥିଲା । ତାଙ୍କ ବିରୁଦ୍ଧରେ ଦୁଇଟି ବିଭାଗୀୟ ତଦନ୍ତ ମଧ୍ୟ ଚାଲିଥିଲା। ଅସାଧୁତା କାରଣରୁ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି।

ମନୋଜ କୁମାର ବେହେରା: କଟକ ଗଣ୍ଡରପୁର ଡ୍ରେନେଜ୍‌ ଡିଭିଜନର ଏକ୍‌ଜିକ୍ୟୁଟିଭ ଇଞ୍ଜିନିୟର ମନୋଜ କୁମାର ବେହେରା ଓ ତାଙ୍କ ପତ୍ନୀଙ୍କ ନାମରେ ୪.୨୬ କୋଟିରୁ ଉର୍ଦ୍ଧ୍ବ ଟଙ୍କାର ଆୟବହିର୍ଭୁତ ସଂପତ୍ତି ଥିବା ଅଭିଯୋଗରେ ଭିଜିଲାସନ୍‌ ମାମଲା ଚାଲିଥିଲା । ଅସାଧୁତା କାରଣରୁ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି।

ଉମେଶ କୁମାର ଶାଶିନୀ: କେନ୍ଦୁଝର ଜିଲ୍ଲା ସାଳପଡାସ୍ଥିତ ବୈତରଣୀ ଜଳସେଚନ ଡିଭିଜନର ଆସିଷ୍ଟାଣ୍ଟ ଇଞ୍ଜିନିୟର ଉମେଶ କୁମାର ଶାଶିନୀଙ୍କ ବିରୁଦ୍ଧରେ ୧.୪୨ କୋଟି ଟଙ୍କାରୁ ଅଧିକ ଟଙ୍କାର ଆୟବହିର୍ଭୁତ ସଂପତ୍ତି ଥିବା ଅଭିଯୋଗରେ ଦୁର୍ନିତୀ ମାମଲା ରହିଛି । ଅସାଧୁତା କାରଣରୁ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି।

ବିଶୁଦ୍ଧାନନ୍ଦ ବେହେରା: ଉମରକୋଟ ସଡକ ଓ କୋଠାବାଡି (R&B Section)ର ଆସିଷ୍ଟାଣ୍ଟ ଇଞ୍ଜିନିୟର ବିଶୁଦ୍ଧାନନ୍ଦ ବେହେରାଙ୍କ ନାମରେ ନିମ୍ନମାନର କାମ କରିବାର ଅଭିଯୋଗ ଥିଲା। ଏହାସହିତ ତାଙ୍କ ନାମରେ ୭୦.୯୩ ଲକ୍ଷ ଟଙ୍କାର ଆୟ ବହିର୍ଭୁତ ସଂପତ୍ତି ଥିବା ଅଭିଯୋଗରେ ଗୋଟିଏ ଦୁର୍ନୀତି ମାମଲ ରହିଛି। ଅସାଧୁତା କାରଣରୁ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି।

ଜଳଧର ମଲ୍ଲିକ: ପାରଳାଖେମୁଣ୍ଡିର ଅବସରପ୍ରାପ୍ତ ପୂର୍ବତନ ଜିଲ୍ଲା ମୁଖ୍ୟ ପ୍ରାଣୀଧନ ଅଧିକାରୀ (CDVO) ଜଳଧର ମଲ୍ଲିକଙ୍କ ନାମରେ ଗୋଟିଏ ବଦଳି କେସ୍‌ରେ ୧୦ ହଜାର ଟଙ୍କାର ଲାଞ୍ଚ ଗ୍ରହଣ ମାମଲ ଥିଲା। ଅସାଧୁତା କାରଣରୁ ତାଙ୍କ ପେନ୍‌ସନକୁ ସ୍ଥାୟୀ ଭାବେ ବନ୍ଦ ରଖାଯାଇଛି।

ସବିତା ସାହୁ: ବର୍ତ୍ତମାନ ବାଲେଶ୍ବର ଜିଲ୍ଲାରେ ଡେପୁଟି କଲେକ୍ଟର ଥିବା ଓ ମୟୁରଭଂଜ ଜିଲ୍ଲାର ସାମାଖୁଣ୍ଟା ବ୍ଲକ୍‌ର ପୂର୍ବତନ ତହସିଲଦାର ଓ.ଏ.ଏସ ଅଧିକାରୀ ଶ୍ରୀମତୀ ସବିତା ସାହୁଙ୍କ ନାମରେ ୧୦ ହଜାର ଟଙ୍କାର ଲାଞ୍ଚ ଗ୍ରହଣ ମାମଲା ଥିଲା। ଅସାଧୁତା କାରଣରୁ ତାଙ୍କୁ ଚାକିରିରୁ ବହିଷ୍କାର କରାଯାଇଛି।

ପ୍ରଭାସିନୀ ବାବୁ: ବଲାଙ୍ଗୀର ଜିଲ୍ଲାର ପୂର୍ବତନ ସାମାଜିକ ଶିକ୍ଷା ସଂଗଠକ (Ex-SEO) ଶ୍ରୀମତୀ ପ୍ରଭାସିନୀ ବାବୁ ସ୍ବାମୀଙ୍କୁ ହରାଇଥିବା ଜଣେ ମହିଳାଙ୍କୁ ୨୦ ହଜାର ଟଙ୍କାର ସାମାଜିକ ସହାୟତା ପ୍ରଦାନ ପାଇଁ ୩୦୦୦ ଟଙ୍କା ଲାଞ୍ଚ ଗ୍ରହଣ କରିଥିଲେ । ଅସାଧୁତା କାରଣରୁ ତାଙ୍କୁ ମଧ୍ୟ ଚାକିରିରୁ ବହିଷ୍କାର କରାଯାଇଛି।

ତ୍ରିନାଥ ସେଠୀ: ଗଞ୍ଜାମ ଜିଲ୍ଲା ରୁରାଲ ୱାର୍କ୍ସ ଡିଭିଜନ-୨ର ଦିଗପହଣ୍ଡିସ୍ଥିତ ଅବସରପ୍ରାପ୍ତ ପୂର୍ବତନ ଜୁନିଅର ଇଞ୍ଜିନିୟର ତ୍ରିନାଥ ସେଠୀ ୯ ହଜାର ଟଙ୍କା ଲାଞ୍ଚ ମାମଲାରେ ଦେଷୀ ସାବ୍ୟସ୍ତ ହୋଇଛନ୍ତି । ଅସାଧୁତା କାରଣରୁ ତାଙ୍କ ପେନ୍‌ସନ୍‌କୁ ସ୍ଥାୟୀ ଭାବେ ବନ୍ଦ ରଖାଯାଇଛି ।

Previous Post

ଓଡ଼ିଶା ବିଜେପିକୁ ସମ୍ଭାଳିବେ ସୁନୀଲ ବଂଶଲ

Next Post

ଓଡ଼ିଶାବାସୀଙ୍କୁ ମାଗଣାରେ ଜାତୀୟ ପତାକା

Next Post
ଓଡ଼ିଶାବାସୀଙ୍କୁ ମାଗଣାରେ ଜାତୀୟ ପତାକା

ଓଡ଼ିଶାବାସୀଙ୍କୁ ମାଗଣାରେ ଜାତୀୟ ପତାକା

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA