Wednesday, July 1, 2026 07:14 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ସମ ହସ୍ପିଟାଲରେ ବିରଳ ହୃଦରୋଗ ଅସ୍ତ୍ରୋପଚାର

by Our Correspondent
30 Sep, 2021- 06:41 PM
in Latest News, News
1 min read
0
ସମ ହସ୍ପିଟାଲରେ ବିରଳ ହୃଦରୋଗ ଅସ୍ତ୍ରୋପଚାର

ଭୁବନେଶ୍ୱର: ଜନ୍ମ ସମୟରୁ ଜୀବନ ସୃଷ୍ଟିକାରୀ ହୃଦରୋଗ ଥିବା ଜଣେ ୨୫ ବର୍ଷ ଯୁବକଙ୍କର ଶରୀରରେ ସଫଳତାର ସହ ବିରଳ ଅସ୍ତ୍ରୋପଚାର କରିଛନ୍ତି ଇନଷ୍ଟିଚ୍ୟୁଟ୍ ଅଫ ମେଡିକାଲ ସାଇନସେସ ଆଣ୍ଡ ସମ୍ ହସପିଟାଲର ହୃଦରୋଗ ବିଭାଗର ସର୍ଜନ ।

ସାରଦା ପ୍ରସନ୍ନ ପାତ୍ର ନାମକ ଯୁବକ ନିଶ୍ୱାସ ନେବାରେ କଷ୍ଟ ଅନୁଭବ କରିବା ଓ କୌଣସି କାମ କରିବାକୁ ସକ୍ଷମ ହୋଇପାରୁନଥିବା ବେଳେ ତାଙ୍କୁ ବିଭିନ୍ନ ପରୀକ୍ଷା ନିମନ୍ତେ ସମ୍ ହସ୍ପିଟାଲରେ ଭର୍ତି କରାଯାଇଥିଲା । ପରୀକ୍ଷା ଦ୍ୱାରା ଦୁଇ ହୃଦଯନ୍ତ୍ରର ମଝିରେ ଥିବା ନିଳୟରେ ଏକ ବଡ ଛିଦ୍ର ରହିଥିବା ଦେଖିବାକୁ ମିଳିଥିଲା । ଏହା ବ୍ୟତୀତ ଫୁସଫୁସକୁ ଯାଇଥିବା ଧମନୀ ସମ୍ପୂର୍ଣ୍ଣ ବନ୍ଦ ହୋଇଯାଇଥିଲା ।

ଏହି ଛିଦ୍ର ଦ୍ୱାରା ଶରୀରର ବିଶୂଦ୍ଧ ରକ୍ତ ଓ ଦୂଷିତ ରକ୍ତ ମିଶି ଯାଉଥିଲା ଏବଂ ଅମ୍ଳଜାନ ସ୍ତର ୭୦ ପ୍ରତିଶତ ରହୁଥିଲା । ସେହିପରି ଧମନୀର ଆକାର ମଧ୍ୟ ଖୁବ୍ କମ୍ ଥିଲା ବୋଲି ସିଟିଭିଏସ ବିଭାଗର ସିନିୟର କନସଲଟାଂଟ ଡ. ସଂଗ୍ରାମ କେଶରୀ ବେହେରା କହିଛନ୍ତି । ଏହିଭଳି ଅବସ୍ଥାକୁ ଡାକ୍ତରୀ ଶବ୍ଦରେ ଟେଟ୍ରାଲୋଜି ଅଫ ଫାଲଟ ବୋଲି କୁହାଯାଏ ଯାହାକି ଏକ ଜନ୍ମଗତ ତ୍ରୁଟି ବୋଲି ସେ କହିଛନ୍ତି ।

ସମ୍ପୃକ୍ତ ରୋଗୀ ଜଣକ ପ୍ରଥମେ କାର୍ଡିଓଲୋଜି ବିଭାଗର କନସଲଟାଂଟ ଡ. ଦିବ୍ୟରଞ୍ଜନ ବେହେରାଙ୍କ ପାଖରେ ଚିକିତ୍ସିତ ହୋଇଥିବା ବେଳେ ସେ ସର୍ଜରୀ ନିମନ୍ତେ କାଥଲାବରେ କଏଲ ଇନବୋଲିଜାଇସନ କରିଥିଲେ । କାର୍ଡିଆକ ଆନାସ୍ଥେସିସ ଡ. ସୁକାନ୍ତ କୁମାର ଭୋଇ ଏହି ସର୍ଜରୀରେ ଏକ ପ୍ରମୂଖ ଭୂମିକା ଗ୍ରହଣ କରିଥିଲେ ।

ଡ. ସଂଗ୍ରାମ କେଶରୀ ବେହେରା କହିଛନ୍ତି ଯେ ସର୍ଜରୀ ହେବା ପୂର୍ବରୁ ରୋଗୀଙ୍କୁ ହାର୍ଟ-ଲଙ୍ଗ ମେସିନରେ ରଖାଯାଇଥିଲା । ପ୍ରଥମେ ତାଙ୍କର ଭେଂଟି୍ରକୁଲାର ସେପ୍ଟାଲ ଡିଫେକ୍ଟକୁ ବନ୍ଦ କରାଯାଇଥିଲା, ଦକ୍ଷିଣ ପଟର ଭେଂଟି୍ରକୁଲାର ଆଉଟଫ୍ଲୋ ଟ୍ରାକକୁ ବଡ କରାଯାଇ ଏକ ଟ୍ରାଂସଆନୁଲାର ପ୍ୟାଚ ଲଗାଯାଇଥିଲା । ଏହାଛଡା ଏକ ଭଲ୍ଭ ମଧ୍ୟ ଲଗାଯାଇଥିଲା ।

ରୋଗୀ ଏବେ ସୁସ୍ଥ ହେବା ପରେ ମଙ୍ଗଳବାର ତାଙ୍କୁ ଡିସଚାର୍ଜ କରାଯାଇଛି ବୋଲି ଡାକ୍ତର ବେହେରା କହିଛନ୍ତି ।

Previous Post

ସିଡ଼ିଏ ଅଧ୍ୟକ୍ଷ ଭାବେ ନିଯୁକ୍ତି ପାଇଲେ ଅନୀଲ ସାମଲ

Next Post

ପାର୍ବଣ ସଜାଗ: ଟୁଇନ୍ ସିଟିରେ ସଂଧ୍ୟା ୮ରୁ ନାଇଟ୍ କର୍ଫ୍ୟୁ

Next Post
ପାର୍ବଣ ସଜାଗ: ଟୁଇନ୍ ସିଟିରେ ସଂଧ୍ୟା ୮ରୁ ନାଇଟ୍ କର୍ଫ୍ୟୁ

ପାର୍ବଣ ସଜାଗ: ଟୁଇନ୍ ସିଟିରେ ସଂଧ୍ୟା ୮ରୁ ନାଇଟ୍ କର୍ଫ୍ୟୁ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA