ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ ପରିଚାଳିତ ସମ ହସ୍ପିଟାଲ ସହିତ ହାଇଦ୍ରାବାଦ ସ୍ଥିତ ଏସିଆନ ଇନଷ୍ଟିଟ୍ଚ୍ୟୁଟ ଅଫ ଗ୍ୟାଷ୍ଟ୍ରୋଏନଟେରୋଲୋଜି (ଏଆଇଜି ) ମଧ୍ୟରେ ନିୟମିତ ଭାବେ ଲିଭର ପ୍ରତ୍ୟାରୋପଣ ନେଇ ଶନିବାର ବୁଝାମଣା ପତ୍ର ସ୍ଵାକ୍ଷରିତ ହୋଇଛି |ସୋଆର ପ୍ରତିଷ୍ଠାତା ସଭାପତି ପ୍ରଫେସର ମନୋଜରଂଜନ ନାୟକଙ୍କ ଉପସ୍ଥିତିରେ ଏଆଇଜି ର ଲିଭର ପ୍ରତ୍ୟାରୋପଣ ନିର୍ଦେଶକ ଡାକ୍ତର ପି ବାଲଚନ୍ଦ୍ରନ ଓ ଆଇଏମଏସ ଓ ସମ ହସ୍ପିଟାଲର ମେଡିକାଲ ସୁପରିଟେନଡେଣ୍ଟ ପ୍ରଫେସର ପୁଷ୍ପରାଜ ସାମନ୍ତସିଂହାର ବୁଝାମଣା ପତ୍ର ସ୍ୱାକ୍ଷରିତ କରିଥିଲେ |
ଏହି ଅବସରରେ ଏଆଇଜି ର ଉପ ସଭାପତି ଶ୍ରୀ ସନ୍ତୋଷ କୁମାର ସାହୁ, ଏଆଇଜି ପକ୍ଷରୁ ଡାକ୍ତର ଜି.ଭି. ପ୍ରେମକୁମାର, ଡାକ୍ତର ଶକ୍ତି ସ୍ୱରୂପ ଓ ଡାକ୍ତର କ୍ରିଷ୍ଣା ଚଇତନ୍ୟ ଉପସ୍ଥିତ ଥିବାବେଳେ ଆଇଏମଏସ ଆଣ୍ଡ ସମ ହସ୍ପିଟାଲର ଗ୍ୟାଷ୍ଟ୍ରୋଏନଟେରୋଲୋଜି ବିଭାଗ ମୁଖ୍ୟ ପ୍ରଫେସର ମନୋଜ କୁମାର ସାହୁ ଏବଂ ଅନ୍ୟ ଡାକ୍ତର ଓ ଅଧିକାରୀ ମାନେ ଉପସ୍ଥିତ ଥିଲେ |
ଗତ ମାର୍ଚ୍ଚ ମାସରେ ଓଡିଶାରେ ପ୍ରଥମଥର ନିମନ୍ତେ ଆଇଏମଏସ ଓ ସମ ହସ୍ପିଟାଲରେ ସଫଳତାର ସହ ପ୍ରଥମ ଲିଭର ପ୍ରତ୍ୟାରୋପଣ ସମ୍ପନ୍ନ ହୋଇଥିଲା |