Tuesday, July 7, 2026 08:14 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ସମ୍ ଅଲ୍ଟିମେଟ୍ ମେଡିକେୟାର ପୂର୍ବ ଭାରତର ଶ୍ରେଷ୍ଠ କର୍ପୋରେଟ ହସ୍ପିଟାଲ

ଇଟି ନାଓ ଇଣ୍ଡଷ୍ଟ୍ରି ଆଇକନ୍ସ ସମ୍ମାନ

by Our Correspondent
03 Feb, 2025- 10:12 PM
in Health, Latest News, News
1 min read
0
ସମ୍ ଅଲ୍ଟିମେଟ୍ ମେଡିକେୟାର ପୂର୍ବ ଭାରତର ଶ୍ରେଷ୍ଠ କର୍ପୋରେଟ ହସ୍ପିଟାଲ

ଭୁବନେଶ୍ୱର: ଇଟି ନାଓ ଇଣ୍ଡଷ୍ଟ୍ରି ଆଇକନ୍ସ -୨୦୨୫ ଇଷ୍ଟ ଚାପ୍ଟରର ପ୍ରଥମ ସଂସ୍କରଣର ସମ୍ମାନ ପ୍ରଦାନ ଉତ୍ସବରେ ସମ୍ ଅଲ୍ଟିମେଟ୍ ମେଡିକେୟାରକୁ ପୂର୍ବ ଭାରତର ଶ୍ରେଷ୍ଠ କର୍ପୋରେଟ ହସ୍ପିଟାଲ୍ ଭାବେ ସମ୍ମାନିତ କରାଯାଇଛି । କୋଲକାତା ଠାରେ ଗତ ଶୁକ୍ରବାର ଦିନ ଆୟୋଜିତ ଏକ ସ୍ୱତନ୍ତ୍ର ଉତ୍ସବରେ ଟାଇମ୍ସ ନେଟୱାର୍କ ଡିଜିଟାଲ୍‌ର ପ୍ରେସିଡେଂଟ ଓ ସିଓଓ ଶ୍ରୀ ରୋହିତ ଚଢ଼ା ସମ୍ମମ୍‌ର ସିଇଓ ଡକ୍ଟର ଶ୍ୱେତପଦ୍ମା ଦାଶଙ୍କୁ ଏହି ସମ୍ମାନ ପ୍ରଦାନ କରିଛନ୍ତି ।

ସେହିପରି ଏହି ଉତ୍ସବରେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍ କ୍ୟାମ୍ପସ ୨ ଫୁଲନଖରାକୁ ଓଡ଼ିଶାର ଶ୍ରେଷ୍ଠ ମଲ୍ଟିସ୍ପେଶିଆଲିଟି ହସ୍ପିଟାଲ ଭାବେ ସମ୍ମାନିତ କରାଯାଇଥିବା ବେଳେ ଆଇଏମ୍‌ଏସ୍ ଆଣ୍ଡ ସମ୍ ହସ୍ପିଟାଲ୍ କ୍ୟାମ୍ପସ ୩ ଶୀତଳାପଲ୍ଲୀ (ବ୍ରହ୍ମପୁର)କୁ ଓଡ଼ିଶାର ଶ୍ରେଷ୍ଠ ମଲ୍ଟିସ୍ପେଶିଆଲିଟି ଇମର୍ଜିଂ ହସ୍ପିଟାଲ୍ ଭାବେ ମନୋନୀତ କରାଯାଇ ସମ୍ମାନ ପ୍ରଦାନ କରାଯାଇଛି ।

ସେହିପରି ଆଇଏମ୍‌ଏସ୍ ଆଣ୍ଡ ସମ୍ ହସ୍ପିଟାଲ ଭୁବନେଶ୍ୱରର କାର୍ଡିଓଲୋଜି, ଅଙ୍କୋଲୋଜି, ନ୍ୟୁରୋଲୋଜି, ଗ୍ୟାଷ୍ଟ୍ରୋଏନ୍‌ଟେରୋଲୋଜି, ହେମାଟୋଲୋଜି ଏବଂ ନେଫ୍ରୋଲୋଜି ବିଭାଗକୁ ସେହି କ୍ୟାଟେଗୋରୀରେ ଓଡ଼ିଶାର ଶ୍ରେଷ୍ଠ ବିଭାଗ ଭାବେ ମାନ୍ୟତା ପ୍ରଦାନ କରାଯାଇଛି ।

ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପକ୍ଷରୁ ଆଇଏମ୍‌ଏସ୍ ଆଣ୍ଡ ସମ୍ ହସ୍ପିଟାଲ୍ ଭୁବନେଶ୍ୱରର ମେଡିକାଲ୍ ସୁପରିଟେଣ୍ଡେଂଟ ପ୍ରଫେସର (ଡାକ୍ତର) ପୁଷ୍ପରାଜ ସାମନ୍ତସିଂହାର, ଆଇଏମ୍‌ଏସ୍ ଆଣ୍ଡ ସମ୍ ହସ୍ପିଟାଲ୍ କ୍ୟାମ୍ପସ ୨ ଫୁଲନଖରାର ମେଡିକାଲ୍ ସୁପରିଟେଣ୍ଡେଂଟ ପ୍ରଫେସର (ଡାକ୍ତର) ରାଜେଶ କୁମାର ଲେଙ୍କା ଏବଂ ବିଶ୍ୱବିଦ୍ୟାଳୟର ଲୋକସମ୍ପର୍କ ଅଧିକାରୀ ସୁଶ୍ରୀ ଶୁଭଦର୍ଶିନୀ ମିଶ୍ର ଏହି ସମ୍ମାନ ଗ୍ରହଣ କରିଥିଲେ ।

ଏହି ସମ୍ମାନଗୁଡ଼ିକୁ ବଲିଉଡ୍ ଅଭିନେତା ତଥା ଓଟିଟି ପ୍ଲାଟଫର୍ମ ନେଟଫ୍ଲିକ୍ସରେ ପ୍ରସାରିତ ବହୁଚର୍ଚ୍ଚିତ ‘ହିରାମଣ୍ଡି’ ସିରିଜ୍‌ର ଫେମ୍ ତାରା ଶାହା ବଦୁଶାହା, ବିଶିଷ୍ଟ ଭାରତୀୟ ସିନେମା ପ୍ରଯୋଜିକା, ନିର୍ଦ୍ଦେଶିକା, ଲେଖିକା ଶ୍ରୀମତି ନନ୍ଦିତା ରାୟ ଏବଂ ଅଭିନେତା ତଥା ନିର୍ଦ୍ଦେଶକ ଓ ଲେଖକ ଶିବପ୍ରସାଦ ମୁଖାର୍ଜୀ ଏବଂ ବଲିଉଡ୍ ଅଭିନେତା ଅପାରଶକ୍ତି ଖୁରାନା ପ୍ରଦାନ କରିଥିଲେ ।

ଏହି ଅବସରରେ ସୁମା ରିୟଲ୍ ମିଡିଆ ପ୍ରାଇଭେଟ ଲିମିଟେଡ୍‌ର ଓଡ଼ିଆ ସମ୍ବାଦପତ୍ର ‘ପ୍ରମେୟ’କୁ ଓଡ଼ିଶାର ଏକ ନମ୍ବର ସମ୍ବାଦପତ୍ର ଭାବେ ସମ୍ମାନିତ କରାଯାଇଥିଲା । ସୁମା ରିୟଲ୍ ମିଡିଆ ପ୍ରାଇଭେଟ ଲିମିଟେଡ୍‌ର ଗ୍ରୁପ୍ ଡାଇରେକ୍ଟର (ସେଲ୍‌ସ ଆଣ୍ଡ ମାର୍କେଟିଂ) ହିମାଂଶୁ ଭୂଷଣ ହୋତା ଏହି ସମ୍ମାନ ଗ୍ରହଣ କରିଥିଲେ ।

ଭାରତୀୟ ଶାସ୍ତ୍ରୀୟ ସଂଗୀତଜ୍ଞ ତଥା ସରୋଦ ବାଦକ ଅମନ୍ ଅଲ୍ଲୀ ବଙ୍ଗସ୍ ଶ୍ରୀ ହୋତାଙ୍କୁ ଏହି ସମ୍ମାନ ପ୍ରଦାନ କରିଥିଲେ ।

ଟାଇମ୍ସ ଗ୍ରୁପ୍ ପକ୍ଷରୁ ଆୟୋଜିତ ଏହି ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ବିଭିନ୍ନ ବର୍ଗର ସମ୍ମାନିତ ଅତିଥି ଯୋଗ ଦେଇଥିବା ବେଳେ ଭାରତୀୟ ଅଭିନେତ୍ରୀ ତଥା ପ୍ରଯୋଜିକା ଋତୁପର୍ଣ୍ଣା ସେନ୍‌ଗୁପ୍ତା ଚକ୍ରବର୍ତୀ ମଧ୍ୟ ସାମିଲ ହୋଇଥିଲେ ।

ଟାଇମ୍ସ ନେଟୱାର୍କର ଆସିଷ୍ଟାଂଟ ଭାଇସ୍ ପ୍ରେସିଡେଂଟ ତଥା ପୂର୍ବାଂଚଳର ଆଂଚଳିକ ମୁଖ୍ୟ ବିମନ୍ ଦତ ଅତିଥିମାନଙ୍କୁ ସ୍ୱାଗତ କରିବା ସହ ଏହି କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ ।

Previous Post

ଓଡ଼ିଶାକୁ ୧୦,୫୯୯ କୋଟି ରେଳ ବଜେଟ୍

Next Post

ଏପ୍ରିଲ ପୂର୍ବରୁ ବିଜେଡିର ନବକଳେବର

Next Post
ଏପ୍ରିଲ ପୂର୍ବରୁ ବିଜେଡିର ନବକଳେବର

ଏପ୍ରିଲ ପୂର୍ବରୁ ବିଜେଡିର ନବକଳେବର

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA