Tuesday, May 13, 2025 12:22 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

ବିଜେଡିରେ ସୁରେନ୍ଦ୍ର ସିଂ ଭୋଇ

ବିଜେପି ଛାଡ଼ିଲେ ସୁକାନ୍ତ ନାୟକ, ପ୍ରକାଶ ବେହେରା

by Our Correspondent
29 Mar, 2024- 06:05 PM
in Latest News, News, Politics
1 min read
0
ବିଜେଡିରେ ସୁରେନ୍ଦ୍ର ସିଂ ଭୋଇ

ଭୁବନେଶ୍ୱର: ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ ମନ୍ତ୍ରୀ ସୁରେନ୍ଦ୍ର ସିଂ ଭୋଇ ଆଜି ବିଜେଡିରେ ଯୋଗଦେଇଛନ୍ତି । ଶଙ୍ଖ ଭବନରେ ଆୟୋଜିତ ମିଶ୍ରଣ ପର୍ବରେ ରାଜ୍ୟସଭା ସାଂସଦ ଡ. ସସ୍ମିତ ପାତ୍ର ଓ ମନ୍ତ୍ରୀ ଟୁକୁନି ସାହୁଙ୍କ ଉପସ୍ଥିତିରେ ସେ ନିଜର ସମର୍ଥକମାନଙ୍କ ସହ ବିଧିବଦ୍ଧ ଭାବେ ବିଜେଡିରେ ସାମିଲ ହୋଇଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନୀତି ଆଦର୍ଶ ତଥା ବିଜେଡି ସରକାରଙ୍କ ବିକାଶମୂଳକ କାର୍ଯ୍ୟକ୍ରମରେ ଅନୁପ୍ରାଣିତ ହୋଇ ସେ ଏହି ଦଳକୁ ଆସିଥିବା କହିଛନ୍ତି ।

ଶ୍ରୀ ଭୋଇ ଦୀର୍ଘ ତିନି ଦଶନ୍ଧି ଧରି କଂଗ୍ରେସରେ ସକ୍ରିୟ ଥିଲେ । ୧୯୯୫ ଏବଂ ୨୦୦୦ ନିର୍ବାଚନରେ ସେ ସଇଁତଳା ନିର୍ବାଚନମଣ୍ଡଳୀରୁ ନିର୍ବାଚିତ ହୋଇଥିଲେ । ୨୦୦୯ ରେ ଟିଟିଲାଗଡ଼ରୁ ବିଧାନସଭାକୁ ନିର୍ବାଚିତ ହୋଇଥିଲେ ମଧ୍ୟ ୨୦୧୪ ରେ ଟୁକୁନି ସାହୁଙ୍କଠାରୁ ହାରି ଯାଇଥିଲେ ।  ଗତକାଲି ବ୍ୟକ୍ତିଗତ କାରଣ ଦର୍ଶାଇ ସେ କଂଗ୍ରେସରୁ ଇସ୍ତଫା ଦେଇଥିଲେ । ବିଜେଡିରେ ମିଶିବା ପରେ ଦଳ ତାଙ୍କୁ ବଲାଙ୍ଗୀର ଆସନରୁ ପ୍ରାର୍ଥୀ କରିପାରେ ବୋଲି ଚର୍ଚ୍ଚା ହେଉଛି ।

ସେହିଭଳି ଢ଼େଙ୍କାନାଳର ଶତାଧିକ ବିଜେପି ଓ କଂଗ୍ରେସ କର୍ମୀ ଆଜି ବିଜେଡିରେ ମିଶିଛନ୍ତି । ଶଙ୍ଖ ଭବନରେ ଆୟୋଜିତ ମିଶ୍ରଣ ପର୍ବରେ ରାଜ୍ୟସଭା ସାଂସଦ ତ୍ସସ୍ମିତ୍ ପାତ୍ର ଓ ସୁଲତା ଦେଓ, ଢ଼େଙ୍କାନାଳ ବିଧାୟକ ସୁଧୀର ସାମଲ, ସାଂସଦ ପ୍ରାର୍ଥୀ ଅବିନାଶ ସାମଲଙ୍କ ଉପସ୍ଥିତିରେ ଏମାନେ ବିଧିବଦ୍ଧ ଭାବେ ବିଜେଡିରେ ସାମିଲ ହୋଇଥିଲେ ।

ବିଜେପିରୁ ଇସ୍ତଫା ଦେଲେ ବିଧାୟକ ସୁକାନ୍ତ ନାୟକ, ପୂର୍ବତନ ବିଧାୟକ ପ୍ରକାଶ ବେହେରା

ନୀଳଗିରି ବିଧାୟକ ସୁକାନ୍ତ ନାୟକ ଏବଂ ସାଲେପୁରର ପୂର୍ବତନ ବିଧାୟକ ତଥା କଟକ ଜିଲ୍ଲା ସଭାପତି ପ୍ରକାଶ ବେହେରା ଆଜି ବିଜେପିରୁ ଇସ୍ତଫା ଦେଇଛନ୍ତି । ରାଜ୍ୟ ସଭାପତି ମନମୋହନ ସାମଲଙ୍କୁ ସେମାନେ ଇସ୍ତଫାପତ୍ର ପଠାଇଛନ୍ତି ।

ସୁୁକାନ୍ତ ନାୟକ ୨୦୧୪ରେ ବିଜେଡି ଟିକେଟରେ ବିଧାୟକ ହୋଇଥିଲେ । ୨୦୧୯ ରେ ବିଜେଡି ଟିକେଟ ନ ମିଳିବାରୁ ସେ ବିଜେପିକୁ ଯାଇଥିଲେ ଏବଂ ବିଜେପି ଟିକେଟରେ ବିଧାୟକ ହୋଇଥିଲେ ।

ପ୍ରକାଶ ବେହେରା ୨୦୧୪ ରେ କଂଗ୍ରେସ ଟିକେଟରେ ସାଲେପୁର ଆସନରୁ ଜିତିଥିଲେ । ୨୦୧୯ ନିର୍ବାଚନ ପୂର୍ବରୁ ବିଜେପିରେ ଯୋଗଦେଇ ନିର୍ବାଚନ ଲଢ଼ିଥିଲେ ମଧ୍ୟ ବିଜେଡି ପ୍ରାର୍ଥୀ ପ୍ରଶାନ୍ତ ବେହେରାଙ୍କଠାରୁ ପରାସ୍ତ ହୋଇଥିଲେ ।

ଉଭୟ ଶ୍ରୀ ନାୟକ ଏବଂ ଶ୍ରୀ ବେହେରା ବିଜେଡିରେ ଯୋଗଦେବେ ବୋଲି ଚର୍ଚ୍ଚା ହେଉଛି ।

Previous Post

ପଦ୍ମ ଧରିଲେ ‘ଭଗ୍ନହୃଦୟୀ’ ଭର୍ତ୍ତୃହରି

Next Post

ବିଜେଡି ଛାଡ଼ିଲେ ପ୍ରିୟଦର୍ଶୀ ମିଶ୍ର

Next Post
ବିଜେଡି ଛାଡ଼ିଲେ ପ୍ରିୟଦର୍ଶୀ ମିଶ୍ର

ବିଜେଡି ଛାଡ଼ିଲେ ପ୍ରିୟଦର୍ଶୀ ମିଶ୍ର

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19040 shares
    Share 7616 Tweet 4760
  • ନବୀନ..ନବୀନ, ମୋହନ..ମୋହନ

    16580 shares
    Share 6632 Tweet 4145
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7287 shares
    Share 2915 Tweet 1822
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5766 shares
    Share 2306 Tweet 1442
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5460 shares
    Share 2184 Tweet 1365

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA