ଭୁବନେଶ୍ୱର : ଡିଏଭି ପୋଖରୀପୁଟରେ ଓଡ଼ିଆ ଭାଷା ସାାହିତ୍ୟ ବିଭାଗ ଆନୁକୂଲ୍ୟରେ ସ୍ୱାଭିମାନ ଦିବସ ପ୍ରାତଃ ସମୟରେ ପାଳିତ ହୋଇଯାଇଛି । ଗ୍ରୀଷ୍ମର ପ୍ରଚଣ୍ଡ ପ୍ରବାହକୁ ଆଧାର କରି ସରକାରଙ୍କ ନିର୍ଦ୍ଦେଶକ୍ରମେ ବିଦ୍ୟାଳୟ ବନ୍ଦ ଥିବା ସତ୍ତ୍ୱେ ବିଦ୍ୟାଳୟର ସମସ୍ତ ନିରୀକ୍ଷକ-ନିରୀକ୍ଷିକାଙ୍କ କର କମଳରେ ମଧୁବାବୁଙ୍କ ଫଟୋଚିତ୍ର ସମ୍ମୁଖରେ ପ୍ରଦୀପ ପ୍ରଜ୍ଜ୍ୱଳନ ପୂର୍ବକ କାର୍ଯ୍ୟକ୍ରମର ଅୟମାରମ୍ଭ ହୋଇଥିଲା । ବିଦ୍ୟାଳୟର ଅଧ୍ୟକ୍ଷ ବିପିନ କୁମାର ସାହୁ ସମସ୍ତ ବିଦ୍ୟାର୍ଥୀ ଓ ଶିକ୍ଷକ-ଶିକ୍ଷୟିତ୍ରୀଙ୍କୁ ମଧୁବାବୁଙ୍କ ଜୀବନାଦର୍ଶରେ ଅନୁପ୍ରାଣିତ ହେବା ସହିତ ଓଡ଼ିଶା ମାଟି ପାଇଁ କିଛି ଉନ୍ନତି ମୂଳକ କାର୍ଯ୍ୟ କରିବା ପାଇଁ ପରାମର୍ଶ ଦେଇଥିଲେ ।
ଓଡ଼ିଆ ବିଭାଗୀୟ ମୁଖ୍ୟ ଶୁଭ୍ରାଂଶୁ ମୋହନ ଦାଶଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଉକ୍ତ କାର୍ଯ୍ୟକ୍ରମ ପରିଚାଳିତ ହୋଇଥିଲା । ବରିଷ୍ଠ ଶିକ୍ଷକ ନରୋତ୍ତମ ଷଡ଼ଙ୍ଗୀ ଧନ୍ୟବାଦ ଅର୍ପଣ କରିଥିଲେ । ଓଡ଼ିଆ ବିଭାଗର କ୍ଷଣପ୍ରଭା ନନ୍ଦ, ଝରଣା ମିଶ୍ର, ଶିକ୍ଷକ କେଶବ ଚନ୍ଦ୍ର ପ୍ରଧାନ ,ବିଜୟ କୁମାର ପଣ୍ଡା, ଶକ୍ତିପ୍ରସନ୍ନ ମହାନ୍ତି , ସନ୍ତୋଷ କୁମାର କରଙ୍କ ସକ୍ରିୟ ସହଯୋଗରେ ଏହି କାର୍ୟ୍ୟକ୍ରମଟି ସଫଳ ମଣ୍ଡିତ ହୋଇଥିଲା ।






