Wednesday, July 1, 2026 04:16 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ଦେଶବିଦେଶରେ ମହକିବ ‘କୋରାପୁଟ କଫି’

ବିକ୍ରିବଟା ଦାୟିତ୍ୱରେ ଟାଟା କଫି

by Our Correspondent
08 Aug, 2021- 04:44 PM
in Latest News, News
1 min read
0
ଦେଶବିଦେଶରେ ମହକିବ ‘କୋରାପୁଟ କଫି’

କୋରାପୁଟର କଫି ଚାଷୀଙ୍କ ସମୃଦ୍ଧି ପାଇଁ ଏକ ନୂଆ ଆଶାର କିରଣ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଏଣିକି ଦେଶର କୋଣ ଅନୁକୋଣରେ ମହକିବ ଆମ ‘କୋରାପୁଟ କଫି’ । କୋରାପୁଟ ଜିଲ୍ଲାର ନିର୍ଦ୍ଦିଷ୍ଟ ଅଞ୍ଚଳରେ ଉତ୍ପାଦନ ହେଉଥିବା ଏହି କଫି ସାରା ବିଶ୍ୱରେ ନିଜର ଉପସ୍ଥିତି ଜାହିର କରିବାକୁ ଯାଉଛି । କଫି ଚାଷୀଙ୍କ ଉନ୍ନତି ଓ ସମୃଦ୍ଧି ପାଇଁ ଟିଡିସିସିଓଏଲର ପ୍ରୟାସରେ ‘କୋରାପୁଟ କଫି’ର ବିକ୍ରିବଟା ପାଇଁ ‘ଟାଟା କଫି’ ସହମତି ପ୍ରକାଶ କରିଛି। ଏହାର ସ୍ୱତନ୍ତ୍ରତାକୁ ବଜାୟ ରଖିବା ଉପରେ ଗୁରୁତ୍ୱ ଦେଇ ‘ଟାଟା କଫି’ ପ୍ରଥମ ଥର ପାଇଁ ଓଡ଼ିଶାରୁ କଫି କ୍ରୟ କରିବାକୁ ଯାଉଛି।

‘ଟାଟା କଫି’ ର ସହଯୋଗ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଖୁସି ପ୍ରକଟ କରିଛନ୍ତି । କଫି ଚାଷୀଙ୍କ ଆର୍ଥିକ-ସାମାଜିକ ଉନ୍ନତି ପାଇଁ ରାଜ୍ୟ ସରକାର କରୁଥିବା ପ୍ରୟାସରେ ଏହା ସହାୟକ ହେବ। କୋଭିଡ ସଙ୍କଟ ସମୟରେ ଆଦିବାସୀଙ୍କ ଜୀବନଜୀବିକା ସୁରକ୍ଷିତ କରିବାରେ ଏହା ବଡ଼ ଗୁରୁତ୍ୱ ବହନ କରିବ ବୋଲି  ମୁଖ୍ୟମନ୍ତ୍ରୀ କହିଛନ୍ତି। 

କୋରାପୁଟରେ କଫି ଚାଷକୁ ବ୍ୟାପକ ଏବଂ ସମୃଦ୍ଧ କରିବାରେ କଫି ଚାଷୀଙ୍କ ଅବଦାନକୁ ସମ୍ମାନ ଜଣାଇ ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ କସମପଦର ଗାଁର ସୁଲୋଚନା ଖରଙ୍କ ଉଚ୍ଚ ପ୍ରଶଂସା କରିଛନ୍ତି। ସେ କହିଛନ୍ତି, “ଟିଡିସିସିଓଏଲକୁ ୨୦୦ କେଜିରୁ ଊର୍ଦ୍ଧ୍ଵ କଫି ଫଳ ବିକ୍ରି କରି ସୁଲୋଚନା ଖର ସଫଳ କଫି ଚାଷୀ ଭାବେ ଅନ୍ୟମାନଙ୍କ ପାଇଁ ପ୍ରେରଣାର ଉତ୍ସ ସାଜିଛନ୍ତି। ‘କୋରାପୁଟ କଫି’ର ଚାହିଦା ପୂରଣରେ ତାଙ୍କ ପରି ଚାଷୀଙ୍କ ନିଷ୍ଠା ଓ ପ୍ରତିବଦ୍ଧତା ଅତ୍ୟନ୍ତ ପ୍ରଶଂସନୀୟ।”

ସୂଚନାଯୋଗ୍ୟ, କୋରାପୁଟ କଫି ଜରିଆରେ ଆଦିବାସୀଙ୍କ ଜୀବିକା ସୁରକ୍ଷିତ କରିବା ପାଇଁ ରାଜ୍ୟ ସରକାର ସ୍ୱତନ୍ତ୍ର ଯୋଜନା ପ୍ରସ୍ତୁତ କରିଛନ୍ତି। ଜୁନ ୨୦୨୧ ସୁଦ୍ଧା ୩୦,୦୦୦ ପରିବାରକୁ ୪୬,୦୦୦ ଏକରର ଜଙ୍ଗଲ ଜମି ଅଧିକାର ପ୍ରଦାନ କରାଯାଇଛି। ୨୦୨୦-୨୧ରେ କୋରାପୁଟ ଜିଲ୍ଲାର ‘ଲକ୍ଷ୍ମୀପୁର’, ‘କାଶିପୁର’, ‘ଦସମନ୍ତପୁର’, ‘ନନ୍ଦପୁର’, ‘ଲମଟାପୁଟ’, ‘କୋରାପୁଟ’ ଓ ‘ପଟ୍ଟାଙ୍ଗି’ ବ୍ଲକର ୧୯୩ ଜଣ ଆଦିବାସୀ କଫି ଚାଷୀଙ୍କଠାରୁ ଟିଡିସିସିଓଏଲ ୨୮,୭୯୦ କେଜି କଫି ଚେରୀ ସଂଗ୍ରହ କରିଛି। ୨୧-୨୨ ବର୍ଷରେ ଅଧିକ ୮୦ ହେକ୍ଟର ଜମିରେ କଫି ଉତ୍ପାଦନ ପାଇଁ ଲକ୍ଷ୍ୟ ରହିଛି। ଚଳିତ ବର୍ଷ କଫି ଉତ୍ପାଦନକାରୀଙ୍କୁ ଦକ୍ଷତା ବୃଦ୍ଧି ତାଲିମ ଦିଆଯାଇଥିବାରୁ ଗତ ବର୍ଷ ଅପେକ୍ଷା ଅଧିକ କଫି ଉତ୍ପାଦନ ହେବ ବୋଲି ରାଜ୍ୟ ସରକାର ଆଶା ରଖିଛନ୍ତି ।

Previous Post

ସୁନ୍ଦରଗଡ଼ରେ ଟିମ୍ ନବୀନ

Next Post

ପ୍ରଫେସର ମନୋଜ ସାହୁ ମେଡ଼ିକାଲ୍ ସାଇନ୍ସ ଜାତୀୟ ଏକାଡ଼େମୀର ସଦସ୍ୟ ମନୋନୀତ

Next Post
ପ୍ରଫେସର ମନୋଜ ସାହୁ ମେଡ଼ିକାଲ୍ ସାଇନ୍ସ ଜାତୀୟ ଏକାଡ଼େମୀର ସଦସ୍ୟ ମନୋନୀତ

ପ୍ରଫେସର ମନୋଜ ସାହୁ ମେଡ଼ିକାଲ୍ ସାଇନ୍ସ ଜାତୀୟ ଏକାଡ଼େମୀର ସଦସ୍ୟ ମନୋନୀତ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA