Friday, June 26, 2026 03:21 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

୨୦୨୨ ଜୁଲାଇ ସୁଦ୍ଧା ନିର୍ମାଣ ହେବ ରାଉରକେଲା ହକି ଷ୍ଟାଡିୟମ

ମୁଖ୍ୟ ଶାସନ ସଚିବ ଓ ୫-ଟି ସଚିବଙ୍କ ରାଉରକେଲା ଗସ୍ତ

by Our Correspondent
18 Aug, 2021- 07:36 PM
in Latest News, News
1 min read
0
୨୦୨୨ ଜୁଲାଇ ସୁଦ୍ଧା ନିର୍ମାଣ ହେବ ରାଉରକେଲା ହକି ଷ୍ଟାଡିୟମ

ରାଉରକେଲା/ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ‌୍‍, ଜାତୀୟ ସ୍ୱାସ୍ଥ୍ୟ ମିଶନ ନିର୍ଦ୍ଦେଶିକା ଶ୍ରୀମତୀ ଶାଳିନୀ ପଣ୍ଡିତ ଏବଂ ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ର ସଚିବ ତଥା କ୍ରୀଡ଼ା ସଚିବ ଆର. ଭିନିଲ‌୍‍ କ୍ରିଷ୍ଣା ଆଜି ରାଉରକେଲା ଗସ୍ତରେ ଆସି ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି।

ରାଉରକେଲାରେ ନିର୍ମାଣାଧୀନ ବିର୍ସା ମୁଣ୍ଡା ଅନ୍ତର୍ଜାତୀୟ ହକି ଷ୍ଟାଡିୟମ, ବିଜୁ ପଟ୍ଟନାୟକ ଇନଡୋର ଷ୍ଟାଡିୟମ, ଫୁଟବଲ‌୍‍ ଖେଳ ସହ ଆଥ‌୍‍ଲେଟିକ୍ସ ପାଇଁ ନିର୍ମାଣାଧୀନ ବିର୍ସା ମୁଣ୍ଡା ଷ୍ଟାଡିୟମ ସହିତ ସାଇନ୍ସ ପାର୍କ ଏବଂ ପ୍ଲାନେଟାରିୟମ‌୍‍ କାର୍ଯ୍ୟ ବୁଲି ଦେଖିଥିଲେ। ରାଉରକେଲାର ବସ୍ତି ବାସିନ୍ଦାଙ୍କ ଥଇଥାନ ପାଇଁ ତିଆରି ହେଉଥିବା ବାସୋପଯୋଗୀ ପ୍ରକଳ୍ପସ୍ଥଳ ମଧ୍ୟ ଅନୁଧ୍ୟାନ କରିଥିଲେ। ପରେ ଏହି ଟିମ‌୍‍ ସୁନ୍ଦରଗଡ଼ ଜିଲ୍ଲାପାଳ, ରାଉରକେଲା ଏଡିଏମ‌୍‍ ତଥା ମହାନଗର ନିଗମ କମିଶନର ଏବଂ ଅନ୍ୟ ଅଧିକାରୀମାନଙ୍କ ସହ ବିମାନବନ୍ଦରଠାରେ ପ୍ରକଳ୍ପ କାର୍ଯ୍ୟଗୁଡ଼ିକୁ ସମୀକ୍ଷା କରିଥିଲେ ପ୍ରତିନିଧିଦଳ।

ସଚିବସ୍ତରୀୟ ପ୍ରତିନିଧି ଦଳ ପ୍ରଥମେ ବିପିୟୁଟି କ୍ୟାମ୍ପସରେ ନିର୍ମାଣ ଚାଲିଥିବା ବିର୍ସା ମୁଣ୍ଡା ଅନ୍ତର୍ଜାତୀୟ ହକି ଷ୍ଟାଡିୟମର କାର୍ଯ୍ୟ ବୁଲି ଦେଖିଥିଲେ। ନିର୍ଦ୍ଧାରିତ ସମୟ ଅନୁଯାୟୀ ସମସ୍ତ କାର୍ଯ୍ୟ ଯେପରି ସମ୍ପାଦନ କରାଯିବ ସେଥିପାଇଁ ମୁଖ୍ୟ ଶାସନ ସଚିବ ସ୍ଥାନୀୟ ପ୍ରଶାସନକୁ ନିଦ୍ଦେର୍ଶ ଦେଇଥିଲେ। ୨୦୨୩ରେ ହେବାକୁ ଥିବା ପୁରୁଷ ହକି ବିଶ୍ବକପ‌୍‍ ଭୁବନେଶ୍ବର ସହିତ ରାଉରକେଲାର ଏହି ଷ୍ଟାଡିୟମରେ ଆୟୋଜନ କରାଯିବ । ଏକାସାଙ୍ଗରେ ଏଠାରେ ୨୦ ହଜାର ଦର୍ଶକ ବସି ଖେଳ ଉପଭୋଗ କରିପାରିବେ।

ପାନପୋଷଠାରେ ବ୍ୟାଡମିଣ୍ଟନ ଏବଂ ଲନ‌୍‍ ଟେନିସ‌୍‍ ଖେଳର ପ୍ରସାର ପାଇଁ ବିଜୁ ପଟ୍ଟନାୟକ ଇନଡୋର ଷ୍ଟାଡିୟମ ନିର୍ମାଣ କରାଯାଉଛି। ଏଠାରେ ୩ଟି ଇନଡୋର ବ୍ୟାଡ‌୍‍ମିଣ୍ଟନ କୋର୍ଟ ସହିତ ଆଉଟଡୋର ଲନ‌୍‍ ଟେନିସ‌୍‍ କୋର୍ଟ ରହିଛି। ଖେଳାଳିମାନଙ୍କ ଫିଟନେସ‌୍‍ ପାଇଁ ଅତ୍ୟାଧୁନିକ ଜିମ‌୍‍ର ବ୍ୟବସ୍ଥା କରାଯାଉଛି। ସେହିପରି ଫୁଟବଲ ଖେଳ ସହ ଆଥ‌୍‍ଲେଟିକ୍ସ ପାଇଁ ବିର୍ସା ମୁଣ୍ଡା ଷ୍ଟାଡିୟମ ତିଆରି କରାଯାଉଛି। ସଚିବସ୍ତରୀୟ ପ୍ରତିନିଧି ଦଳ ଏହି ଦୁଇଟି ପ୍ରକଳ୍ପସ୍ଥଳ ବୁଲି ଏହାର ଅଗ୍ରଗତି ସମ୍ପର୍କରେ ମଧ୍ୟ ଅନୁଧ୍ୟାନ କରିଥିଲେ। ଛେଣ୍ଡଠାରେ ପ୍ରାୟ ୫ ଏକର ଜମିରେ ଚାଲିଥିବା ଆବାସ ନିର୍ମାଣ କାର୍ଯ୍ୟ ବୁଲି ଦେଖିଥିଲେ । ରାଉରକେଲା ମହାନଗର ନିଗମ ଅଞ୍ଚଳରେ ୫ଟି ପ୍ରକଳ୍ପ କରାଯାଉଛି, ଯେଉଁଠି ବସ୍ତି ବାସିନ୍ଦାଙ୍କ ପାଇଁ ପ୍ରାୟ ୩ ହଜାର ଘର ନିର୍ମାଣ କରାଯିବ । ଯେତେଶୀଘ୍ର ସମ୍ଭବ ହିତାଧିକାରୀମାନଙ୍କୁ ସେମାନଙ୍କ ପାଇଁ ନିର୍ଦ୍ଧାରିତ ଘର ଚିହ୍ନଟ କରି ଜଣାଇ ଦେବା ପାଇଁ ଶ୍ରୀ ପାଣ୍ଡିଆନ୍ ନିର୍ଦ୍ଦେଶ ଦେଇଥିଲେ ।

ସମୀକ୍ଷା ପରେ ମୁଖ୍ୟ ଶାସନ ସଚିବ ଗଣମାଧ୍ୟମକୁ କହିଥିଲେ, ରାଉରକେଲା ଷ୍ଟାଡିୟମ୍ ଓ ଆନୁସଙ୍ଗିକ ଭିତ୍ତିଭୂମି ଉନ୍ନୟନ କାର୍ଯ୍ୟ ଜୋରସୋର ଚାଲିଛି । ନିର୍ମାଣାଧୀନ ଅନ୍ତର୍ଜାତୀୟ ହକି ଷ୍ଟାଡିୟମକୁ ୨୦୨୨ ଜୁଲାଇ ସୁଦ୍ଧା ପ୍ରସ୍ତୁତ ରଖିବାକୁ ଲକ୍ଷ୍ୟ ରଖାଯାଇଛି । ବିମାନବନ୍ଦର ସଂପ୍ରସାରଣ ଓ ଟର୍ମିନାଲ୍ ବିଲ୍ଡିଂ ନିର୍ମାଣ କାର୍ଯ୍ୟ ମଧ୍ୟ ୨୦୨୨ ମେ’ ସୁଦ୍ଧା ଶେଷ ହୋଇଯିବ । ବିଜୁ ପଟ୍ଟନାୟକ ଇନଡୋର ଷ୍ଟାଡିୟମର  ନିର୍ମାଣ କାମ ମଧ୍ୟ ଶେଷ ପର୍ଯାୟରେ ପହଞ୍ଚିଛି । ନିର୍ମାଣାଧୀନ ବିର୍ସା ମୁଣ୍ଡା ଷ୍ଟାଡିୟମ ଫୁଟବଲ ଖେଳ ସହ ଆଥଲେଟିକ‌୍‍ ପାଇଁ ଗୁରୁତ୍ବପୂର୍ଣ୍ଣ ଭୂମିକା ଗ୍ରହଣ କରିବ। ସେଠାରେ ୪୦୦ ମିଟର ବିଶିଷ୍ଟ ଆଥଲେଟିକ‌୍‍ ଟ୍ରାକ‌୍‍ ନିର୍ମାଣ କରାଯାଉଛି।  ଛେଣ୍ଡଠାରେ ତିଆରି ହେଉଥିବା ସାଇନ୍ସ ପାର୍କ ଓ ପ୍ଲାନେଟାରିୟମ କାର୍ଯ୍ୟ ଆସନ୍ତା ବର୍ଷ ଜୁନ‌୍‍ ସୁଦ୍ଧା ସାରିବାକୁ ଲକ୍ଷ୍ୟ ରଖାଯାଇଛି। ଏତଦବ୍ୟତୀତ ସ୍ମାର୍ଟ ସିଟି ଅଧୀନରେ ମଧ୍ୟ ଅନେକ ପ୍ରକଳ୍ପ ଚାଲିଛି। ତେଣୁ ବିଶ୍ୱକପ‌୍‍ ହକିକୁ ଦୃଷ୍ଟିରେ ରଖି ରାଉରକେଲାରେ ଚାଲିଥିବା ବିଭିନ୍ନ ନିର୍ମାଣ କାର୍ଯ୍ୟ ନିର୍ଦ୍ଧାରିତ ସମୟ ମଧ୍ୟରେ ଶେଷ କରିବାକୁ ସରକାର ଲକ୍ଷ୍ୟ ରଖିଛନ୍ତି।

ଏହି ଗସ୍ତ ଅବସରରେ ମୁଖ୍ୟ ଶାସନ ସଚିବ ଓ,୫-ଟି ସଚିବ ରାଉରକେଲାରେ କୋଭିଡ‌୍‍ ପରିସ୍ଥିତିର ସମୀକ୍ଷା କରିଥିଲେ। ବର୍ତ୍ତମାନ ରାଉରକେଲାରେ ଜେ ପି ହସ୍ପିଟାଲକୁ ସରକାରୀ କୋଭିଡ‌୍‍ ହସ୍ପିଟାଲ ଭାବେ କାର୍ଯ୍ୟକ୍ଷମ ରଖାଯାଇଛି । ସେହିପରି ସୁନ୍ଦରଗଡ଼ରେ ଏନଟିପିସି କୋଭିଡ‌୍‍ ସ୍ୱାସ୍ଥ୍ୟକେନ୍ଦ୍ର ପ୍ରସ୍ତୁତ ରହିଛି। ସମ୍ଭାବ୍ୟ ତୃତୀୟ ଲହରକୁ ଦୃଷ୍ଟିରେ ରଖି ପ୍ରଶାସନ ସବୁ ଦୃଷ୍ଟିରୁ ପ୍ରସ୍ତୁତ ରହିଛି ବୋଲି ମୁଖ୍ୟ ଶାସନ ସଚିବ କହିଛନ୍ତି ।

ଏହି କାର୍ଯ୍ୟକ୍ରମରେ ସୁନ୍ଦରଗଡ଼ ଜିଲ୍ଲାପାଳ ଶ୍ରୀ ନିଖିଲ ପବନ କଲ୍ୟାଣ, ରାଉରକେଲା ଅତିରିକ୍ତ ଜିଲ୍ଲାପାଳ ତଥା ମହାନଗର ନିଗମ କମିଶନର ଶ୍ରୀ ଦିବ୍ୟଜ୍ୟୋତି ପରିଡ଼ା ଏବଂ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।

Previous Post

ଭାରତୀୟ ହକିର ଆଉ ୧୦ ବର୍ଷ ପ୍ରାୟୋଜକ ରହିବ ଓଡ଼ିଶା

Next Post

ସେପ୍ଟେମ୍ବର ୧ରୁ ଖୋଲିବ ଲିଙ୍ଗରାଜ ମନ୍ଦିର

Next Post
ସେପ୍ଟେମ୍ବର ୧ରୁ ଖୋଲିବ ଲିଙ୍ଗରାଜ ମନ୍ଦିର

ସେପ୍ଟେମ୍ବର ୧ରୁ ଖୋଲିବ ଲିଙ୍ଗରାଜ ମନ୍ଦିର

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA