Sunday, April 19, 2026 03:37 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

ଜନଜାତିଙ୍କ ଜମି ହସ୍ତାନ୍ତର ସଂପର୍କିତ ସଂଶୋଧନକୁ ନାମଞ୍ଜୁର

ଜନଜାତି ଉପଦେଷ୍ଟା ପରିଷଦ ବୈଠକ

by Our Correspondent
31 Dec, 2024- 09:57 PM
in Latest News, News
1 min read
0
ଜନଜାତିଙ୍କ ଜମି ହସ୍ତାନ୍ତର ସଂପର୍କିତ ସଂଶୋଧନକୁ ନାମଞ୍ଜୁର

ଭୁବନେଶ୍ୱର: ଆଜି ଲୋକସେବା ଭବନରେ ନବଗଠିତ ଜନଜାତି ଉପଦେଷ୍ଟା ପରିଷଦ (TAC) ର ପ୍ରଥମ ବୈଠକ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏହି ପରିଷଦ ନଭେମ୍ବର ମାସରେ ଗଠିତ ହୋଇଥିଲା । ଏହାର କାର୍ଯ୍ୟକାଳ ଦୁଇ ବର୍ଷ ରଖାଯାଇଛି ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଜନଜାତି ମାନଙ୍କୁ ସବୁ କ୍ଷେତ୍ରରେ ନ୍ୟାୟ ମିଳିବା ଏବଂ ସେମାନଙ୍କ ଅଧିକାରକୁ ସୁରକ୍ଷିତ କରିବା ପାଇଁ ରାଜ୍ୟ ସରକାର ପ୍ରତିବଦ୍ଧ ହୋଇ କାମ କରୁଛନ୍ତି । ଏହି ନୂତନ ପରିଷଦରେ ଆଗାମୀ 2 ବର୍ଷ ମଧ୍ୟରେ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯିବ । ଓ.ଆର୍. ଭି ଆଇନରେ ଅନୁସୂଚିତ ଜନଜାତି ଓ ଜାତି ପିଲାମାନେ ଯେପରି ନ୍ୟାୟ ପାଇବେ, ତା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଆରୋପ କରିଥିଲେ । ଜନଜାତି ମାନଙ୍କୁ ମୁଖ୍ୟସ୍ରୋତରେ ସାମିଲ କରିବା ପାଇଁ ସମସ୍ତ ପ୍ରକାର ପଦକ୍ଷେପ ନିଆଯିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

ଆଜି ପରିଷଦର ବୈଠକରେ 1956 ଜମିଜମା ହସ୍ତାନ୍ତରଣ ଆଇନର ନିୟମାବଳୀ-2 ର ସଂଶୋଧନ ପ୍ରସ୍ତାବକୁ ନାମଞ୍ଜୁର କରାଯାଇଥିଲା । 2023 ଜୁଲାଇ 11 ତାରିଖରେ ଅନୁଷ୍ଠିତ ଜନଜାତି ଉପଦେଷ୍ଟା ପରିଷଦ ବୈଠକରେ ଏହି ପ୍ରସ୍ତାବ ଆସିଥିଲା । ପରେ 2023 ନଭେମ୍ବର 14 ତାରିଖରେ ରାଜ୍ୟ କ୍ୟାବିନେଟ ବୈଠକରେ ଏହି ପ୍ରସ୍ତାବକୁ ଅନୁମୋଦନ ଦିଆଯାଇଥିଲା । ତେବେ 2024 ଜାନୁଆରୀ 29 ତାରିଖରେ ଅନୁଷ୍ଠିତ କ୍ୟାବିନେଟ୍ ବୈଠକରେ ଏହାକୁ ନାମଞ୍ଜୁର କରାଯାଇଥିଲା । ଆଜି ଜନଜାତି ଉପଦେଷ୍ଟା ପରିଷଦ ମଧ୍ୟ ଏହି ପ୍ରସ୍ତାବକୁ ନାମଞ୍ଜୁର କରିଛି । ଏହା ଫଳରେ ଆଦିବାସୀ ମାନଙ୍କ ସଂପତ୍ତିକୁ ହସ୍ତାନ୍ତର କରାଯାଇପାରିବ ନାହିଁ ।

ତେବେ ଜନଜାତି ଲୋକମାନେ ସେମାନଙ୍କର ବିଭିନ୍ନ ଜରୁରୀ କାମ, ଯେପରି ବିବାହ, ପିଲାଙ୍କ ଉଚ୍ଚଶିକ୍ଷା କିମ୍ବା ବ୍ୟବସାୟ ଆଦି କାମରେ ଋଣ ପାଇପାରିବେ, ସେଥିପାଇଁ ଆଗାମୀ ଦିନରେ ଅନ୍ୟାନ୍ୟ ବିକଳ୍ପ ପ୍ରସ୍ତାବ ଉପରେ ଆଲୋଚନା କରାଯାଇ ନିଷ୍ପତ୍ତି ନିଆଯିବ ବୋଲି ବୈଠକରେ ସ୍ଥିର ହୋଇଥିଲା।

ବୈଠକରେ ମୁଣ୍ଡାରୀ ଭାଷାକୁ ସମ୍ବିଧାନର ଅଷ୍ଟମ ଅନୁଛେଦରେ ଅନ୍ତର୍ଭୁକ୍ତ କରିବା ପାଇଁ ପ୍ରସ୍ତାବ ଗୃହୀତ ହୋଇଥିଲା। ଏହାବ୍ୟତୀତ ଅନ୍ୟାନ୍ୟ ଜନଜାତି ଭାଷାକୁ ଅଷ୍ଟମ ଅନୁଛେଦରେ ସ୍ଥାନିତ କରିବା ପାଇଁ ଆଲୋଚନା ହୋଇଥିଲା ।

ପେସା [ Panchayats (Extension to Schedule Areas) Act, 1996 ] ଆଇନର କାର୍ଯ୍ୟକାରିତା ପାଇଁ ପ୍ରସ୍ତୁତ କରାଯାଇଥିବା ନିୟମାବଳୀ (Draft Odisha PESA Rules) ସଂପର୍କରେ ବୈଠକରେ ଆଲୋଚନା କରାଯାଇଥିଲା। ତେବେ ଏହି ନିୟମାବଳୀ ଉପରେ ଅଧିକ ଆଲୋଚନା କରାଯାଇ ନିଷ୍ପତ୍ତି ନେବା ପାଇଁ ସ୍ଥିର କରାଯାଇଥିଲା । ଏଥିପାଇଁ ଏକ ରାଜ୍ୟସ୍ତରୀୟ ୱାର୍କସପ୍ ଆୟୋଜନ କରାଯାଇ ଏଥିରେ ବ୍ଲକ୍ ଓ ଜିଲ୍ଲାସ୍ତରୀୟ ଜନଜାତି ପ୍ରତିନିଧି, ପୌରାଞ୍ଚଳ, ବିଧାନସଭା, ଲୋକସଭା ଓ ରାଜ୍ୟସଭାର ଜନଜାତି ପ୍ରତିନିଧି ମାନଙ୍କୁ ସାମିଲ କରାଯାଇ ଏହି ନିୟମାବଳୀ ସଂପର୍କରେ ବିସ୍ତୃତ ଆଲୋଚନା କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ ।

ପ୍ରାରମ୍ଭିକ ଅଭିଭାଷଣ ରଖି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଜନଜାତି ମାନଙ୍କ ସାମାଜିକ, ଆର୍ଥିକ ଓ ରାଜନୈତିକ ସଶକ୍ତିକରଣ ପାଇଁ ଯଶସ୍ୱୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଜୀ ଅନେକ ଯୋଜନା ପ୍ରଣୟନ କରିଛନ୍ତି। ଭଗବାନ ବିର୍ସା ମୁଣ୍ଡାଙ୍କ 150 ତମ ଜୟନ୍ତୀ ଅବସରରେ ଜନଜାତୀୟ ଗୌରବ ଦିବସ ପାଳନ କରି ସାରା ଦେଶରେ ଆଦିବାସୀଙ୍କ ବିକାଶ ପାଇଁ 6640 କୋଟି ଟଙ୍କାର କାର୍ଯ୍ୟକ୍ରମ ଆରମ୍ଭ କରିଛନ୍ତି। ସେହିପରି ‘ଧରତୀ ଆବା ଜନଜାତି ଗ୍ରାମ ଉତ୍କର୍ଷ ଅଭିଯାନ’ ଆରମ୍ଭ କରିଛନ୍ତି। ଏଥିରେ ଓଡିଶାର 27ଟି ଜିଲ୍ଲାର 7,667ଟି ଆଦିବାସୀ ବହୁଳ ଗ୍ରାମକୁ ଅନ୍ତର୍ଭୁକ୍ତ କରାଯାଇଛି । ଏହାଦ୍ୱାରା 10 ଲକ୍ଷ 80 ହଜାରରୁ ଅଧିକ ଜନଜାତି ପରିବାର ଉପକୃତ ହେବେ । ସେହିପରି ପିଏମ୍ ଜନମନ୍ ଯୋଜନା ଆରମ୍ଭ କରାଯାଇଛି । ଏଥିରେ ଓଡିଶାର 14ଟି ଜିଲ୍ଲାର 13ଟି ବର୍ଗର ପିଭିଟିଜି ମାନେ ଉପକୃତ ହେଉଛନ୍ତି ।

ସେହିପରି ରାଜ୍ୟ ସରକାର ମଧ୍ୟ ଜନଜାତି ମାନଙ୍କ ବିକାଶ ପାଇଁ ଅନେକ ଯୋଜନା ହାତକୁ ନେଇଛନ୍ତି। ଅନୁସୂଚିତ ଜନଜାତି ମାନଙ୍କୁ ଉଚ୍ଚଶିକ୍ଷା ନିମନ୍ତେ ପ୍ରୋତ୍ସାହିତ କରିବା ଏବଂ ସେମାନଙ୍କ ଡ୍ରପ୍ ଆଉଟ ହାର ହ୍ରାସ କରିବା ପାଇଁ ସହିଦ ମାଧୋ ସିଂହ ହାତଖର୍ଚ୍ଚ ଯୋଜନା ଜାନୁଆରୀ 5 ତାରିଖରେ ଆରମ୍ଭ କରିବାକୁ ଯାଉଛନ୍ତି। ଏଥିରେ ନବମ ଓ ଏକାଦଶ ଶ୍ରେଣୀରେ ନାମ ଲେଖାଇ ଥିବା ଛାତ୍ରଛାତ୍ରୀ ମାନଙ୍କୁ ବାର୍ଷିକ 5 ହଜାର ଟଙ୍କା ଲେଖାଏଁ ପ୍ରୋତ୍ସାହନ ରାଶି ଦିଆଯିବ।

ସେହିପରି ସହିଦ୍ ଲକ୍ଷ୍ଣଣ ନାୟକ ବିଦ୍ୟାଳୟ ରୂପାନ୍ତରଣ କାର୍ଯ୍ୟକ୍ରମରେ 705ଟି ବିଦ୍ୟାଳୟକୁ ଆଦର୍ଶ ବିଦ୍ୟାଳୟରେ ପରିଣତ କରିବା ପାଇଁ ପଦକ୍ଷେପ ନିଆଯାଉଛି ।

ସୂଚନାଯୋଗ୍ୟ ଯେ ଜନଜାତି ଉପଦେଷ୍ଟା ପରିଷଦରେ ମୁଖ୍ୟମନ୍ତ୍ରୀ ଅଧ୍ୟକ୍ଷ ଅଛନ୍ତି ଏବଂ ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ମନ୍ତ୍ରୀ ଉପାଧ୍ୟକ୍ଷ ଅଛନ୍ତି । ଏହାବ୍ୟତୀତ ଆଉ 18 ଜଣ ସଦସ୍ୟ ଅଛନ୍ତି । ଏଥିରେ 15 ଜଣ ବିଧାନସଭା ସଦସ୍ୟ, 2 ଜଣ ସାଂସଦ ଏବଂ ଜନଜାତି ବିକାଶ ପାଇଁ କାର୍ଯ୍ୟ କରୁଥିବା ଜଣେ ଆଦିବାସୀ ମହିଳା ସଦସ୍ୟା ଭାବେ ସ୍ଥାନ ପାଇଛନ୍ତି । ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ମନ୍ତ୍ରୀ ରବି ନାରାୟଣ ନାୟକ ଅତିଥି ସଦସ୍ୟ ଭାବେ ଯୋଗ ଦେଇଥିଲେ ।

ବୈଠକରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ଏବଂ ବିଭିନ୍ନ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ, ପ୍ରମୁଖ ଶାସନ ସଚିବ ଓ ଶାସନ ସଚିବ ମାନେ ଉପସ୍ଥିତ ଥିଲେ । ଅନୁସୂଚିତ ଜନଜାତି ଓ ଜାତି ଉନ୍ନୟନ ବିଭାଗର ପ୍ରମୁଖ ସଚିବ ସଂଜୀବ କୁମାର ମିଶ୍ର ବୈଠକର କାର୍ଯ୍ୟସୂଚୀ ସଂପର୍କରେ ଉପସ୍ଥାପନ ରଖିଥିଲେ।

Previous Post

ଆଉ ୪ ଜିଲ୍ଲାର କ୍ଷତିଗ୍ରସ୍ତ ଚାଷୀଙ୍କୁ ଭେଟିଲେ ନବୀନ

Next Post

ବିଦାୟ ୨୦୨୪

Next Post
ବିଦାୟ ୨୦୨୪

ବିଦାୟ ୨୦୨୪

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19181 shares
    Share 7672 Tweet 4795
  • ନବୀନ..ନବୀନ, ମୋହନ..ମୋହନ

    16600 shares
    Share 6640 Tweet 4150
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7298 shares
    Share 2919 Tweet 1825
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5815 shares
    Share 2326 Tweet 1454
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5485 shares
    Share 2194 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA