Sunday, June 28, 2026 02:11 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ଆଂଟିବାୟୋଟିକ୍‌କୁ ଅଧିକ ବିକଶିତ କରିବା ନିମନ୍ତେ ସମାଜର ସବୁବର୍ଗଙ୍କ ସହଯୋଗ ଆବଶ୍ୟକ

ସୋଆରେ ଶିଳ୍ପ ଏବଂ ସାମୁଦ୍ରିକ ଜୈବପ୍ରଯୁକ୍ତିବିଦ୍ୟା ଉପରେ ଦୁଇ ଦିନିଆ ଜାତୀୟ ସମ୍ମିଳନୀ ଆରମ୍ଭ

by Our Correspondent
04 Nov, 2024- 10:00 PM
in Health, Latest News, News
1 min read
0
ଆଂଟିବାୟୋଟିକ୍‌କୁ ଅଧିକ ବିକଶିତ କରିବା ନିମନ୍ତେ ସମାଜର ସବୁବର୍ଗଙ୍କ ସହଯୋଗ ଆବଶ୍ୟକ

ଭୁବନେଶ୍ୱର: କୋଭିଡ ମହାମାରୀରେ ଭାରତରେ ୫ ଲକ୍ଷରୁ ଊର୍ଦ୍ଧ୍ୱ ଲୋକଙ୍କର ମୃତ୍ୟୁ ହୋଇଥିବା ବେଳେ ଜୀବନର ରକ୍ଷାକାରୀ ସାଜିଥିଲା ଜୀବାଣୁକୁ ଅକାମୀ କରୁଥିବା ଆଂଟିବାୟୋଟିକ । ତେଣୁ ଏଭଳି ଆଂଟିବାୟୋଟିକ୍‌ଗୁଡ଼ିକୁ ଅଧିକ ମାତ୍ରାରେ ବିକଶିତ କରିବା ପାଇଁ ସମାଜର ସହଯୋଗର ଆବଶ୍ୟକତା ରହିଛି । ଏହା ଜାତୀୟ ସୁରକ୍ଷା ନିମନ୍ତେ ଆବଶ୍ୟକ ବୋଲି ଶିଳ୍ପ ଏବଂ ସାମୁଦ୍ରିକ ଜୈବପ୍ରଯୁକ୍ତିବିଦ୍ୟା ଉପରେ ସୋମବାର ଶିକ୍ଷା ଓ ଅନୁସନ୍ଧାନ (ସୋଆ)ରେ ଆରମ୍ଭ ହୋଇଥିôବା ଦୁଇ ଦିନିଆ ଜାତୀୟ ସମ୍ମିଳନୀରେ ବିଶେଷଜ୍ଞ ମତ ଦେଇଛନ୍ତି ।

ନଭେମ୍ବର ୪ ଓ ୫ ଦୁଇ ଦିନ ଧରି ‘ରିସର୍ଚ୍ଚ ଆଣ୍ଡ ଇନୋଭେସନ୍‌ସ ଇନ୍ ଇଣ୍ଡଷ୍ଟ୍ରିଆଲ୍ ଆଣ୍ଡ ମେରାଇନ୍ ବାୟୋଟେକ୍ନୋଲେଜି: ଏ ସର୍କୁଲାର ଇକୋନୋମି’ ଶୀର୍ଷକ ଜାତୀୟ କର୍ମଶାଳାର ଆୟୋଜନ କରାଯାଇଥିବାବେଳେ ଏହାର ଉଦ୍‌ଘାଟନୀ କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ଚେନ୍ନାଇର ବି.ଏସ୍‌. ଅବ୍‌ଦୁର ରହେମାନ୍ କ୍ରେସେଂଟ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ସାଇନ୍ସ ଆଣ୍ଡ ଟେକ୍ନୋଲେଜି (ଡିମ୍‌ଡି ଟୁ ବି ୟୁନିଭର୍ସିଟି)ର ଉପକୁଳପତି ପ୍ରଫେସର ଏନ୍‌. ତାଜୁଦ୍ଦିନ କହିଥିଲେ ଯେ ବିଶ୍ୱରେ ବର୍ତମାନ ପରିବେଶର ପ୍ରଦୂଷଣ ଏବଂ ପୁଷ୍ଟିହୀନତା ବଡ଼ ସମସ୍ୟା ଭାବେ ଉଭା ହୋଇଛି । ଏଥି ନିମନ୍ତେ ଜୈବବିଜ୍ଞାନର ସହଯୋଗର ଅନେକ ଆବଶ୍ୟକତା ରହିଛି ବୋଲି ସେ କହିଛନ୍ତି ।

ଏହି ଅବସରରେ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ପ୍ରଭାତ କୁମାର ରାଉଳ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ କହିଥିଲେ ଯେ କୃଷି କ୍ଷେତ୍ରକୁ ବିକଶିତ କରିବା ପାଇଁ ଜୈବବିଜ୍ଞାନ ହିଁ ଏକ ମାତ୍ର ଆଶାର ଆଲୋକ । କୃଷି ଏବଂ ଜୈବବିଜ୍ଞାନ ହାତ ମିଶାଇଲେ ହିଁ ବିଜ୍ଞାନ ବିକଶିତ ହେବ ବୋଲି ସେ କହିଛନ୍ତି । ଜୈବବିଜ୍ଞାନ ହିଁ ଭବିଷ୍ୟତର ବୈଷୟିକ ଜ୍ଞାନକୌଶଳ ବୋଲି ସେ କହିଥିବା ବେଳେ ଭାରତରେ ବର୍ତମାନ ଜୈବବିଜ୍ଞାନ କ୍ଷେତ୍ରରେ ୬୦୦୦ଷ୍ଟାର୍ଟଅପ୍‌, ୭୬୦ଟି କମ୍ପାନୀ ଏବଂ ୮୦୦ଟି ଉତ୍ପାଦ ଉପଲବ୍ଧ ବୋଲି ସେ ସୂଚନା ଦେଇଥିଲେ ।

ପ୍ରତ୍ୟେକ ପଦାର୍ଥର ପୁନଃବ୍ୟବହାର ଏବଂ ପୁନଃପରିଚାଳନା ହେଉଛି ଜୈବବିଜ୍ଞାନର ପ୍ରକୃତ ଉଦ୍ଦେଶ୍ୟ ବୋଲି ପ୍ରଫେସର ରାଉଳ କହିଛନ୍ତି ।

ସୋଆ ପରିଚାଳିତ ସେଂଟର ଫର୍ ଇଣ୍ଡଷ୍ଟ୍ରିଆଲ୍ ବାୟୋଟୋକ୍ନୋଲୋଜି ରିସର୍ଚ୍ଚ (ସିଆଇବିଆର) ଏହି କର୍ମଶାଳାର ଆୟୋଜନ କରିଥିବାବେଳେ ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା ବିଭାଗ ଅଧିନସ୍ଥ ସାଇନ୍ସ ଆଣ୍ଡ ଇଞ୍ଜିନିୟରିଂ ରିସର୍ଚ୍ଚ ବୋର୍ଡ ଏହାର ପୃଷ୍ଠପୋଷକ ରହିଛି । ଏହା ବ୍ୟତୀତ ନ୍ୟାସ୍‌ନାଲ୍ ରିସର୍ଚ୍ଚ ଡେଭଲପ୍‌ମେଂଟ କର୍ପୋରେସନ୍ (ଏନଆରଡିସି) ଓ ବାୟୋଟୋକ୍ନୋଲୋଜି ରିସର୍ଚ୍ଚ ସୋସାଇଟି ଅଫ୍ ଇଣ୍ଡିଆର ମିଳିତ ସହଯୋଗରେ ଏହା ଆୟୋଜିତ ହେଉଛି ।

କାର୍ଯ୍ୟକ୍ରମରେ ଅଧ୍ୟକ୍ଷତା କରି ସୋଆର କୁଳପତି ପ୍ରଫେସର ପ୍ରଦୀପ୍ତ କୁମାର ନନ୍ଦ କହିଥିଲେ ଯେ ୨୦୨୫ ନଭେମ୍ବର ମାସରେ ସୋଆ ପକ୍ଷରୁ ଜୈବବିଜ୍ଞାନକୁ ନେଇ ଏକ ଆନ୍ତର୍ଜାତିକ କର୍ମଶାଳାର ଆୟୋଜନ କରାଯାଉଥିବା ବେଳେ ଏହା ପୂର୍ବରୁ ଏହି ସମ୍ମିଳନୀର ଗୁରୁତ୍ୱ ରହିଛି । ଗବେଷଣାକୁ ଅଧିକ ଗୁରୁତ୍ୱ ଦେଉଥିବା ସୋଆରେ ୧୯ଟି ଗବେଷଣା କେନ୍ଦ୍ର ରହିଥିବା ବେଳେ ସିଆଇବିଆର୍ ଏହାର ୧୮ତମ ଗବେଷଣା କେନ୍ଦ୍ର ବୋଲି ପ୍ରଫେସର ନନ୍ଦ କହି ଏହି ବିଷୟକୁ ଅଧିକ ଗୁରୁତ୍ୱ ଦିଆଯାଉଥିବା କହିଥିଲେ ।

କାର୍ଯ୍ୟକ୍ରମରେ କୋଲକାତା ସ୍ଥିତ ୟୁଜିସି-ଡିଏଇ ସିଏସ୍‌ଆର୍‌ର ପ୍ରମୁଖ ବୈଜ୍ଞାନିକ ଡକ୍ଟର ଅନିନ୍ଦିତା ଚକ୍ରବର୍ତୀ ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ପ୍ରଯୁକ୍ତିବିଦ୍ୟା ବିନା ବିଜ୍ଞାନର ଅସ୍ତିତ୍ୱ ନାହିଁ ବୋଲି କହିବା ସହ ସୋଆର ଏହି ପଦକ୍ଷେପ ଖୁବ୍ ପ୍ରଶଂସନୀୟ ବୋଲି କହିଥିଲେ ।

କାର୍ଯ୍ୟକ୍ରମରେ ସୋଆ ସିଆଇବିଆର୍‌ର ନିର୍ଦ୍ଦେଶକ ତଥା ଏହି ଜାତୀୟ ସମ୍ମିଳନୀର ଆବାହକ ପ୍ରଫେସର ହୃଦୟନାଥ ଥାଟ୍ଟୋଇ ସ୍ୱାଗତ ଭାଷଣ ପ୍ରଦାନ କରିବା ସହ ସଂପୃକ୍ତ କେନ୍ଦ୍ର ସମ୍ପର୍କରେ ବିସ୍ତୃତ ସୂଚନା ଦେଇôଥିଲେ । ବର୍ତମାନ ପରିସ୍ଥିତିରେ ବିଶ୍ୱରେ ଇଣ୍ଡଷ୍ଟ୍ରିଆଲ୍ ବାୟୋଟେକ୍ନୋଲଜି ଓ ମେରାଇନ୍ ବାୟୋଟେକ୍ନୋଲଜିର ପରିବେଶ ପ୍ରଦୂଷଣ ଓ ଜଳବାୟୁ ପରିବର୍ତନ ଭଳି ଜଟିଳ କ୍ଷେତ୍ରରେ ବିଶେଷ ଭୂମିକା ରହିଛି । ଏହି ବିଷୟ ବସ୍ତୁକୁ ନେଇ ହିଁ ସମ୍ମିଳନୀର ଆୟୋଜନ କରାଯାଇଥିବା ପ୍ରଫେସର ଥାଟ୍ଟୋଇ କହିଥିଲେ ।

ସମ୍ମିଳନୀରେ ବିଶିଷ୍ଟ ଗବେଷକ, ଶିଳ୍ପ ବିଶେଷଜ୍ଞ ଏବଂ ନୀତି ନିର୍ଦ୍ଧାରକ ଯୋଗ ଦେଇଛନ୍ତି ।

୨୦୨୩ ମସିହାରେ ସୋଆ ପକ୍ଷରୁ ପ୍ରତିଷ୍ଠା ହୋଇଥିବା ସିଆଇବିଆର୍‌ର ମୁଖ୍ୟ ଉଦ୍ଦେଶ୍ୟ ହେଉଛି ସମୁଦ୍ର, କୃଷି, ପରିବେଶ, ଫାର୍ମାସ୍ୟୁଟିକ୍ସ ଏବଂ ମେଡିକାଲ୍ ବାୟୋଟେକ୍ନୋଲୋଜି କ୍ଷେତ୍ରରେ ଗବେଷଣାକୁ ଅଧିକ ପ୍ରୋତ୍ସାହିତ କରିବା ବୋଲି ପ୍ରଫେସର ଥାଟ୍ଟୋଇ କହିଛନ୍ତି ।

ବର୍ତମାନ ବିଶ୍ୱରେ ପରିବେଶକୁ ନେଇ ଉଦ୍‌ବେଗ ସୃଷ୍ଟି ହେଉଥିବା ବେଳେ ହ୍ୱାଇଟ୍ ବାୟୋଟେକ୍ନୋଲୋଜି ଏବଂ ଇଣ୍ଡଷ୍ଟ୍ରିଆଲ୍ ବାୟୋଟେକ୍ନୋଲୋଜିର ଅନେକ ଗୁରୁତ୍ୱ ରହିଛି ବୋଲି ସେ କହିଛନ୍ତି । କାର୍ଯ୍ୟକ୍ରମରେ ଡକ୍ଟର ଶୀବାନି ମହାପାତ୍ର ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ ଅର୍ଗାନାଇଜିଂ ସେକ୍ରେଟାରୀ ଡକ୍ଟର ଅମ୍ରିତା ବାନାର୍ଜୀ ଧନ୍ୟବାଦ ଅର୍ପଣ କରିଥିଲେ । ଡକ୍ଟର ସସ୍ମିତା ମହାନ୍ତି କାର୍ଯ୍ୟକ୍ରମ ପରିଚାଳନା କରିଥିଲେ ।

Previous Post

ଓଡିଶାରେ ହିନ୍ଦୀ ଭାଷାର ପ୍ରସାର ପାଇଁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବ

Next Post

୫ ଦିନ ଲାଗିଲା, ଗୁରୁତ୍ୱ ବୁଝିଲେ ମୁଖ୍ୟମନ୍ତ୍ରୀ

Next Post
୫ ଦିନ ଲାଗିଲା, ଗୁରୁତ୍ୱ ବୁଝିଲେ ମୁଖ୍ୟମନ୍ତ୍ରୀ

୫ ଦିନ ଲାଗିଲା, ଗୁରୁତ୍ୱ ବୁଝିଲେ ମୁଖ୍ୟମନ୍ତ୍ରୀ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA