Thursday, May 21, 2026 09:54 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ କେନ୍ଦ୍ରମନ୍ତ୍ରୀ କୁମାରସ୍ୱାମୀ

by Our Correspondent
19 Nov, 2025- 07:28 PM
in Latest News, News
1 min read
0
ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ କେନ୍ଦ୍ରମନ୍ତ୍ରୀ କୁମାରସ୍ୱାମୀ

ଭୁବନେଶ୍ୱର: କେନ୍ଦ୍ର ଇସ୍ପାତ ମନ୍ତ୍ରୀ ଏଚ୍‌.ଡି କୁମାରସ୍ୱାମୀ ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟି ରାଉରକେଲା ଷ୍ଟିଲ ପ୍ଲାଣ୍ଟର ସମ୍ପ୍ରସାରଣ ସମ୍ପର୍କରେ ଆଲୋଚନା କରିଛନ୍ତି। ଏହି ଅବସରରେ କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ ଜୁଏଲ ଓରାମ୍ ମଧ୍ୟ ଉପସ୍ଥିତ ଥିଲେ।

ଆଲୋଚନାରୁ ଜଣାଯାଇଥିଲା ଯେ, ରାଉରକେଲା ଷ୍ଟିଲ୍ ପ୍ଲାଣ୍ଟର ଆଧୁନିକୀକରଣ ଓ ସମ୍ପ୍ରସାରଣ ପାଇଁ ଉଦ୍ୟମ ଜାରି ରହିଛି। ଆଧୁନିକୀକରଣ କାର୍ଯ୍ୟ ସୁରୁଖୁରୁରେ ଚାଲିଥିବା ବେଳେ, ସମ୍ପ୍ରସାରଣ ପାଇଁ ଜମି ଅଧିଗ୍ରହଣକୁ ସୁରୁଖୁରୁରେ କରିବା ପାଇଁ ବୈଠକରେ ଆଲୋଚନା କରାଯାଇଥିଲା।

ବୈଠକରେ ଏ ସମ୍ପର୍କରେ ସମାଧାନ ପାଇଁ ବିସ୍ତୃତ ଆଲୋଚନା ହୋଇଥିଲା। ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ରାଉରକେଲା ଷ୍ଟିଲ୍ ପ୍ଲାଣ୍ଟର ସମ୍ପ୍ରସାରଣ ଅତ୍ୟନ୍ତ ଆବଶ୍ୟକ। ଏହାଦ୍ବାରା ରାଜ୍ୟର ଆର୍ଥିକ ବିକାଶ ହେବା ସହିତ ନିଯୁକ୍ତି ସୁଯୋଗ ସୃଷ୍ଟିହେବ। ତେବେ, ସ୍ଥାନୀୟ ଲୋକଙ୍କ ସମସ୍ୟାର ସମାଧାନ କରାଯାଇ ସହମତି ଭିତ୍ତିରେ ଜମି ଅଧିଗ୍ରହଣ କରାଯିବ ବୋଲି ସେ କହିଥିଲେ।

ବୈଠକର ନିଷ୍ପତ୍ତି ଅନୁଯାୟୀ ଅତିରିକ୍ତ ମୁଖ୍ୟ ଶାସନ ସଚିବ ପଦବୀର ଜଣେ ଉଚ୍ଚ ଅଧିକାରୀଙ୍କ ଅଧ୍ୟକ୍ଷତାରେ ଏକ କମିଟି ଗଠନ କରାଯାଇ ଲୋକଙ୍କ ସହିତ ଆଲୋଚନା ଜରିଆରେ ସବୁ ସମସ୍ୟାର ସମାଧାନ କରାଯିବ।

ଷ୍ଟିଲ୍ ପ୍ଲାଣ୍ଟର ସମ୍ପ୍ରସାରଣ ପାଇଁ ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ୍‌ଙ୍କ ସହଯୋଗ ପାଇଁ କେନ୍ଦ୍ରମନ୍ତ୍ରୀ ଶ୍ରୀ କୁମାରସ୍ୱାମୀ ଉଭୟଙ୍କୁ ଧନ୍ୟବାଦ ଦେଇଥିଲେ।

ବୈଠକରେ ରାଉରକେଲାରେ ଏୟାରପୋର୍ଟ ସ୍ଥାପନ ପାଇଁ ଜମି ଯୋଗାଣ ଏବଂ ଅନ୍ୟାନ୍ୟ ବିଷୟ ଉପରେ ମଧ୍ୟ ଆଲୋଚନା ହୋଇଥିଲା।

ବୈଠକରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ଇସ୍ପାତ ଓ ଖଣି ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସୁରେନ୍ଦ୍ର କୁମାର, ରାଜସ୍ୱ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଦେଓରଞ୍ଜନ କୁମାର ସିଂହ, ଶିଳ୍ପ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ହେମନ୍ତ ଶର୍ମା, ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ଶାସନ ସଚିବ ଶାଶ୍ୱତ ମିଶ୍ର, କେନ୍ଦ୍ର ଇସ୍ପାତ ସଚିବ ସନ୍ଦୀପ୍ ପୋଣ୍ଡରିକ୍, SAILର ଚେୟାରମ୍ୟାନ ଅମରେନ୍ଦୁ ପ୍ରକାଶ ଏବଂ SAILର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।

Previous Post

ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କଲେ ୧୨ ଦେଶର ୪୦ ପ୍ରତିନିଧି

Next Post

ସମ୍ ହସ୍ପିଟାଲ୍ କ୍ୟାମ୍ପସ-୨ର ଏମବିବିଏସ୍ ଛାତ୍ରଛାତ୍ରୀଙ୍କ ହ୍ୱାଇଟ୍ କୋଟ ଉତ୍ସବ

Next Post
ସମ୍ ହସ୍ପିଟାଲ୍ କ୍ୟାମ୍ପସ-୨ର ଏମବିବିଏସ୍ ଛାତ୍ରଛାତ୍ରୀଙ୍କ ହ୍ୱାଇଟ୍ କୋଟ ଉତ୍ସବ

ସମ୍ ହସ୍ପିଟାଲ୍ କ୍ୟାମ୍ପସ-୨ର ଏମବିବିଏସ୍ ଛାତ୍ରଛାତ୍ରୀଙ୍କ ହ୍ୱାଇଟ୍ କୋଟ ଉତ୍ସବ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA