ଭୁବନେଶ୍ୱର: ଆସନ୍ତା ୨୩ ତାରିଖରେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଜନ୍ମସ୍ଥାନ ସୁଆଣ୍ଡୋର ପୁନଃବିକଶିତ ଜନ୍ମପୀଠର ଲୋକାର୍ପଣ ହେବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାକୁ ଲୋକାର୍ପଣ କରିବେ। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି)ଭି.କେ. ପାଣ୍ଡିଆନ ଆଜି ଜନ୍ମପୀଠର ପରିଦର୍ଶନ କରି ଏହାର ପୁନଃବିକାଶ କାର୍ଯ୍ୟ ତଦାରଖ କରିଥିଲେ ।








