Tuesday, June 23, 2026 01:00 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ମହିଳା ଉଦ୍ୟୋଗୀମାନଙ୍କ ଆଲୋଚନାଚକ୍ରରେ ମୁଖ୍ୟମନ୍ତ୍ରୀ

ଉତ୍କର୍ଷ ଓଡ଼ିଶା - ମେକ୍‌ ଇନ୍‌ ଓଡ଼ିଶା ସମ୍ମିଳନୀ ୨୦୨୫

by Our Correspondent
29 Jan, 2025- 05:20 PM
in Latest News, News
1 min read
0
ମହିଳା ଉଦ୍ୟୋଗୀମାନଙ୍କ ଆଲୋଚନାଚକ୍ରରେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଜୀବନର ଯେକୌଣସି କ୍ଷେତ୍ରରେ ସଫଳ ମହିଳାମାନଙ୍କୁ ସେମାନଙ୍କ ପୁରୁଷ ପ୍ରତିପକ୍ଷଙ୍କ ସହିତ ସମକକ୍ଷ ହେବା ଆନନ୍ଦର ବିଷୟ ବୋଲି ଉଲ୍ଲେଖ କରି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କହିଛନ୍ତି ଯେ କୃଷି କ୍ଷେତ୍ରରେ କାମ କରିବା ଠାରୁ ଆରମ୍ଭ କରି କେବଳ ଯାତ୍ରୀବାହୀ ବିମାନ ନୁହେଁ ବରଂ ଯୁଦ୍ଧ ବିମାନ ଉଡ଼ାଇବା, ମହାକାଶକୁ ରକେଟ୍‌ ଉଡ଼ାଇବା, କ୍ରୀଡ଼ା କ୍ଷେତ୍ର ପର୍ଯ୍ୟନ୍ତ ସବୁ କ୍ଷେତ୍ରରେ ମହିଳାମାନେ ପ୍ରମାଣ କରିଛନ୍ତି ଯେ ପୁରୁଷମାନେ ଯାହା କରିପାରିବେ ମହିଳାମାନେ ମଧ୍ୟ ତାହା କରିପାରିବେ । ମହିଳାମାନଙ୍କ ମଧ୍ୟରେ ଥିବା କ୍ଷମତା କିମ୍ବା ପ୍ରତିଭା ବିଷୟରେ କେବେ ସନ୍ଦେହ ନଥିଲା । ଏକମାତ୍ର ଅଭାବ ହେଉଛି ସଠିକ୍‌ ‘ସୁଯୋଗ’ । ମହିଳାମାନେ ବର୍ତ୍ତମାନ ପ୍ରଯୁକ୍ତିବିଦ୍ୟା ଏବଂ ଅର୍ଥନୀତି ଠାରୁ ଉତ୍ପାଦନ ଏବଂ ନବସୃଜନ ଶକ୍ତି ପର୍ଯ୍ୟନ୍ତ ସବୁ କ୍ଷେତ୍ରରେ ଅଗ୍ରଣୀ ଅଛନ୍ତି । ସଠିକ୍‌ ସୁଯୋଗ ମିଳିଲେ, ସେମାନେ କାମ କରିବାକୁ ବାଛିଥିବା ଯେକୌଣସି କ୍ଷେତ୍ରରେ ଆଶ୍ଚର୍ଯ୍ୟଜନକ କାର୍ଯ୍ୟ କରିପାରିବେ । ଶ୍ରୀମତୀ ନିର୍ମଳା ସୀତାରମଣ କେନ୍ଦ୍ର ଅର୍ଥମନ୍ତ୍ରୀ ଭାବେ ତାଙ୍କର ୮ମ ଲଗାତାର ବଜେଟ୍‌ ଉପସ୍ଥାପନ କରିବାକୁ ଯାଉଛନ୍ତି ଯାହା ଏକ ରେକର୍ଡ । ଆମର ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦିଜୀଙ୍କର ମହିଳାମାନଙ୍କ କ୍ଷମତା ଏବଂ ପ୍ରତିଭା ଉପରେ ଥିବା ବିଶ୍ୱାସକୁ ଏହା ଦର୍ଶାଉଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ଏହି ଅବସର ରେ ରାଜ୍ୟରେ ମହିଳା ଉଦ୍ୟୋଗୀମାନଙ୍କୁ ପ୍ରୋତ୍ସାହନ ଦେବା ଉଦ୍ଦେଶ୍ୟରେ ରାଜ୍ୟରେ ଗୋଟିଏ ସ୍ୱତନ୍ତ୍ର ମହିଳା ଶିଳ୍ପ ପାର୍କ ଏବଂ ଇପିକଲରେ ମହିଳା ଉଦ୍ୟୋଗୀଙ୍କ ପାଇଁ ଏକ ସ୍ୱତନ୍ତ୍ର ସେଲ ପ୍ରତିଷ୍ଠା ହେବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ ।

ଆଜି ଉତ୍କର୍ଷ ଓଡ଼ିଶା – ମେକ୍‌ ଇନ୍‌ ଓଡ଼ିଶା ସମ୍ମିଳନୀ ୨୦୨୫ର ଦ୍ୱିତୀୟ ଦିବସରେ ମହିଳା ଉଦ୍ୟୋଗୀମାନଙ୍କ ଆଲୋଚନାଚକ୍ରରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ ଆହୁରି କହିଲେ ଯେ ଶିକ୍ଷା ହେଉଛି ମହିଳା ସଶକ୍ତୀକରଣର ଚାବିକାଠି । ଆଗାମୀ ବର୍ଷଗୁଡ଼ିକରେ, ମହିଳାମାନଙ୍କୁ ଉଦ୍ୟୋଗୀ ସଫଳତା ପାଇଁ ଆବଶ୍ୟକ ଦକ୍ଷତା ଏବଂ ଜ୍ଞାନ ପ୍ରଦାନ ପାଇଁ ବିଶେଷ କାର୍ଯ୍ୟକ୍ରମ ଗ୍ରହଣ କରାଯିବ । ବିଶ୍ୱବିଦ୍ୟାଳୟ ଏବଂ ବ୍ୟବସାୟିକ ବିଦ୍ୟାଳୟ ସହିତ ସହଯୋଗ କରି ଶିକ୍ଷାଗତ ଏବଂ ବ୍ୟବହାରିକ ବ୍ୟବସାୟ ଅଭିଜ୍ଞତା ପ୍ରଦାନ କରୁଥିବା ଛାତ୍ରବୃତ୍ତି, ଇଣ୍ଟର୍ନସିପ୍‌ ଏବଂ ନେତୃତ୍ୱ କାର୍ଯ୍ୟକ୍ରମ ପ୍ରଦାନ କରାଯିବ ।

ରାଜ୍ୟ ସରକାର ଏକ ଜେଣ୍ଡର-ବଜେଟିଂ ପ୍ରସ୍ତୁତ କରୁଛନ୍ତି । ଚଳିତ ବଜେଟରେ, ରାଜ୍ୟର ମୋଟ ବଜେଟ ବ୍ୟବସ୍ଥା ମଧ୍ୟରୁ ୭୫ ହଜାର ୬୨୩ କୋଟି ଟଙ୍କା ଅର୍ଥାତ ମୋଟ ବଜେଟ୍‌ ଖର୍ଚ୍ଚର ୨୮.୫ ପ୍ରତିଶତ କେବଳ ରାଜ୍ୟର ମହିଳାମାନଙ୍କ ପାଇଁ ଖର୍ଚ୍ଚ କରିବା ପାଇଁ ସ୍ଥିର ହୋଇଛି ।

ଓଡ଼ିଶାର ମହିଳାମାନଙ୍କୁ ସଶକ୍ତ କରିବା ପାଇଁ ସୁଭଦ୍ରା ଯୋଜନା ଏକ ଯୁଗାନ୍ତକାରୀ କାର୍ଯ୍ୟକ୍ରମ । ଏହା ସେମାନଙ୍କୁ କ୍ଷୁଦ୍ର ବ୍ୟବସାୟ ଆରମ୍ଭ କରିବାରେ ସାହାଯ୍ୟ କରିବା ପାଇଁ ଆବଶ୍ୟକୀୟ ପାଣ୍ଠି ସୁବିଧା ଯୋଗାଇଦେବ ।

୨୦୩୬ ସୁଦ୍ଧା ସମୃଦ୍ଧ ଓଡ଼ିଶା ଗଠନରେ ମହିଳାମାନଙ୍କ ଯୋଗଦାନକୁ ସୁନିଶ୍ଚିତ କରିବା ପାଇଁ ଲକ୍ଷ୍ୟ ରଖାଯାଇଛି । ମହିଳା ଉଦ୍ୟୋଗୀଙ୍କ ଅର୍ଥନୈତିକ ନେତୃତ୍ୱରେ ବିକଶିତ ଓଡ଼ିଶାର ସ୍ୱପ୍ନ ସାକାର ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ଭାରତ ତଥା ବିଦେଶ ର ପ୍ରମୁଖ ମହିଳା ଉଦ୍ୟୋଗୀ ଡାଏନା ପିଚୋ, ଧରିତ୍ରୀ ପଟ୍ଟନାୟକ, ସ୍ୱିକୃତି ପଟ୍ଟନାୟକ, ସ୍ମିତା ଅଗ୍ରୱାଲ, ପ୍ରୀତି ବଜାଜ୍‌ ପ୍ରମୁଖଙ୍କ ସଂଘର୍ଷ ଓ ସଫଳତାର କାହାଣୀ ଶୁଣି ଭୂୟସୀ ପ୍ରଶଂସା କରିଥିଲେ । ଓଡ଼ିଶାକୁ ଶିଳ୍ପସମୃଦ୍ଧ ରାଜ୍ୟ ରୂପେ ଗଢ଼ିବା ପାଇଁ ମହିଳା ଉଦ୍ୟୋଗୀମାନଙ୍କର ପ୍ରମୁଖ ଯୋଗଦାନ ରହିବ ଏବଂ ସେଥି ପାଇଁ ଆବଶ୍ୟକୀୟ ପଦକ୍ଷେପ ସରକାର ଗ୍ରହଣ କରିବେ ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିଥିଲେ ।

କାର୍ଯ୍ୟକ୍ରମ ପ୍ରାରମ୍ଭରେ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗ ପ୍ରାରମ୍ଭିକ ବକ୍ତବ୍ୟ ରଖି ସମସ୍ତ ମହିଳା ଉଦ୍ୟୋଗୀମାନଙ୍କୁ ସ୍ୱାଗତ ଜଣାଇଥିଲେ । ଶିଳ୍ପ ପ୍ରତିଷ୍ଠା ପାଇଁ ଓଡ଼ିଶା କିଭଳି ଭାବରେ ଏକ ସର୍ବୋତ୍କୃଷ୍ଟ ରାଜ୍ୟ ଏବଂ ଏଥି ପାଇଁ ରାଜ୍ୟ ସରକାର ଗ୍ରହଣ କରୁଥିବା ସମସ୍ତ ପଦକ୍ଷେପ ବିଷୟରେ ସେ ଆଲୋଚନା କରିଥିଲେ ।

ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳ, ଆକ୍ୟୁ-ଲ ର ମ୍ୟାନେଜିଂ ପାର୍ଟନର ସୁଚରିତା ବାସୁ ଆଲୋଚନାରେ ଉପସ୍ଥିତ ଥିଲେ ।

ଅନ୍ତିମ ପର୍ଯ୍ୟାୟରେ ମହିଳା ଓ ଶିଶୁ ବିକାଶ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀମତୀ ଶୋଭା ଶର୍ମା ଧନ୍ୟବାଦ ଅର୍ପଣ କରିଥିଲେ ।

Previous Post

ସୋଆ ପ୍ରତିଷ୍ଠାତା ସଭାପତିଙ୍କ ଦ୍ୱାରା ଡାକ୍ତରୀ ଶିକ୍ଷା ନେଇ ଦୁଇଟି ପୁସ୍ତକ ଉନ୍ମୋଚିତ

Next Post

୧୪୫ ଏମଓୟୁ, ୧୬ ଲକ୍ଷ କୋଟିର ପୁଞ୍ଜି

Next Post
୧୪୫ ଏମଓୟୁ, ୧୬ ଲକ୍ଷ କୋଟିର ପୁଞ୍ଜି

୧୪୫ ଏମଓୟୁ, ୧୬ ଲକ୍ଷ କୋଟିର ପୁଞ୍ଜି

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA