Wednesday, June 24, 2026 05:30 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ଉତ୍କର୍ଷ ଓଡିଶା ଇନଭେଷ୍ଟର୍ସ ମିଟ୍: ଯୋଗ ଦେବେ ୨୦ଟି ଦେଶର ୧୦୦ରୁ ଅଧିକ ପ୍ରତିନିଧି

ଜନତା ମଇଦାନରେ ପ୍ରସ୍ତୁତି ଅନୁଧ୍ୟାନ କଲେ ମୁଖ୍ୟମନ୍ତ୍ରୀ

by Our Correspondent
24 Jan, 2025- 09:50 PM
in Latest News, News
1 min read
0
ଉତ୍କର୍ଷ ଓଡିଶା ଇନଭେଷ୍ଟର୍ସ ମିଟ୍: ଯୋଗ ଦେବେ ୨୦ଟି ଦେଶର ୧୦୦ରୁ ଅଧିକ ପ୍ରତିନିଧି

ଭୁବନେଶ୍ୱର: ଜାନୁଆରୀ ୨୮-୨୯, ଦୁଇଦିନ ଧରି ଉତ୍କର୍ଷ ଓଡିଶା- ମେକ୍ ଇନ୍ ଓଡିଶା କନକ୍ଲେଭ୍-୨୦୨୫ ଅନୁଷ୍ଠିତ ହେବ । ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ସ୍ଥାନୀୟ ଜନତା ମଇଦାନରେ ଏହାର ପ୍ରସ୍ତୁତି ଅନୁଧ୍ୟାନ କରିଛନ୍ତି।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଆମର ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି ଏବଂ ଏହି କାର୍ଯ୍ୟକ୍ରମ ସବୁ ଦୃଷ୍ଟିକୋଣରୁ ଐତିହାସିକ ହେବ । ରାଜ୍ୟ ପାଇଁ ଏକ ସୁଦୃଢ ଅର୍ଥନୈତିକ ଓ ଶିଳ୍ପ ଭିତ୍ତିଭୂମି ପ୍ରସ୍ତୁତ କରିବାରେ ଏହା ଏକ ମାଇଲଖୁଣ୍ଟ ସାବ୍ୟସ୍ତ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ରାଜ୍ୟ ମାନଙ୍କ ମଧ୍ୟରେ ଶ୍ରେଷ୍ଠ ୫ଟି ଅର୍ଥନୀତି ମଧ୍ୟରେ ସ୍ଥାନ ପାଇବାର ଆମର ଯେଉଁ ଲକ୍ଷ୍ୟ ଅଛି, ତାହା ନିଶ୍ଟୟ ପୂରଣ ହେବ । ଏହାସହିତ ଶ୍ରମିକ, କୃଷକ ମାନଙ୍କ ପରି ସାଧାରଣ ଲୋକଙ୍କ ପାଇଁ ମଧ୍ୟ ବିପୁଳ ସୁଯୋଗ ସୃଷ୍ଟି ହେବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଏହି ଇନଭେଷ୍ଟର୍ସ ମିଟ୍ ରେ ୫ ଲକ୍ଷ କୋଟିରୁ ଅଧିକ ଟଙ୍କାର ପୁଞ୍ଜି ବିନିଯୋଗ ପ୍ରସ୍ତାବ ଆସିବାର ସମ୍ଭାବନା ରହିଛି ଏବଂ ଏହାଦ୍ୱାରା ୩.୫ ଲକ୍ଷରୁ ଅଧିକ ନିଯୁକ୍ତି ସମ୍ଭାବନା ମଧ୍ୟ ସୃଷ୍ଟି ହେବ। ୧୦୦ଟି ଅଧିକ ନିବେଶକ MoU କରିବାର କାର୍ଯ୍ୟକ୍ରମ ରହିଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

ମୁଖ୍ୟମନ୍ତ୍ରୀ କହିଲେ ଯେ ୨୮ ତାରିଖ ଦିନ ମାନ୍ୟବର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଜୀ ଏହାର ଉଦଘାଟନ କରିବେ । ଗତ ୭ ମାସ ମଧ୍ୟରେ ଓଡିଶାକୁ ଏହା ତାଙ୍କର ପଞ୍ଚମ ଗସ୍ତ ହେବ । ଓଡିଶାରେ ପୁଞ୍ଜିନିବେଶ ପ୍ରତି ତାଙ୍କର ସ୍ୱତନ୍ତ୍ର ଧ୍ୟାନ ରହିଛି ଏବଂ ଓଡିଶା ଏକ ବିପୁଳ ସମ୍ଭାବନାର ରାଜ୍ୟ ଭାବେ ଅଗ୍ରସର ହେଉଛି ବୋଲି ସେ କହିଥିଲେ ।

ଏହା ସହିତ ଧର୍ମେନ୍ଦ୍ର ପ୍ରଧାନ, ଜୁଏଲ ଓରାମ୍ ଏବଂ ଅଶ୍ୱିନୀ ବୈଷ୍ଣବଙ୍କ ପରି କେନ୍ଦ୍ରମନ୍ତ୍ରୀ ମାନେ ମଧ୍ୟ ଏହି କାର୍ଯ୍ୟକ୍ରମରେ ଯୋଗଦେବେ ।

ମୁଖ୍ୟମନ୍ତ୍ରୀ କହିଲେ ଯେ ମେକ ଇନ ଓଡିଶା ୱେବସାଇଟ୍ ରେ ୭୫୦୦ ରୁ ଅଧିକ ଡେଲିଗେଟ ପଞ୍ଜିକରଣ କରିଛନ୍ତି । ଏଥିରେ ୨୦ଟିରୁ ଅଧିକ ଦେଶର ୧୦୦ରୁ ଅଧିକ ଆନ୍ତର୍ଜାତିକ ଡେଲିଗେଟ୍ ଅଛନ୍ତି । ସିଙ୍ଗାପୁର, ଅଷ୍ଟ୍ରେଲିଆ ଓ ମାଲେସିଆ ପରି ଆମର ପାର୍ଟନର ଦେଶ ମାନଙ୍କରୁ ଅଧିକ ଡେଲିଗେଟ୍ ଆସିବାର ସମ୍ଭାବନା ଅଛି ।

ଏଥିରେ କେତେକ Country of Focus ସେସନ ଅନୁଷ୍ଠିତ ହେବ, ଯେଉଁଥିରେ ପ୍ରାୟ ୨୦ଟି ଦେଶର ପ୍ରତିନିଧି ମାନେ ଆଲୋଚନା କରିବେ । ଏହା ଦ୍ୱାରା ଆନ୍ତର୍ଜାତିକ ଶିଳ୍ପ କ୍ଷେତ୍ରରେ ଓଡିଶାର ପ୍ରତିଷ୍ଠା ବୃଦ୍ଧି ପାଇବ।

ଏହି କନକ୍ଲେଭରେ ଏକ ‘ମେକ୍ ଇନ୍ ଓଡିଶା ଏକ୍ସପୋ’ ମଧ୍ୟ ଅନୁଷ୍ଠିତ ହେବ । ପ୍ରାୟ ୧୫୦୦ ଜଣ ଏକ୍ସିଭିଟର ସେମାନଙ୍କର ପ୍ରଡକ୍ଟ , ସର୍ଭିସ୍ , ଓ ଇନୋଭେସନ ଆଦି ପ୍ରଦର୍ଶନ କରିବେ । ୨୮-୨୯, ଦୁଇ ଦିନ ଧରି ଏହା କେବଳ ଡେଲିଗେଟ୍ ମାନଙ୍କ ପାଇଁ ଖୋଲା ରହିବ । ୩୦ ତାରିଖ ଦିନ ଏହାକୁ ସର୍ବସାଧାରଣଙ୍କ ପାଇଁ ଖୋଲା ରଖାଯିବ ବୋଲି ସେ କହିଥିଲେ । ଏହାସହିତ ଷ୍ଟାର୍ଟ ଅପ୍ ଓଡିଶା, ସ୍କିଲଡ୍ ଇନ୍ ଓଡିଶା ଓ ସୁଭଦ୍ରା ଜରିଆରେ ମହିଳା ଉଦ୍ୟୋଗୀକରଣ ପରି ତିନୋଟି ଥିମାଟିକ୍ ସେସନ ମଧ୍ୟ ଅନୁଷ୍ଠିତ ହେବ ।

ବିଭିନ୍ନ ରାଉଣ୍ଡ ଟେବୁଲ ବୈଠକ ମଧ୍ୟ ଅନୁଷ୍ଠିତ ହେବ । ଏଥିରେ ‘ମହିଳାଙ୍କ ନେତୃତ୍ୱ ରାଉଣ୍ଡଟେବୁଲ’, ‘ସି.ଇ.ଓ ରାଉଣ୍ଡଟେବୁଲ’ ଓ ‘ଏଡିଟର୍ସ ରାଉଣ୍ଡଟେବୁଲ’ ଆଦି ଆଲୋଚନା ଜରିଆରେ ଶିଳ୍ପଦ୍ୟୋଗୀ ଓ ବିଶେଷଜ୍ଞ ମାନଙ୍କ ମଧ୍ୟରେ ଜ୍ଞାନର ଆଦାନ ପ୍ରଦାନ ହେବ ବୋଲି ସେ କହିଥିଲେ ।

ଏହାସହିତ ରାଜ୍ୟ ସଂସ୍କୃତି ବିଭାଗ ଦ୍ୱାରା ବିଶିଷ୍ଟ ଓଡିଶୀ ନୃତ୍ୟ ଶିଳ୍ପୀ ପଦ୍ମଶ୍ରୀ ଅରୁଣା ମହାନ୍ତିଙ୍କ ନୃତ୍ୟ ପ୍ରଦର୍ଶନ, ଡ୍ରୋନ ସୋ ଆଦି ଅନ୍ୟାନ୍ୟ କାର୍ଯ୍ୟକ୍ରମର ମଧ୍ୟ ବ୍ୟବସ୍ଥା କରାଯାଇଛି ।

ଏହି ଅବସରରେ ଶିଳ୍ପ ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳ, ଶିଳ୍ପ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ହେମନ୍ତ ଶର୍ମା ଏବଂ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।

Previous Post

ଚଳିତ ଆର୍ଥିକ ବର୍ଷ ସୁଦ୍ଧା ୪୦ ହଜାର ନିଯୁକ୍ତି

Next Post

ଆଇଟିଇଆରକୁ ଟାଇମ୍ସ ବିଜିନେସ୍ ଆୱାର୍ଡ – ଝାଡ଼ଖଣ୍ଡ ସମ୍ମାନ

Next Post
ଆଇଟିଇଆରକୁ ଟାଇମ୍ସ ବିଜିନେସ୍ ଆୱାର୍ଡ – ଝାଡ଼ଖଣ୍ଡ ସମ୍ମାନ

ଆଇଟିଇଆରକୁ ଟାଇମ୍ସ ବିଜିନେସ୍ ଆୱାର୍ଡ – ଝାଡ଼ଖଣ୍ଡ ସମ୍ମାନ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA