Wednesday, July 1, 2026 04:51 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ବରିଷ୍ଠ ସାମ୍ବାଦିକ ବସନ୍ତ ଦାସ ଆଉ ନାହାନ୍ତି

by Our Correspondent
29 May, 2021- 12:20 PM
in Latest News, News
1 min read
0
ବରିଷ୍ଠ ସାମ୍ବାଦିକ ବସନ୍ତ ଦାସ ଆଉ ନାହାନ୍ତି

ଭୁବନେଶ୍ୱର: ବରିଷ୍ଠ ସାମ୍ବାଦିକ ବସନ୍ତ ଦାସ ଆଉ ନାହାନ୍ତି । ମହାମାରୀ କରୋନା ତାଙ୍କର ଜୀବନ ନେଇଯାଇଛି । ୮୧ ବର୍ଷ ବୟସ୍କ ଏହି ଭେଟେରାନ୍ ସାମ୍ବାଦିକ କରୋନାରେ ଆକ୍ରାନ୍ତ ହୋଇ କିମସ୍ ହସ୍ପିଟାଲ୍ ରେ ଚିକିତ୍ସିତ ହେଉଥିଲେ । ମାତ୍ର ଗତକାଲି ରାତିରେ ତାଙ୍କର ମୃତ୍ୟୁ ହୋଇଥିବା ପରିବାର ସୂତ୍ରରୁ ଜଣାପଡ଼ିଛି । ବସନ୍ତ ଦାସଙ୍କ ବିୟୋଗ ଓଡ଼ିଶାର ସାମ୍ବାଦିକ ମହଲରେ ଏକ ବିରାଟ ଶୂନ୍ୟସ୍ଥାନ ସୃଷ୍ଟି କରିଛି । ରାଜ୍ୟପାଳ ପ୍ରଫେସର ଗଶେଶୀ ଲାଲ୍, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମେତ ସବୁ ଦଳର ନେତୃବୃନ୍ଦ ଗଭୀର ଶୋକପ୍ରକାଶ କରିଛନ୍ତି ।

ଉତ୍କଳ ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଏମ.ଏ ପାସ୍ କରିଥିବା ସ୍ୱର୍ଗତ ଦାସ ଲୋଭନୀୟ ସରକାରୀ ଚାକିରି ଛାଡ଼ି ସାମ୍ବାଦିକତା ବୃତ୍ତିକୁ ଆପଣେଇଥିଲେ । ୧୯୬୫ରେ ସେ ଇଷ୍ଟର୍ଣ୍ଣ ଟାଇମସ୍ ରେ ସାମ୍ବାଦିକତା ଆରମ୍ଭ କରିଥିଲେ ଏବଂ ଅମ୍ରିତା ବଜାର ପତ୍ରିକାର ବ୍ୟଚରୋ ଚିଫ୍ ଭାବେ ୧୯୯୬ ମସିହାରେ ଅବସର ନେଇଥିଲେ ।

ସ୍ୱର୍ଗତ ଦାସ ଜଣେ ବିଚକ୍ଷଣ ସାମ୍ବାଦିକ, ଲେଖକ ଓ ସ୍ତମ୍ଭକାର ଥିଲେ । ଓଡ଼ିଶା ରାଜନୀତି ସମ୍ପର୍କରେ ତାଙ୍କର ଗଭୀର ଅନୁଶୀଳନ ଥିଲା । ସେ ମୋଟ ୧୬ ଟି ପୁସ୍ତକ ରଚନା କରିଥିଲେ । ତାଙ୍କ ଲିଖିତ ପୁସ୍ତକ ‘ଯେ ଦେଶ ଯାଇ ସେ ଫଳ ଖାଇ’କୁ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ମିଳିଥିଲା । ନିକଟରେ ଲେଖିଥିବା ପୁସ୍ତକ ‘ପଲିଟିକାଲ୍ ହିଷ୍ଟ୍ରି ଅଫ ମଡର୍ଣ୍ଣ ଓଡ଼ିଶା’ ରେ ସେ ଓଡ଼ିଶା ରାଜନୀତିର ବହୁ ଗୁମର କଥାକୁ ସ୍ଥାନିତ କରିଥିଲେ ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କ ଶୋକବାର୍ତ୍ତାରେ କହିଛନ୍ତି, ସ୍ୱର୍ଗତ ଦାସ ଜଣେ ସ୍ତମ୍ଭକାର ତଥା ରାଜନୈତିକ ବିଶ୍ଲେଷକ ଭାବରେ ସୁନାମ କରିଥିଲେ । ଅର୍ଦ୍ଧଶତାଦ୍ଦୀରୁ ଅଧିକ ସମୟ ଧରି ସେ ସାମ୍ବାଦିକତା ବୃତ୍ତିରେ ସକ୍ରିୟ ରହିଥିଲେ । ସାହିତ୍ୟ ଓ ସାମ୍ବାଦିକତା କ୍ଷେତ୍ରରେ ତାଙ୍କର ଅବଦାନ ପାଇଁ ସେ ସ୍ମରଣୀୟ ରହିବେ । ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ମୁଖ୍ୟମନ୍ତ୍ରୀ ଗଭୀର ସମବେଦନା ଜଣାଇବା ସହ ପରଲୋକଗତ ଆତ୍ମାର ସଦଗତି କାମନା କରିଛନ୍ତି ।

Previous Post

ସମ୍ଭାବ୍ୟ ତୃତୀୟ ଲହର ମୁକାବିଲା ପ୍ରସ୍ତୁତି

Next Post

ମନ୍ତ୍ରୀ ପରିଷଦ ବୈଠକରେ କ’ଣ କହିଲେ ମୁଖ୍ୟମନ୍ତ୍ରୀ..

Next Post
ମନ୍ତ୍ରୀ ପରିଷଦ ବୈଠକରେ କ’ଣ କହିଲେ ମୁଖ୍ୟମନ୍ତ୍ରୀ..

ମନ୍ତ୍ରୀ ପରିଷଦ ବୈଠକରେ କ'ଣ କହିଲେ ମୁଖ୍ୟମନ୍ତ୍ରୀ..

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA