Wednesday, April 22, 2026 04:43 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

୮ ସଫଳ ମହିଳାଙ୍କୁ ବୀରାଙ୍ଗନା ସମ୍ମାନ

ସେବା ପ୍ରୟାସ ଫାଉଣ୍ଡେସନର ଅନ୍ୟନ୍ୟ କାର୍ଯ୍ୟକ୍ରମ

by Our Correspondent
16 Mar, 2022- 04:29 PM
in Latest News, News
1 min read
0
୮ ସଫଳ ମହିଳାଙ୍କୁ ବୀରାଙ୍ଗନା ସମ୍ମାନ

ଭୁବନେଶ୍ୱର : ସେବା ପ୍ରୟାସ ଫାଉଣ୍ଡେସନ୍ ପକ୍ଷରୁ ବିଭିନ୍ନ କ୍ଷେତ୍ରରେ ପ୍ରସିଦ୍ଧି ଲାଭ କରିଥିବା ଓ ଉଲ୍ଲେଖନୀୟ କାର୍ଯ୍ୟ କରିଥିବା ମହିଳାମାନଙ୍କୁ କଳିଙ୍ଗ ବୀରାଙ୍ଗନା ସମ୍ମାନରେ ସମ୍ବର୍ଦ୍ଧିତ କରାଯାଇଛି । ସ୍ୱାସ୍ଥ୍ୟ, ସାହିତ୍ୟ, ସାମ୍ବାଦିକତା, ରାଜନୀତି, ସମାଜ ସେବା, ଶିକ୍ଷା ଓ ଅଭିନୟ କ୍ଷେତ୍ରରେ ଉଲ୍ଲେଖନୀୟ କାର୍ଯ୍ୟ ନିମନ୍ତେ ବିଭିନ୍ନ ବର୍ଗର ମହିଳାମାନଙ୍କୁ ଏହି ସମ୍ମାନ ପ୍ରଦାନ କରାଯାଇଛି । ରବିବାର ପୁରୀ ୱଣ୍ଡର ୱାର୍ଲ୍ଡ ୱାଟର ପାର୍କ ଠାରେ ଆୟୋଜିତ ଏକ ସ୍ୱତନ୍ତ୍ର ଉତ୍ସବରେ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି ।

ଏହି ସମ୍ବର୍ଦ୍ଧନା କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ରିଜିଓନାଲ୍ ମେଡିକାଲ୍ ରିସର୍ଚ୍ଚ ସେଂଟରର ନିର୍ଦ୍ଦେଶିକା ଡକ୍ଟର ସଂଘମିତ୍ରା ପତି ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ଅଲିମ୍ପିଆନ୍ ଶ୍ରୀମତୀ ଅନୁରାଧା ବିଶ୍ୱାଳ, ନୃତ୍ୟଶିଳ୍ପୀ ଶାଶ୍ୱତ ଯୋଶୀ ଏବଂ କଳିଙ୍ଗ ବିରାଙ୍ଗନା ପୁରସ୍କାରର ଉପଦେଷ୍ଟା ଶ୍ରୀମତୀ ପ୍ରୀତିଛନ୍ଦା ଧଳ ଯୋଗ ଦେଇ ଏହି ବିଶିଷ୍ଟ ମହିଳାମାନଙ୍କୁ ସମ୍ବର୍ଦ୍ଧିତ କରିଥିଲେ ।

ଏହି ଅବସରରେ ସମାଜ ସେବୀ ସନ୍ଧ୍ୟାରାଣୀ ମଲ୍ଲିକଙ୍କୁ କଳିଙ୍ଗ ବିରାଙ୍ଗନା ସମ୍ମାନ ପ୍ରଦାନ କରାଯାଇଥିବା ବେଳେ, ସ୍ୱାସ୍ଥ୍ୟ ସେବା କ୍ଷେତ୍ରରେ ସମ୍ କୋଭିଡ୍ ହସ୍ପିଟାଲ୍‌ର ନର୍ସିଂ ଇନ୍‌ଚାର୍ଜ ତଥା କୋଭିଡ ଯୋଦ୍ଧା କମଳିନୀ ମଲ୍ଲିକ୍‌, ସାମ୍ବାଦିକତା କ୍ଷେତ୍ରରେ ଟାଇମ୍ ଅଫ୍ ଇଣ୍ଡିଆର ଆସିଷ୍ଟାଂଟ ଏଡିଟର୍ ମିନତୀ ସିଂହ, ସାହିତ୍ୟ କ୍ଷେତ୍ରରେ ସାହିତ୍ୟିକା ହିରଣ୍ମୟୀ ମିଶ୍ର, ରାଜନୀତି କ୍ଷେତ୍ରରେ ସସ୍ମିତା ସାହାଣୀ, ସମାଜ ସେବା କ୍ଷେତ୍ରରେ ରୀନା ସାହୁ, ଶିକ୍ଷା କ୍ଷେତ୍ରରେ ଝିଲ୍‌ମିଲ୍ ସାହୁ ଏବଂ ଅଭିନୟ କ୍ଷେତ୍ରରେ ଜାଗୃତି ରଥଙ୍କୁ ସମ୍ମାନିତ କରାଯାଇଥିଲା ।

ଏହି ଅବସରରେ କଳିଙ୍ଗ ଵୀରାଂଗନା ପୁରସ୍କାର ଚୟନ କମିଟି ର ଉପଦେଷ୍ଟା ଶ୍ରୀମତୀ ପ୍ରିତିଛନ୍ଦା ଧଳ ଓ ସୁଶ୍ରୀ ଶୁଭଦର୍ଶିନୀ ମିଶ୍ରଙ୍କୁ ସମ୍ବର୍ଦ୍ଧିତ କରିଥିଲେ ଡ଼ଃ ସଂଘମିତ୍ରା ପତି |

ସେହିପରି ସେବା ପ୍ରୟାସ ଫାଉଣ୍ଡେସନ୍ ପକ୍ଷରୁ ମହିଳା କାର୍ ର‌୍ୟାଲିର ୫ମ ସଂସ୍କରଣ ଆୟୋଜନ କରାଯାଇଥିଲା । ଭୁବନେଶ୍ୱର ଉପକଣ୍ଠ ଫୁଲନଖରା ଆଦିତ୍ୟ ମହିନ୍ଦ୍ରା ଶୋ ରୁମ ନିକଟରୁ ଆରମ୍ଭ ହୋଇଥିବା ଏହି ର‌୍ୟାଲିରେ ସ୍ୱତନ୍ତ୍ର ଅତିଥି ଭାବେ ରାଜ୍ୟସଭା ସାଂସଦ ଅମର ପଟ୍ଟନାୟକ, ଖଣ୍ଡପଡାର ଯୁବରାଜ ତଥା ପୂର୍ବତନ ବିଧାୟକ ସିଦ୍ଧାର୍ଥ ଶେଖର ସିଂହ ଓ ସେବା ପ୍ରୟାସ ଫାଉଣ୍ଡେସନ୍‌ର ପ୍ରତିଷ୍ଠାତା ଲିଙ୍କନ୍ ସୁୁବୁଦ୍ଧି ଯୋଗ ଦେଇ ଏହି କାର୍ ର‌୍ୟାଲିର ଫ୍ଲାଗ୍ ଅଫ୍ କରିବା ସହ ମହିଳା ପ୍ରତିଯୋଗୀମାନଙ୍କୁ ଉତ୍ସାହିତ କରିଥିଲେ ।

କାର୍ ର‌୍ୟାଲି ଫୁଲନଖରା ଠାରୁ ଆରମ୍ଭ ହୋଇ ପୁରୀ ସାତସଙ୍ଖ ଦେଇ ୱଣ୍ଡର୍ ୱାର୍ଲ୍ଡ ୱାଟର ପାର୍କଠାରେ ଶେଷ ହୋଇଥିଲା । ଦୀର୍ଘ ୮୦ କିମି ଅତିକ୍ରମ କରି ଏହି କାର୍ ର‌୍ୟାଲି ପ୍ରତିଯୋଗିତାରେ ସାମିଲ୍ ହୋଇଥିଲେ ୫୦ ଜଣ ମହିଳା । ଏହି କାର୍ ର‌୍ୟାଲି ପ୍ରତିଯୋଗିତାର ଜୁରୀ ଭାବେ କୃତି ପ୍ରତିଯୋଗୀଙ୍କୁ ଚୟନ କରିଥିଲେ ସିଦ୍ଧାର୍ଥ ଶେଖର ସିଂହ, ରୋଟାରିଆନ୍ ଜୟଶ୍ରୀ ମହାନ୍ତି, ସୁଶ୍ରୀ ସିନି ମହାନ୍ତି ଏବଂ ରଞ୍ଜନ ଜୟଶ୍ୱାଲ୍ ।

ପ୍ରତିଯୋଗୀମାନଙ୍କ ମଧ୍ୟରୁ କର୍ଣ୍ଣେଲ୍ ସୋନାଲି ରଥ ବିଜୟୀ ହୋଇଥିବା ବେଳେ ସନ୍ତୋଷୀ ସାହୁ ଫାଷ୍ଟ ରନର୍‌ଅପ୍ ଏବଂ  ଅର୍ଚ୍ଚନା ପଟ୍ଟନାୟକ ସେକେଣ୍ଡ ରନର୍‌ଅପ୍ ଭାବେ ବିଜୟ ହାସଲ କରିଥିଲେ । ଶ୍ରଦ୍ଧା ମହାପାତ୍ର ଓ ମୀତା ମାନାଙ୍କୁ ସାନ୍ତ୍ୱନାମୂଳକ ସମ୍ମାନ ପ୍ରଦାନ କରାଯାଇଥିଲା । ବିଜୟୀ ପ୍ରତିଯୋଗୀମାନଙ୍କୁ ଡକ୍ଟର ପତି, ଶ୍ରୀ ସିଂହ, ଶ୍ରୀମତି ବିଶ୍ୱାଳ ଓ ଶ୍ରୀ ଯୋଶୀ ପୁରସ୍କାର ପ୍ରଦାନ କରିଥିଲେ ।
|

ସେହିପରି ସମସ୍ତ ସହଯୋଗୀ ବ୍ୟକ୍ତି ବିଶେଷ ଓ ଅନୁଷ୍ଠାନ ର ପ୍ରତିନିଧି ମାନଙ୍କୁ ସମ୍ମାନିତ କରାଯାଇଥିଲା |

ଏହି କାର୍ଯ୍ୟକ୍ରମରେ ସେବା ପ୍ରୟାସ ଫାଉଣ୍ଡେସନ୍‌ର ଉପଦେଷ୍ଟା ଅହଲ୍ୟା ସୁବୁଦ୍ଧି ଉପସ୍ଥିତ ଥିବା ବେଳେ ପ୍ରତିଷ୍ଠାତା ଲିଙ୍କନ୍ ସୁବୁଦ୍ଧି କାର୍ଯ୍ୟକ୍ରମ ପରିଚାଳନା କରିଥିଲେ ।

Previous Post

ବାତ୍ୟା ଆସୁଛି, ଓଡ଼ିଶା ଉପରେ ପ୍ରଭାବ ନାହିଁ

Next Post

ଏପ୍ରିଲ୍ ୨୮ ରୁ +୨ ପରୀକ୍ଷା

Next Post
ଏପ୍ରିଲ୍ ୨୮ ରୁ +୨ ପରୀକ୍ଷା

ଏପ୍ରିଲ୍ ୨୮ ରୁ +୨ ପରୀକ୍ଷା

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19181 shares
    Share 7672 Tweet 4795
  • ନବୀନ..ନବୀନ, ମୋହନ..ମୋହନ

    16601 shares
    Share 6640 Tweet 4150
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7298 shares
    Share 2919 Tweet 1825
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5815 shares
    Share 2326 Tweet 1454
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5485 shares
    Share 2194 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA