ଭୁବନେଶ୍ୱର: ସମ୍ବଲପୁର ସାଂସଦ ତଥା ଦେବଗଡ଼ ରାଜା ନୀତେଶ ଗଙ୍ଗଦେବଙ୍କ ପତ୍ନୀ ରାଣୀ ଅରୁନ୍ଧତୀ ଦେବୀ ଆଜି ବିଜେଡିରେ ଯୋଗଦେଇଛନ୍ତି । ତାଙ୍କ ସହ ପୁଅ ନମନ ଗଙ୍ଗଦେବ ମଧ୍ୟ ବିଜେଡିରେ ଯୋଗ ଦେଇଛନ୍ତି ।
ଆଜି ସଂଧ୍ୟାରେ ନବୀନ ନିବାସଠାରେ ସେମାନେ ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ବିଧିବଦ୍ଧ ଭାବେ ବିଜେଡିରେ ସାମିଲ ହୋଇଛନ୍ତି । ଏହି ସମୟରେ ବିଜେଡି ସାଧାରଣ ସମ୍ପାଦକ ତଥା ରାଜ୍ୟସଭା ସାଂସଦ ମାନସ ମଙ୍ଗରାଜ ମଧ୍ୟ ଉପସ୍ଥିତ ଥିଲେ ।
ସୂଚନାଥାଉକି, ସମ୍ବଲପୁର ସାଂସଦ ନୀତେଶ ଗଙ୍ଗଦେବଙ୍କୁ ବିଜେପି ଏଥର ଟିକେଟ୍ ଦେଇନି । ତାଙ୍କ ଜାଗାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରାର୍ଥୀ ହୋଇଛନ୍ତି । ନୀତେଶଙ୍କ ପତ୍ନୀ ଅରୁନ୍ଧତୀ ବହୁ ପୂର୍ବରୁ ସୋସିଆଲ୍ ମିଡିଆରେ ଧର୍ମେନ୍ଦ୍ରଙ୍କୁ ସିଧାସଳଖ ସମାଲୋଚନା କରି ଚର୍ଚ୍ଚାରେ ଥିଲେ ।