Wednesday, May 20, 2026 03:01 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ନିଶା ନୁହେଁ, ଜୀବନକୁ ଗ୍ରହଣ କର

ବିଶ୍ୱ ତମାଖୁ ନିଷେଧ ଦିବସ

by Our Correspondent
31 May, 2025- 09:22 PM
in Latest News, News
1 min read
0
ନିଶା ନୁହେଁ, ଜୀବନକୁ ଗ୍ରହଣ କର

ଭୁବନେଶ୍ୱର: ଭାରତରେ ପ୍ରାୟ ବର୍ଷକୁ ୧୪ ଲକ୍ଷ ଲୋକ ତମାଖୁ ସେବନ ଯୋଗୁ ଜୀବନ ହରାଉଛନ୍ତି। ପ୍ରତି ବର୍ଷ ଭାରତରେ ବିଭିନ୍ନ କାରଣରୁ ଯେତିକି ମୃତ୍ୟୁ ହେଉଛି, ତା’ର ପ୍ରାୟ ୧୦ ପ୍ରତିଶତ କେବଳ ତମାଖୁଜନିତ । ଜନସାଧାରଣ, ବିଶେଷକରି ଯୁବ ସମାଜ ଏଥିରୁ କିପରି ମୁକ୍ତି ପାଇବେ, ସେ ବିଷୟକୁ ଆଜି ଗମ୍ଭିରତାର ସହ ନେବାର ସମୟ ଆସିଛି ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନ କନଭେନ୍‍ସନ୍ ହଲ୍ ଠାରେ ବିଶ୍ୱ ତମାଖୁ ନିଷେଧ ଦିବସ ପାଳନ ଉପଲକ୍ଷେ ଆୟୋଜିତ ସଚେତନତା ଅଭିଯାନର ଶୁଭାରମ୍ଭ ଅବସରରେ କହିଛନ୍ତି।

ଏହି ଅବସରରେ ନିଶାଦ୍ରବ୍ୟ, ଅପମିଶ୍ରିତ ଓ ବିଷାକ୍ତ ମାଦକ ଦ୍ରବ୍ୟ ବିରୁଦ୍ଧରେ ଆରମ୍ଭ ହେଉଥିବା ସଚେତନତା ଅଭିଯାନରେ ସମସ୍ତେ ସାମିଲ ହେବାକୁ ମୁଖ୍ୟମନ୍ତ୍ରୀ ଅନୁରୋଧ କରିଥିଲେ। ନିଶା ନୁହେଁ ଜୀବନକୁ ଆପଣେଇବା ପାଇଁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ସଂକଳ୍ପ ନେବାକୁ ଆହ୍ୱାନ ଦେଇଥିଲେ। (Say No to Tobacco, Say Yes to Life)

ସୂଚନାଯୋଗ୍ୟ ଯେ, ତମାଖୁ, ବିଷାକ୍ତ ମଦ ଓ ଡ୍ରଗ୍‍ସ ବ୍ୟବହାର ଓ ପ୍ରସାରକୁ ରୋକିବା ପାଇଁ ରାଜ୍ୟବ୍ୟାପୀ ପ୍ରଥମ ପର୍ଯ୍ୟାୟରେ ବିଶ୍ୱ ତମାଖୁ ନିଷେଧ ଦିବସ ମଇ 31 ତାରିଖ ଠାରୁ ଜୁନ ୨୬ ତାରିଖ ପର୍ଯ୍ୟନ୍ତ, ଦ୍ୱିତୀୟ ପର୍ଯ୍ୟାୟରେ ଜୁନ୍ ୨୬ ରୁ ଅଗଷ୍ଟ ୧୫ ପର୍ଯ୍ୟନ୍ତ, ତୃତୀୟ ପର୍ଯ୍ୟାୟରେ ଅକ୍ଟୋବର ୨ ଏବଂ ଚତୁର୍ଥ ପର୍ଯ୍ୟାୟରେ ଡିସେମ୍ବର ୨୫ରୁ ୨୦୨୬ ଜାନୁଆରୀ ୧୫ ତାରିଖ ପର୍ଯ୍ୟନ୍ତ ପ୍ରାୟ ଏକ ବର୍ଷ ଧରି ଏହି ସଚେତନତା ଅଭିଯାନ ଜାରି ରହିବ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ତମାଖୁଜନିତ ମୃତ୍ୟୁକୁ ରୋକିବା ପାଇଁ କେବଳ ଗୋଟିଏ ଉପାୟ ହେଉଛି ସଚେତନତା। ଲୋକମାନେ ଏହାର ଭୟାବହତା ଜାଣିବା ସତ୍ତ୍ୱେ ଏଥିରୁ ଦୂରେଇ ପାରୁନାହାନ୍ତି। ଯଦି ଗୋଟିଏ ବ୍ୟକ୍ତିକୁ ସଚେତନ କରାଇପାରୁଛେ, ତେବେ ଆମେ ତା’ର ଜୀବନ ବଞ୍ଚାଇ ପାରୁଛେ। ତମାଖୁ ସେବନର ଅପକାରିତା ଏବଂ ସ୍ୱାସ୍ଥ୍ୟଗତ ଭୟାବହତା ଉପରେ ସଚେତନତା ସୃଷ୍ଟି ପାଇଁ ସରକାରଙ୍କ ପକ୍ଷରୁ ଆରମ୍ଭ ହୋଇଥିବା ସଚେତନତା ଅଭିଯାନକୁ ଘରେ ଘରେ ପହଞ୍ଚାଇବା ପାଇଁ ମୁଖ୍ୟମନ୍ତ୍ରୀ ଆହ୍ୱାନ ଦେଇଥିଲେ।

ତମାଖୁସେବନର ଭୟାବହତା ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ମୁଖଗହ୍ୱର କର୍କଟ କିମ୍ବା ଫୁସ୍‍ଫସ୍ କର୍କଟର ଶତ ପ୍ରତିଶତ କାରଣ ହେଉଛି ତମାଖୁ ଏବଂ ସିଗାରେଟ୍ ସେବନ। ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଦୁନିଆରେ ଏକ ମାତ୍ର ସତ୍ୟ ହେଉଛି ମୃତ୍ୟୁ। ତେବେ ଏହା କଣ ଯନ୍ତ୍ରଣାଦାୟକ ହେବା ନିତ୍ୟାନ୍ତ ଆବଶ୍ୟକ। ତେଣୁ ଏକ ସୁସ୍ଥ ଜୀବନଶୈଳୀକୁ ଆପଣେଇବା ପାଇଁ ସମସ୍ତେ ସଚେତନ ହେବା ଉଚିତ୍ ବୋଲି ସେ କହିଥିଲେ।

ତମାଖୁ, ସିଗାରେଟ୍ ଓ ନିଶାଦ୍ରବ୍ୟର ବିଜ୍ଞାପନ ମଧ୍ୟ ଯୁବ ସମାଜ ଉପରେ ପ୍ରଭାବ ପକାଉଛି। ଏହି ଛଳନାପୂର୍ଣ୍ଣ ବିଜ୍ଞାପନ ପ୍ରତି ମଧ୍ୟ ସଜାଗ ରହିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ।

ସେ ପୁଣି କହିଥିଲେ ଯେ ନିଶା ଦ୍ରବ୍ୟ ଅପବ୍ୟବହାର, ବିଷାକ୍ତ ମଦ ଓ ଚୋରା ମଦର ବ୍ୟାପକତାକୁ ରୋକିବାକୁ ଅବକାରୀ, ଗୃହ ବିଭାଗ ଓ ନିଶା ନିୟନ୍ତ୍ରଣ ବ୍ୟୁରୋର ମିଳିତ ଉଦ୍ୟମରେ ଧରପଗଡ କାର୍ଯ୍ୟକ୍ରମକୁ ତ୍ୱରାନ୍ୱିତ କରାଯାଇ ଦୋଷୀମାନଙ୍କ ବିରୁଦ୍ଧରେ ଦୃଢ କାର୍ଯ୍ୟାନୁଷ୍ଠାନ କରାଯାଉଛି। STFକୁ କ୍ଷମତାପନ୍ନ କରାଯାଇ ତମାଖୁ ସହିତ ଅନ୍ୟାନ୍ୟ ନିଶା ଦ୍ରବ୍ୟ ବିଶେଷ ଭାବେ ଚୋରା ଚାଲଣ ହେଉଥିବା ନିଶା ସାମଗ୍ରୀକୁ ସମ୍ପୂର୍ଣ୍ଣ ବନ୍ଦ କରିବା ପାଇଁ ଚେଷ୍ଟା ଜାରି ରହିଛି। ତମାଖୁ ସହିତ ସବୁ ପ୍ରକାର ନିଶା ଦ୍ରବ୍ୟ ଉପରେ ଅଙ୍କୁଶ ଲଗାଇବା ପାଇଁ ଖୁବ୍ ଶୀଘ୍ର ନୂତନ ଅବକାରୀ ନୀତି ପ୍ରଣୟନ କରାଯିବ ବୋଲି ସେ କହିଥିଲେ।

କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ବିଭିନ୍ନ ମାଦକ ତଥା ନିଶାଦ୍ରବ୍ୟ ବ୍ୟବହାରର କୁପରିଣାମ ବିଷୟରେ ଅବଗତ କରାଇବା ପାଇଁ ଏବଂ ଅପମିଶ୍ରିତ, ବିଶାକ୍ତ ଏବଂ ଚୋରା ମଦ କାରବାର ସମ୍ପୂର୍ଣ୍ଣ ରୋକିବା ପାଇଁ ରାଜ୍ୟବ୍ୟାପୀ ସଚେତନତା ଅଭିଯାନର ଲୋଗୋ, ଟି.ଭି. ସ୍ପଟ୍, ଥିମ୍ ସଙ୍ଗ୍ ଏବଂ ସୂଚନା ପୁସ୍ତିକା ଉନ୍ମୋଚନ କରିଥିଲେ ।

କାର୍ଯ୍ୟକ୍ରମରେ ଆଇନ, ଅବକାରୀ ଏବଂ ପୂର୍ତ୍ତ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଯୋଗଦେଇ କହିଥିଲେ ଯେ, ନିଶା ବ୍ୟବହାରର ଫଳ ହେଉଛି ମୃତ୍ୟୁ। ତେଣୁ ଏଥିପ୍ରତି ସଚେତନତା ବୃଦ୍ଧି କରିବା ଆମ ସମସ୍ତଙ୍କର ନୈତିକ ଦାୟିତ୍ୱ। ତମାଖୁ, ମଦ, ଡ୍ରଗ୍‍ସର ବ୍ୟବହାର ଓ ପ୍ରସାର ରୋକିବା ପାଇଁ ଏଭଳି ବ୍ୟାପକ ସଚେତନତା କାର୍ଯ୍ୟକ୍ରମ ଓଡିଶାରେ ପ୍ରଥମ ଥର ପାଇଁ ଆରମ୍ଭ ହୋଇଛି। ସମାଜର ଶେଷ ଲୋକ ପର୍ଯ୍ୟନ୍ତ ଆମେ ଏହି ସଚେତନତା ବାର୍ତ୍ତା ପହଞ୍ଚାଇବୁ। ଏଥିରେ ଅନ୍ୟାନ୍ୟ ବିଭାଗ ଓ ସିଭିଲ ସୋସାଇଟି ଯୋଗଦାନ ରଖିବା ପାଇଁ ସେ ଆହ୍ୱାନ ଦେଇଥିଲେ। Excise Act ରେ ଦୋଷୀ ପ୍ରତି ଦଣ୍ଡବିଧାନ ଆହୁରି କଡାକଡି ହେବ ବୋଲି ସେ କହିଥିଲେ।

ଏକାମ୍ର-ଭୁବନେଶ୍ୱର ବିଧାୟକ ବାବୁ ସିଂ କହିଥିଲେ ଯେ, ମୁଖ୍ୟମନ୍ତ୍ରୀଙ୍କ ଅଭିଳଷିତ ସମୃଦ୍ଧ ଓ ବିକଶିତ ଓଡିଶାରେ ଯେପରି ନିଶା ନଥିବ ସେଥିପ୍ରତି ଆମେ ଆଜି ସଂକଳ୍ପ ନେବା । ସମାଜରେ ନିଶା ବନ୍ଦ ହେଲେ, ଅପରାଧ ମଧ୍ୟ କମିବ । ତେଣୁ, ନିଶା ବିରୁଦ୍ଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ସେ ମତ ପ୍ରକାଶ କରିଥିଲେ।

ନିଶାମୁକ୍ତି ଅଭିଯାନର ବ୍ରାଣ୍ଡ ଆମ୍ବାସଡର ତଥା ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ କହିଥିଲେ ଯେ, ରାଜ୍ୟ ସରକାରଙ୍କ ପକ୍ଷରୁ ଆରମ୍ଭ ହୋଇଥିବା ଏହି ଅଭିଯାନକୁ ଘରେ ଘରେ ପହଞ୍ଚାଇବା ଆମ ସମସ୍ତଙ୍କ ଦାୟିତ୍ୱ ଓ କର୍ତ୍ତବ୍ୟ।

କାର୍ଯ୍ୟକ୍ରମରେ ଅବକାରୀ ବିଭାଗର କମିଶନର ତଥା ଶାସନ ସଚିବ ଶ୍ରୀମତୀ ଗୁହା ପୁନମ ତାପସ କୁମାର ସ୍ୱାଗତ ଭାଷଣ ଦେଇଥିଲେ ଏବଂ ଓଡିଶା ପାନୀୟ ନିଗମର ପରିଚାଳନା ନିର୍ଦ୍ଦେଶକ ଅମ୍ବର କୁମାର କର ଧନ୍ୟବାଦ ଅର୍ପଣ କରିଥିଲେ।

ସମସ୍ତ ଜିଲ୍ଲାରୁ ଆଭାସୀ ମାଧ୍ୟମରେ ଜିଲ୍ଲାପାଳ, ଅବକାରୀ ଅଧିକ୍ଷକମାନେ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ।

Previous Post

ଆଇସିଏମ୍ଏଆଇ ପକ୍ଷରୁ ସୋଆ ପ୍ରତିଷ୍ଠାତା ସଭାପତିଙ୍କୁ ସମ୍ବର୍ଦ୍ଧନା

Next Post

ଆଇଟିଇଆର୍ ଦେଶର ଦ୍ୱିତୀୟ ଶ୍ରେଷ୍ଠ ଇଞ୍ଜିନିୟରିଂ ଶିକ୍ଷାନୁଷ୍ଠାନ

Next Post
ଆଇଟିଇଆର୍ ଦେଶର ଦ୍ୱିତୀୟ ଶ୍ରେଷ୍ଠ ଇଞ୍ଜିନିୟରିଂ ଶିକ୍ଷାନୁଷ୍ଠାନ

ଆଇଟିଇଆର୍ ଦେଶର ଦ୍ୱିତୀୟ ଶ୍ରେଷ୍ଠ ଇଞ୍ଜିନିୟରିଂ ଶିକ୍ଷାନୁଷ୍ଠାନ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA